Horoscope : ଏହି ରାଶିର ବ୍ୟକ୍ତିଙ୍କ କ୍ଷେତ୍ରରେ ଶାରୀରିକ ପୀଡ଼ା ଭୋଗିବାର ଯୋଗ ରହିଛି
ମେଷ : ଦଶମ ଚନ୍ଦ୍ର, ଗୁରୁବାର ଓ ଚନ୍ଦ୍ର, ମଙ୍ଗଳ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ କର୍ମରେ ଉନ୍ନତି, କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ବୃଦ୍ଧି ପାଇବ ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା, କର୍ମତତ୍ପରତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ଓ ଗୁରୁତ୍ୱ ରହିବ ଏବଂ ବ୍ୟବସାୟ ଅପେକ୍ଷା କର୍ମରେ ଅଧିକ ସଫଳତା ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଗେରୁଆ, ସଂଖ୍ୟା : ୬, ଆରାଧନା : ପ୍ରଭୁ ହନୁମାନ ।
ବୃଷ : କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ଅପମାନ, ଅପଯଶ, ଅପନିନ୍ଦା ମିଳିବ ଏବଂ ଅପବ୍ୟୟ, ଅପଯଶର ଶିକାର ହେବେ । ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ଉନ୍ନତିମୂଳକ କର୍ମରେ ପ୍ରତିବନ୍ଧକ, ଧାର୍ମିକ କର୍ମରେ ବିଘ୍ନ ଦେଖାଦେବ ଏବଂ ପରିବାରର ବୟସ୍କ ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ମାନ, ସମ୍ମାନ ହାନି ହେବ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୧୨, ଆରାଧନା : ପ୍ରଭୁ ଶ୍ରୀରାମ ।
ମିଥୁନ : ଅଷ୍ଟମ ଚନ୍ଦ୍ର, ଗୁରୁବାର ଓ ପ୍ରତିପଦା ତିଥି ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ, ଗ୍ୟାସ୍, ଇଲେକ୍ଟ୍ରିକ୍ ସରଞ୍ଜାମ ବ୍ୟବହାର, ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁମାନଙ୍କର ପୁନର୍ବସୁ ମିଥୁନ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା : ୪, ଆରାଧନା : ମା’ ତ୍ରିପୁର ସୁନ୍ଦରୀ ।
କର୍କଟ : ସପ୍ତମ ଚନ୍ଦ୍ର, ଗୁରୁବାର ଓ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିôବାରୁ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ ଏବଂ ସମସ୍ତ ଇପ୍ସିତ ପଦାର୍ଥ ହାତପାହାନ୍ତାରେ ଉପଲବ୍ଧ ହେବ । ମାନସିକ, ପାରିବାରିକ ଶାନ୍ତି, ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ଏବଂ ସହଧର୍ମିଣୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ଯେଉଁମାନଙ୍କର ପୁଷ୍ୟା କର୍କଟ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୩, ଆରାଧନା : ଭଗବାନ ଶିବ ।
ସିଂହ : ଘାତଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର କଲାବେଳେ ସତର୍କତା ଅବଲମ୍ବନ କରିବେ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବଙ୍କ ସହ କଥାବାର୍ତ୍ତା ବେଳେ ଯଥାସମ୍ଭବ ବାକ୍ ସଂଯମତା ରକ୍ଷାକରିବେ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ନିଜର ଲୋକମାନେ ଶତ୍ରୁତା ଆଚରଣ କରିବେ ଏବଂ ପରିବାରରେ ଅଶାନ୍ତିର ବାତାବରଣ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ବହୁବିଧ ସମସ୍ୟାର ସମ୍ମୁଖୀନ ହେବେ । ଯେଉଁମାନଙ୍କର ପୁର୍ବାଫାଲ୍ଗୁନୀ ସିଂହ, ସେମାନେ ସତର୍କତା ଅବଲମ୍ବନ କରିବେ ।
ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୩, ଆରାଧନା : ମା’ ମାଣିକେଶ୍ୱରୀ ।
କନ୍ୟା : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର, ଘାତ ନକ୍ଷତ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଇତର ଜନଠାରୁ ଅପମାନ ପାଇବେ । ମନ ଅସ୍ଥିର, ବିଷାଦଗ୍ରସ୍ତ, ଚାପଗ୍ରସ୍ତ ରହିବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ସନ୍ତାନମାନେ ବିଶୃଙ୍ଖଳିତ ହେବେ ଏବଂ ତାଙ୍କ ଶିକ୍ଷା, ଦୀକ୍ଷା ଓ କର୍ମରେ ବିଘ୍ନ ଘଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ସତର୍କତା ଅବଲମ୍ବନ କରିବେ ।
ଶୁଭ ରଙ୍ଗ : କଫି, ସଂଖ୍ୟା : ୧୨, ଆରାଧନା : ମା’ ଛିନ୍ନମସ୍ତା ।
ତୁଳା : କୃଷ୍ଣପକ୍ଷର ଚତୁର୍ଥ ଚନ୍ଦ୍ର, ଘାତବାର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ହେବ । ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରିପାଇବେ ଏବଂ ପାରିବାରିକ ବିବାଦ, ଜମିଜମା ବିବାଦର ସମାଧାନ ହେବ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ । ଯେଉଁମାନଙ୍କର ଚିତ୍ରା ଓ ସ୍ୱାତୀ ତୁଳା, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ମା’ କାଳୀ ।
ବିଛା : ତୃତୀୟ ଚନ୍ଦ୍ର,ଗୁରୁବାର ଓ ଚନ୍ଦ୍ର, ମଙ୍ଗଳ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ କର୍ମ ନିଯୁକ୍ତି ମିଳିପାରେ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ଭାଇଭଉଣୀଙ୍କ ସହଯୋଗ ମିଳିବ ଏବଂ ସମସ୍ତଙ୍କ ସହଯୋଗରେ ଉନ୍ନତିମୂଳକ କର୍ମରେ ଅଗ୍ରସର ହେବେ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କାର୍ଯ୍ୟଦକ୍ଷତା ଓ ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ଯେଉଁମାନଙ୍କର ଅନୁରାଧନା ବିଛା, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୧୧, ଆରାଧନା : ମା’ ଚଣ୍ଡୀ ।
ଧନୁ : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଆର୍ଥିକ ଠକାମିରେ ପଡ଼ିବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ କିମ୍ବା ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।
ମକର : ଶ୍ରୀଚନ୍ଦ୍ର ଓ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଲକ୍ଷ୍ମୀଙ୍କର କୃପା, ସ୍ୱଜନ, ପରିଜନଙ୍କ ସହାୟତା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ଆମୋଦପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ପରିବାର ପ୍ରତି ଅଧିକ ଧ୍ୟାନ ଦେବେ । ପରୋପକାର, ସମାଜସେବା, ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ସମସ୍ତଙ୍କ ପ୍ରତି ସମର୍ପଣ ଭାବ ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ସହକର୍ମୀଙ୍କ ସହଯୋଗ ଓ ପଦସ୍ଥ ଅଧିକାରୀଙ୍କ କୃପା ଲାଭ କରିବେ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୬, ଆରାଧନା : ମା’ ବିମଳା ।
କୁମ୍ଭ : କୃଷ୍ଣପକ୍ଷର ଦ୍ୱାଦଶ ଚନ୍ଦ୍ର, ଘାତବାର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନ ଅସ୍ଥିର, ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର କମ୍ ରହିବ ଏବଂ ଅପବ୍ୟୟ, ଅପଯଶ, ଅପବାଦରୁ ସାମୟିକ ମୁକ୍ତି ମିଳିବ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରିବେ । ପୂର୍ବରୁ ହୋଇଥିବା କ୍ଷତିର ଭରଣା କରିବାରେ କିଛି ମାତ୍ରାରେ ସମର୍ଥ ହେବେ ଏବଂ ଆୟରେ ସୁଧାର ଆସିବ । ଯେଉଁମାନଙ୍କର ଧନିଷ୍ଠା ଓ ଶତଭିଷା କୁମ୍ଭ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : କଳା, ସଂଖ୍ୟା : ୧୧, ଆରାଧନା : ମା’ କାଳୀ ।
ମୀନ : ଏକାଦଶ ଚନ୍ଦ୍ର, ଗୁରୁବାର ଓ ଚନ୍ଦ୍ର, ମଙ୍ଗଳ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ କିଛି ମାତ୍ରାରେ ସମର୍ଥ ହେବେ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ପରିବେଶ, ପରିସ୍ଥିତି ଓ ସମୟ ଆପଣଙ୍କ ସପକ୍ଷରେ ଯିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ପ୍ରଭୁ ଗଜାନନ ।
ଜ୍ୟୋତିର୍ବିଦ୍ : କୈଳାସ ଦାଶ
ଯୋଗାଯୋଗ : ୯୪୩୭୧୩୩୪୭୩
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ PRAMEYA - ପ୍ରମେୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।