ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ନାଁରେ ନାମିତ ହେଲା ଫୁଲବାଣୀ ସରକାରୀ ମେଡିକାଲ କଲେଜ
ଭୁବନେଶ୍ବର, ୨୮।୭ : ଫୁଲବାଣୀ ସରକାରୀ ମେଡିକାଲ କଲେଜର ନାମ ବଦଳିଛି। ଏଣିକି ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ ଫୁଲବାଣୀ ଭାବେ ପରିଗଣିତ ହେବ। ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଆଜି ଏ ସଂପର୍କିତ ବିଜ୍ଞପ୍ତି ପ୍ରକାଶ ପାଇଛି। ଫୁଲବାଣୀ ସରକାରୀ ମେଡିକାଲ କଲେଜର ନାମ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ନାଁରେ ନାମିତ କରିବା ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ନେବାର ଦିନକ ପରେ ଏହାର ନାଁ ବଦଳିଛି।
ସୂଚନାଯୋଗ୍ୟ ଯେ, ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ଅମ୍ଳାନ ସୃତିକୁ ଉଜ୍ଜୀବିତ କରି ରଖିବା ପାଇଁ ତଥା କନ୍ଧମାଳର ଜନଜାତିଙ୍କ ପାଇଁ ତାଙ୍କ ସେବା ଓ ତ୍ୟାଗକୁ ସମ୍ମାନ ଜଣାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କନ୍ଧମାଳରେ ପ୍ରତିଷ୍ଠିତ ସରକାରୀ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟ, ଫୁଲବାଣୀ’କୁ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ନାମରେ ନାମିତ କରିବା ପାଇଁ ନିଷ୍ପତ୍ତି ନେଇଥିଲେ। ଏହା ସହିତ ଜଲେଶପଟ୍ଟାରେ ଥିବା ତାଙ୍କର ଆଶ୍ରମ, ଆଶ୍ରମ ସ୍କୁଲ ଏବଂ କନ୍ୟାଶ୍ରମର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ CMSA ପାଣ୍ଠିରୁ ୧୩ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ସ୍ୱାମୀଜୀଙ୍କ ଆଶ୍ରମର ଐତିହ୍ୟକୁ ସୁରକ୍ଷିତ ତଥା ସ୍ମରଣୀୟ କରିବା ପାଇଁ ଏହି ଅର୍ଥ ବରାଦ କରାଯାଇଛି ।
ଆହୁରି ପଢନ୍ତୁ : ଲୋକେ ସୁରକ୍ଷିତ ସ୍ଥାନକୁ ଯିବାକୁ ଅନୁରୋଧ କଲେ ରାଜସ୍ବ ମନ୍ତ୍ରୀ, ୩ ଆଇଏଏସଙ୍କୁ ଦିଆଗଲା ଦାୟିତ୍ବ
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ PRAMEYA - ପ୍ରମେୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।