ରିଲିଫ୍ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ମନ୍ତ୍ରୀମାନଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧ ।୮ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ବନ୍ୟା ପରିସ୍ଥିତିର ପରିଚାଳନା ପାଇଁ ମନ୍ତ୍ରୀମାନଙ୍କୁ ଦାୟିତ୍ୱ ଦେଇଛନ୍ତି । ଆକାଶ ମାର୍ଗରୁ ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିବା ପରେ ମୁଖ୍ୟମନ୍ତ୍ରୀ ଆଜି ରିଲିଫ୍ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ କରିବା ପାଇଁ ମନ୍ତ୍ରୀମାନଙ୍କୁ ଦାୟିତ୍ୱ ପ୍ରଦାନ କରିଛନ୍ତି ।
ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କୁ କେନ୍ଦ୍ରାପଡ଼ା ଓ ଜଗତସିଂହପୁର, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ ବାଲେଶ୍ୱର, ଭଦ୍ରକ ଓ ଯାଜପୁର, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ପୁରୀ ଜିଲ୍ଲା ଏବଂ ପଞ୍ଚାୟତିରାଜ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବିନାରାୟଣ ନାଏକଙ୍କୁ ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ରିଲିଫ୍ ଓ ପୁନରୁଦ୍ଧାର କାର୍ଯ୍ୟର ତଦାରଖ ପାଇଁ ଦାୟିତ୍ୱ ଦିଆଯାଇଛି । ଏହାସହିତ ଅନ୍ୟମନ୍ତ୍ରୀମାନେ ପ୍ରଭାରୀ ମନ୍ତ୍ରୀ ଭାବେ ନିଜ ନିଜ ଜିଲ୍ଲା ଗସ୍ତ କରି ସେଠାରେ ରିଲିଫ୍ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ କରିବେ ।
ଆହୁରି ପଢନ୍ତୁ : ବନ୍ୟା ପରିସ୍ଥିତିର ମୁକାବିଲା : କେନ୍ଦ୍ରରୁ ଓଡିଶାକୁ ଦ୍ୱିତୀୟ କିସ୍ତିରେ ୫୦୦ କୋଟି ଟଙ୍କା ମଞ୍ଜୁର
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ PRAMEYA - ପ୍ରମେୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।