Welcome!

Unlock your personalized experience.
Sign Up

Horoscope : ଏହି ରାଶିର ବ୍ୟକ୍ତିଙ୍କୁ ନୂତନ ନିଯୁକ୍ତିର ଖବର ମିଳିପାରେ

Jul 10, 2026 - 18:44
Horoscope : ଏହି ରାଶିର ବ୍ୟକ୍ତିଙ୍କୁ ନୂତନ ନିଯୁକ୍ତିର ଖବର ମିଳିପାରେ

ମେଷ : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଆର୍ଥିକ ଠକାମିରେ ପଡ଼ିବେ । ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ଚାଲିଚଳନ, ବ୍ୟବହାର ବିବାଦୀୟ ହେବ ଏବଂ ଅଯଥା ଶତ୍ରୁବୃଦ୍ଧି ଘଟିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ଦ୍ୱିଜା ଓ କୃତ୍ତିକା ମେଷ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୩, ଆରାଧନା : ପ୍ରଭୁ ହନୁମାନ ।

ବୃଷ : ଘାତବାର ଓ ଶ୍ରୀଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ବନ୍ଧୁବାନ୍ଧବଙ୍କ ସହ ସଦ୍‌ଭାବ ଏବଂ ଲକ୍ଷ୍ମୀଙ୍କର କୃପା ପ୍ରାପ୍ତି ହେବ । ମୂଲ୍ୟବାନ ଧାତୁ, ଭୂମି, ଯାନବାହନ, ବସନଭୂଷଣ, ସୌଖୀନ ଘରୋଇ ଉପକରଣ କ୍ରୟ କରିବେ ଏବଂ ଆମୋଦପ୍ରମୋଦରେ ଅଧିକ ଧ୍ୟାନ ଦେବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ଓ ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ମୃଗଶିରା ବୃଷ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୧୨, ଆରାଧନା : ମା’ ତ୍ରିପୁର ସୁନ୍ଦରୀ ।

ମିଥୁନ : ଦ୍ୱାଦଶ ଚନ୍ଦ୍ର ସକାଳ ୫ଟା ୨୩ ମିନିଟ୍‌ ପରେ ଦ୍ୱାଦଶୀ ତିଥି ଯୋଗୁ ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ପୂର୍ଣ୍ଣାଙ୍ଗ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ । ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ବ୍ୟବସାୟ କର୍ମରେ କୌଣସି ଦୂରସ୍ଥାନକୁ ଯାତ୍ରା କରିବେ । କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ଯେଉଁମାନଙ୍କର ମୃଗଶିରା ଓ ଆର୍ଦ୍ରା ମିଥୁନ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : କଫି, ସଂଖ୍ୟା : ୮, ଆରାଧନା : ମା’ ଷୋଡ଼ଶୀ ।

କର୍କଟ : ଏକାଦଶ ଚନ୍ଦ୍ର, ଏକାଦଶୀ ତିଥି ଏବଂ ରବି, ଚନ୍ଦ୍ର ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା, ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ ଏବଂ ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧାସୁଯୋଜ ହାସଲ କରିବେ । ଯେଉଁମାନଙ୍କର ପୁଷ୍ୟା କର୍କଟ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ସିଲ୍‌ଭର, ସଂଖ୍ୟା :୫, ଆରାଧନା : ମା’ ସମଲେଶ୍ୱରୀ ।

ସିଂହ : ଘାତବାର ଓ କୃଷ୍ଣପକ୍ଷର ଦଶମ ଚନ୍ଦ୍ର ଏବଂ ରବି, ଚନ୍ଦ୍ର ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ । ପୂର୍ବରୁ ହୋଇଥିବା କ୍ଷତିର ଭରଣା କରିବାରେ କିଛି ମାତ୍ରାରେ ସମର୍ଥ ହେବେ ଏବଂ ହୃତଧନ ଫେରିପାଇବେ । କର୍ମରେ ଉନ୍ନତି, କର୍ମପ୍ରତି ଏକାଗ୍ରତା ଓ ଆନ୍ତରିକତା ବୃଦ୍ଧି ପାଇବ ଏବଂ ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ଓ ଗୁରୁତ୍ୱ ରହିବ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ଘାତବାର ଯୋଗୁ ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ମଘା ସିଂହ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ଗଜାନନ ।

କନ୍ୟା : ଘାତବାର ଓ କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ ଏବଂ ନିଜର ପ୍ରୀୟ ବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କଠାରୁ ଅପମାନ ମିଳିବ । ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଖର୍ଚ୍ଚ ଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଅପମାନ, ଅପଯଶ, ଅପନିନ୍ଦା ମିଳିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ଉତ୍ତରାଫାଲ୍‌ଗୁନୀ ଓ ହସ୍ତା କନ୍ୟା,ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ମେରୁନ୍‌, ସଂଖ୍ୟା : ୪, ଆରାଧନା : ଭଗବାନ ବିଷ୍ଣୁ ।

ତୁଳା : ଅଷ୍ଟମ ଚନ୍ଦ୍ର, ଘାତତିଥି ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ, ଗ୍ୟାସ୍‌, ଇଲେକ୍ଟ୍ରିକ୍‌ ସରଞ୍ଜାମ ବ୍ୟବହାର ଏବଂ ଯାନବାହନ ଆରୋହଣ କାଳରେ ସର୍କତା ଅବଲମ୍ବନ କରିବବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି ନେବାରେ ବିଫଳ ହେବେ ଏବଂ ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ଗ୍ରହଣ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ସ୍ୱାତୀ ଓ ବିଶାଖା ତୁଳା, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ସିଲ୍‌ଭର, ସଂଖ୍ୟା : ୨, ଆରାଧନା : ପ୍ରଭୁ ଶ୍ରୀରାମ ।

ବିଛା : ଘାତଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଦାମ୍ପତ୍ୟ ଜୀବନରେ ଝଡ଼ର ସୂତ୍ରପାତ ହେବ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ପରିଚିତ ମହିଳାଙ୍କ ସହ ବିବାଦ କିମ୍ବା ତାଙ୍କଠାରୁ ଅପମାନ ମିଳିପାରେ । ପୁତ୍ରକନ୍ୟ, ଭାତୃଭଗ୍ନିଙ୍କର ବୈବାହିକ କର୍ମରେ ବିଘ୍ନ ଦେଖାଦେବ ଏବଂ ନିଜର ଲୋକମାନେ ଶତ୍ରୁତା ଆଚରଣ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ବିଫଳତା ଏବଂ ମହିଳା ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁମାନଙ୍କର ବିଶାଖା ବିଛା, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୩, ଆରାଧନା : ମା’ ଚଣ୍ଡୀ ।

ଧନୁ : ଷଷ୍ଠ ଚନ୍ଦ୍ର ଓ ରବି, ଚନ୍ଦ୍ର ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଘାତତିଥିର ପ୍ରଭାବ ରହିବ ନାହିଁ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ପୂର୍ବରୁ ହୋଇଥିବା କ୍ଷତିର ଭରଣା କରିବାରେ କିଛି ମାତ୍ରାରେ ସମର୍ଥ ହେବେ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନସମ୍ପର୍କ ବୃଦ୍ଧି ପାଇବ ଏବଂ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ । ପୁରାତନ ରୋଗରୁ ଆରୋଗ୍ୟ ଲାଭ କରିବେ ଏବଂ ଦେହ, ମନ ସୁସ୍ଥ ରହିବ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ସମସ୍ତଙ୍କର ମନ ଜିଣିବାରେ ସମର୍ଥ ହେବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ସଫଳତା ଏବଂ ସମ୍ମାନ ମିଳିବ । ଯେଉଁମାନଙ୍କର ମୂଳା ଧନୁ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

ମକର : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର ସକାଳ ୫ଟା ୨୩ ମିନିଟ୍‌ ପରେ ଓ ଘାତତିଥି ୧୧ଟା ୨୮ ମିନିଟ୍‌ ପରେ  ଘାତ ନକ୍ଷତ୍ର ଯୋଗୁ ଅପମାନ, ଅପଯଶ, ଅପନିନ୍ଦା ମିଳିବ ଏବଂ ମନ ଅସ୍ଥିର, ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ । ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ଦୂରଦୃଷ୍ଟି, ଧୀଶକ୍ତି, ସ୍ମରଣ ଶକ୍ତି ହ୍ରାସ ପାଇବ ଏବଂ ପରିବାରରେ ଅଶାନ୍ତିର ବାତାବରଣ ସୃଷ୍ଟି ହେବ । ସନ୍ତାନମାନେ ବିଶୃଙ୍ଖଳିତ ହେବେ ଏବଂ ସେମାନଙ୍କ ଶିକ୍ଷା, ଦୀକ୍ଷା ଓ କର୍ମରେ ବିଘ୍ନ ଉପୁଜିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : କଳା, ସଂଖ୍ୟା : ୧୧, ଆରାଧନା : ମା’ କାଳୀ ।

କୁମ୍ଭ : ଚତୁର୍ଥ ଚନ୍ଦ୍ର, ଶନିବାର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା, ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ ଏବଂ ମହତ୍‌ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରିପାଇବେ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ଧନିଷ୍ଠା ଓ ଶତଭିଷା କୁମ୍ଭ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୬, ଆରାଧନା : ମା’ ଦୁର୍ଗା ।

ମୀନ : ତୃତୀୟ ଚନ୍ଦ୍ର, ରବି, ଚନ୍ଦ୍ର ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଆର୍ଥିକ ସ୍ଥିତି ସୁଦୃଢ଼ ହେବ । ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତିର ଖବର ମିଳିପାରେ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ଭାଇଭଉଣୀଙ୍କଠାରୁ ଆର୍ଥିକ ସହାୟତା ମିଳିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କର୍ମଶୁଳତା, କର୍ମ ତତ୍ପରତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁମାନଙ୍କର ଉତ୍ତରାଭାଦ୍ର ମୀନ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୯, ଆରାଧନା : ମା’ ତାରା ।

ଜ୍ୟୋତିର୍ବିଦ୍‌ : କୈଳାସ ଦାଶ

ଯୋଗାଯୋଗ : ୯୪୩୭୧୩୩୪୭୩

 

 

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ PRAMEYA - ପ୍ରମେୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।