horoscope : ଏହି ରାଶିର ବ୍ୟକ୍ତିଙ୍କ କ୍ଷେତ୍ରରେ ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ
ମେଷ : ଏକାଦଶ ଓ ଦ୍ୱାଦଶ ଚନ୍ଦ୍ର, ସୋମବାର ଓ ବୃହସ୍ପତିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ । ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ । ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ପୂର୍ଣ୍ଣାଙ୍ଗ କରିବାରେ ସମର୍ଥ ହେବେ ଏବଂ ସମସ୍ତ କର୍ମ ଆପଣଙ୍କ ପାଇଁ ସହଜ ହେବ । ଖର୍ଚ୍ଚ ପ୍ରତି ଅନାଗ୍ରହ, ସଞ୍ଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଆୟର ସିଂହ ଭାଗ ସଞ୍ଚୟରେ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ବ୍ୟବସାୟ କର୍ମରେ କୌଣସି ଦୂରସ୍ଥାନକୁ ଯାତ୍ରା କରିବେ । ଯେଉଁମାନଙ୍କର ଦ୍ୱିଜା ମେଷ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୩, ଆରାଧନା : ମା’ ଚଣ୍ଡୀ ।
ବୃଷ : ଦଶମ ଓ ଏକାଦଶ ଚନ୍ଦ୍ର, ସୋମବାର ଓ ଷଷ୍ଠୀ ତିଥି ଯୋଗୁ ଭାଗ୍ୟରେ, କର୍ମରେ , ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଜନସମ୍ପର୍କ ବୃଦ୍ଧି ପାଇବ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ସମସ୍ତ ଇପ୍ସିତ ପଦାର୍ଥ ହାତ ପାହାନ୍ତାରେ ଉପଲବ୍ଧ ହେବ । ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧାସୁଯୋଗ ହାସଲ କରିବେ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : କଫି, ସଂଖ୍ୟା : ୨, ଆରାଧନା : ପ୍ରଭୁ ଶ୍ରୀରାମ ।
ମିଥୁନ : ଘାତବାର ଓ ସକାଳ ୯ଟା ୫୭ ମନିଟ୍ ପର୍ଯ୍ୟନ୍ତ ଘାତଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଓ ପଦସ୍ଥ ଅଧିକାରୀ, ଗୁରୁଜନଙ୍କ ସହ କଥାବାର୍ତ୍ତା ବେଳେ ସତର୍କତା ଅବଲମ୍ବନ କରିବେ । ଏହାପରେ ଦଶମ ଚନ୍ଦ୍ର ଭୋଗ ହେଉଥିôବାରୁ ସ୍ଥିତିରେ ସାମାନ୍ୟ ପରିବର୍ତ୍ତନ ଆସିବ ଏବଂ ପୂର୍ବରୁ ହୋଇଥିବା କ୍ଷତିର ଭରଣା କରିବାରେ କିଛି ମାତ୍ରାରେ ସମର୍ଥ ହେବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ସବୁଜ, ସଂଖ୍ୟା : ୮, ଆରାଧନା : ଭଗବାନ ବିଷ୍ଣୁ ।
କର୍କଟ : ସକାଳ ୯ଟା ୫୭ ମିନିଟ୍ ପରେ ନବମ ଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ, ଗ୍ୟାସ୍, ଇଲେକ୍ଟ୍ରିକ୍ ଦ୍ରବ୍ୟ ବ୍ୟବହାର ଏବଂ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ପୁନର୍ବସୁ କର୍କଟ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୫, ଆରାଧନା : ମା’ଭୁବନେଶ୍ୱରୀ ।
ସିଂହ : ସକାଳ ୯ଟା ୫୨ ମିନିଟ୍ ପରେ ଅଷ୍ଟମ ଚନ୍ଦ୍ର ଯୋଗୁ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଖର୍ଚ୍ଚଭାରରେ ଅତିଷ୍ଠ ହୋଇ ଋଣଗ୍ରସ୍ତ ହେବେ । ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ ଏବଂ ସତ୍ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ଆଗ୍ରହ ରଖିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ ବିବାଦୀୟ ହେବ । ଯେଉଁମାନଙ୍କର ମଘା ସିଂହ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଧଳା, ସଂଖ୍ୟା : ୩, ଆରାଧନା : ମା’ ମାଣିକେଶ୍ୱରୀ ।
କନ୍ୟା : ଷଷ୍ଠ ଓ ସପ୍ତମ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ମାନସିକ, ପାରିବାରିକ ଶାନ୍ତି, ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ଏବଂ ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ପୁତ୍ରକନ୍ୟା, ଭାତୃଭଗ୍ନିଙ୍କ ବୈବାହିକ କର୍ମର ଆୟୋଜନ କରିବେ କିମ୍ବା ପରିବାର ସହ କୌଣସି ବୈବାହିକ କର୍ମରେ ଯୋଗଦେବେ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଓ ଜନସମ୍ପର୍କ ବୃଦ୍ଧି ପାଇବ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋନହର ଶକ୍ତି ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ସମ୍ମାନ ପ୍ରାପ୍ତ ହେବ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା : ୧୨, ଆରାଧନା : ମା’ ତ୍ରିପୁର ସୁନ୍ଦରୀ ।
ତୁଳା : ସକାଳ ୯ଟା ୫୭ ମିନିଟ୍ ପରେ ଷଷ୍ଠ ଚନ୍ଦ୍ର ଯୋଗୁ ହୃତ ଗୌରବ ଫେରିପାଇବେ ଏବଂ ରୋଗ, ଋଣ, ଶତ୍ରୁ , ମାନସିକ ଅବସାଦରୁ ମୁକ୍ତି ମିଳିବ ଏବଂ ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ । ପରୋପକାର, ସମାଜସେବା, ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ । କର୍ମରେ ଆଶାଠାରୁ ଅଧିକ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଓ ପ୍ରତିବନ୍ଧକ ଦୂର ହେବ । ଯେଉଁମାନଙ୍କର ସ୍ୱାତୀ ତୁଳା, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ପ୍ରଭୁ ଶ୍ରୀରାମ ।
ବିଛା : ସକାଳ ୯ଟା ୫୭ ମିନିଟ୍ ପରେ ପଞ୍ଚମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଇତର ଜନଠାରୁ ଅପମାନ ପାଇବେ । ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା ଲୋପ୍ ପାଇବ ଏବଂ ମନରେ ହତୋତ୍ସାହ ଭାବ ପ୍ରକାଶ ପାଇବ । ମନରେ ଅସ୍ଥିରତା, ଶରୀରରେ ପୀଡ଼ା ଏବଂ ନିଜର ପ୍ରିୟ ବନ୍ଧୁଙ୍କ ସହ ମନୋମାଳିନ୍ୟ ଏବଂ ଅଯଥା ଶତ୍ରୁବୃଦ୍ଧି ହେବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ବିଶାଖା ବିଛା, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ହନୁମାନ ।
ଧନୁ : ସକାଳ ୯ଟା ୪୭ ମିନିଟ୍ ପରେ ଘାତଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା, ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ଆର୍ଥିକ ଠକାମିରେ ପଡ଼ିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ମନ ଅସ୍ଥିର, ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ ଏବଂ ଆପଣଙ୍କର ବଦ୍ଖର୍ଚ୍ଚ ବୃଦ୍ଧି ପାଇବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ପହଞ୍ଚିବ ଏବଂ ପରିବହନ ବ୍ୟବସାୟରେ ବିପର୍ଯ୍ୟୟ ଘଟିବ । ଯେଉଁମାନଙ୍କର ମୂଳା ଧନୁ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୫, ଆରାଧନା : ମା’ ତାରା ।
ମକର : ସକାଳ ୯ଟା ୫୭ ମିନିଟ୍ ପରେ ତୃତୀୟ ଚନ୍ଦ୍ର ଯୋଗୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ପୂର୍ବରୁ ହୋଇଥିବା କ୍ଷତିର ଭରଣା କରିବାରେ ସମର୍ଥ ହେବେ । ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟ କରିବେ କିମ୍ବା ପୁତ୍ରକନ୍ୟା, ଭାତୃଭଗ୍ନିଙ୍କ ବୈବାହିକ କର୍ମର ଆୟୋଜନ କରିବେ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବଙ୍କ ସାହାଯ୍ୟ, ସହଯୋଗ ମିିଳିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତିବଦ୍ଧ ହେବେ । କର୍ମରେ ସଫଳତା ଓ ସମସ୍ତ କର୍ମରେ କାର୍ଯ୍ୟଦକ୍ଷତା ଓ ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ବାଇଗଣୀ, ସଂଖ୍ୟା : ୧୧, ଆରାଧନା : ମା’ ଚଣ୍ଡୀ ।
କୁମ୍ଭ : ସକାଳ ୯ଟା ୫୭ ମିନିଟ୍ ପରେ ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି ଏବଂ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ । ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ମୂଲ୍ୟମାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ର କୁମ୍ଭ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ମାଟିଆ, ସଂଖ୍ୟା : ୬, ଆରାଧନା : ମା’ ଦୁର୍ଗା ।
ମୀନ : ସକାଳ ୯ଟା ୫୭ ମିନିଟ୍ ପର୍ଯ୍ୟନ୍ତ ଘାତଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ଯେକୌଣସି କର୍ମ କରିବା ପୂର୍ବରୁ ଭଲ ଭାବରେ ଚିନ୍ତା କରିବେ । ଏହାପରେ ଶ୍ରୀଚନ୍ଦ୍ର, ସୋମବାର ଓ ବୃହସ୍ପତିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ସ୍ଥିତିରେ ସାମାନ୍ୟ ପରିବର୍ତ୍ତନ ଆସିବ ଏବଂ ପରିସ୍ଥିତି, ପରିବେଶ, ସମୟ ଆପଣଙ୍କ ସପକ୍ଷରେ ଯିବ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ ଓ ପରିବାର ସଦସ୍ୟଙ୍କ ସହଯୋଗ ମିଳିବ ଏବଂ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ମିଳିବ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ମା’ ତାରା ।
ଜ୍ୟୋତିର୍ବିଦ୍ : କୈଳାସ ଦାଶ
ଯୋଗାଯୋଗ : ୯୪୩୭୧୩୩୪୭୩