୬ ବିଭାଗର ୧୧ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟରେ ଅନୁମୋଦନ, ପିଏମ ଆବାସ ଯୋଜନା ୨.୦କୁ ମଞ୍ଜୁରୀ
ଭୁବନେଶ୍ବର: ଶନିବାର ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି l ବୈଠକ ପରେ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ କ୍ୟାବିନେଟ ବୈଠକର ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଥିଲେ l
ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଛି l ଅର୍ଥ ବିଭାଗର ୧ଟି, ଆଇନ ବିଭାଗର ୧ଟି, ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ (ଏସଟି ଏସସି ) ବିଭାଗର ୧ଟି, କୃଷି ଓ କୃଷକ ସଶକ୍ତିକରଣ ବିଭାଗର ୧ଟି, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ୨ ଟି ଏବଂ ଜଳସମ୍ପଦ ବିଭାଗର ସର୍ବାଧିକ ୫ ଟି, ଏହିପରି ମୋଟ ୬ଟି ବିଭାଗର ୧୧ଟି ପ୍ରସ୍ତାବ ରାଜ୍ୟ କ୍ୟାବିନେଟ ବୈଠକରେ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଛି l
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ PRAMEYA - ପ୍ରମେୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।