ଭୁବନେଶ୍ୱରରେ ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ୍, ବିମାନବନ୍ଦରରେ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା
ଭୁବନେଶ୍ୱର ୯/୭: ଓଡ଼ିଶାରେ ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ୍ । ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ଉପରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା । ରାଜ୍ୟପାଳ ହରିବାବୁ କମ୍ଭମପାଟି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉପରାଷ୍ଟ୍ରପତିଙ୍କୁ ସ୍ବାଗତ କରିଥିଲେ । ଏହି ସମୟରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ମେୟର ସୁଲୋଚନା ଦାସ ଉପସ୍ଥିତ ଥିଲେ ।
ସ୍ବାଗତ ପରେ ବିମାନବନ୍ଦରରୁ ସିଧାସଳଖ OUAT କ୍ୟାମ୍ପସକୁ ଗ ଉପରାଷ୍ଟ୍ରପତି । ସେଠାରେ ଭାରତ ସରକାରଙ୍କ ମତ୍ସ୍ୟପାଳନ, ପଶୁପାଳନ ଏବଂ ଦୁଗ୍ଧ ଉତ୍ପାଦନ ମନ୍ତ୍ରାଳୟ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି । ଗଭୀର ସମୁଦ୍ରରୁ ମତ୍ସ୍ୟ ସମ୍ପଦର ସ୍ଥାୟୀ ଉପଯୋଗ ପାଇଁ ମତ୍ସ୍ୟଜୀବୀଙ୍କୁ ପ୍ରାଧିକରଣ ପତ୍ର ବଣ୍ଟନ କରିବା ସହ “ଓଡ଼ିଶା ଗଭୀର ସମୁଦ୍ର ମାଛଧରା ମିଶନ”ର ଶୁଭାରମ୍ଭ କରିବେ ।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ PRAMEYA - ପ୍ରମେୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।