ଯୁବକଙ୍କୁ ଗୁଳିକରି ହତ୍ୟା , ଅଭିଯୁକ୍ତ ଅଟକ
ନୟାଗଡ,୧୪।୬ : ନୟାଗଡ ଜିଲ୍ଲା ଗଣିଆ ଥାନା ଅନ୍ତର୍ଗତ ପଣ୍ଡରାସିଂହା ଗାଁରେ ଗୁଳିକାଣ୍ଡ। ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ କିଶୋର ପ୍ରସାଦ ପଞ୍ଚାୟତ ଅଧୀନ ପତୁରିଆ ଗାଁର ରବୀନ୍ଦ୍ର ନାୟକ (୨୮)।
ପାଣ୍ଡରାସିଂହା ଛକରେ ଥିବା ଏକ ଗ୍ୟାରେଜରେ ରବୀନ୍ଦ୍ର ସନ୍ଧ୍ୟାରେ ବସିଥିଲେ। ଏହି ସମୟରେ କେତେ ଜଣ ଦୁର୍ବୃତ୍ତ ଆସି ତାଙ୍କ ଉପରକୁ ଗୁଳିମାଡ କରି ଫେରାର ହୋଇଯାଇଥିଲେ। ଗୁଳିଟି ରବିନ୍ଦ୍ରଙ୍କ ଛାତିରେ ପଶି ପିଠି ପଟେ ବାହାରିଯାଇଥିଲେ। ଏଥିରେ ରବିନ୍ଦ୍ର ଗୁରୁତର ହୋଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଗଣିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ସେଠାରେ ଡାକ୍ତର ମୃତ ଘୋଷଣା କରିଥିଲେ। ଖବର ପାଇ ଗଣିଆ ପୁଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି। ଏହି ଘଟଣାରେ ପୁଲିସ ଜଣଙ୍କୁ ଅଟକ ରଖିବା ସହ ବନ୍ଧୁକ ଜବତ କରିଛି।
ଆହୁରି ପଢନ୍ତୁ : ପୃଥକ ଦୁର୍ଘଟଣା : ଟ୍ରକ ଧକ୍କାରେ ୩ ଜଣଙ୍କ ମୃତ୍ୟୁ, ଅଜଣା ଗାଡି ଧକ୍କାରେ ୨ ଭାଇ ମୃତ
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ PRAMEYA - ପ୍ରମେୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।