Horoscope : ଏହି ରାଶିର ବ୍ୟକ୍ତି ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି
ମେଷ : ଘାତଚନ୍ଦ୍ର ଯୋଗୁ ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ନିଜର ଲୋକ, ବନ୍ଧୁବାନ୍ଧବଙ୍କ ବିରୋଧର ଶିକାର ହେବେ । ଅପମାନ, ଅପଯଶ, ଅପନିନ୍ଦା ମିଳିବ ଏବଂ ମନ ଅସ୍ଥିର, ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । କର୍ମରେ ବିଫଳତା ଓ ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁମାନଙ୍କର ଦ୍ୱିଜା ମେଷ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୬, ଆରାଧନା : ମା’ ଚଣ୍ଡୀ ।
ବୃଷ : ଦ୍ୱାଦଶ ଚନ୍ଦ୍ର ଓ ଶୁକ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ପୂର୍ଣ୍ଣାଙ୍ଗ କରିବାରେ ସମର୍ଥ ହେବେ ଏବଂ ସମସ୍ତ କର୍ମ ଆପଣଙ୍କ ପାଇଁ ସହଜ ହେବ । ସୁଖର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର ଶ୍ରେଷ୍ଠତା ପ୍ରତିପାଦନ କରିବେ । ଯେଉଁମାନଙ୍କର କୃତ୍ତିକା ଓ ରୋହିଣୀ ବୃଷ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ଧଳା, ସଂଖ୍ୟା : ୧୨, ଆରାଧନା : ମା’ କମଳା ।
ମିଥୁନ : ଏକାଦଶ ଚନ୍ଦ୍ର ଓ ଘାତତିଥି ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ଶାରୀରିକ ପୀଡ଼ା ଭୋଗିବେ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧନ ଓ ଧ୍ୟାନ ଉଭୟ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା : ୮, ଆରାଧନା : ଭଗବାନ ବିଷ୍ଣୁ ।
କର୍କଟ : ଦଶମ ଚନ୍ଦ୍ର, ଗୁରୁବାର ଯୋଗୁ ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ଓ ଗୁରୁତ୍ୱ ରହିବ ଏବଂ ବ୍ୟବସାୟ ଅପେକ୍ଷା କର୍ମରେ ଅଧିକ ସଫଳତା ମିଳିବ । କର୍ମରେ ଉନ୍ନତି, କର୍ମପ୍ରତି ଏକାଗ୍ରତା ଓ ଆନ୍ତରିକତା ବୃଦ୍ଧି ପାଇବ ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା, କର୍ମ ତତ୍ପରତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ମନରେ ସତ୍ଚିନ୍ତା, ସତ୍ଭାବନା ପ୍ରକାଶ ପାଇବ ଏବଂ ସତ୍କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ସମ୍ମାନ, ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ପୁଷ୍ୟା କର୍କଟ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୩, ଆରାଧନା : ମା’ ସମଲେଶ୍ୱରୀ ।
ସିଂହ : କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମନ ଅସ୍ଥିର, ବିଷାଦଗ୍ରସ୍ତ, ଚାପଗ୍ରସ୍ତ ରହିବ ଏବଂ ଚାଳିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ଗ୍ରହଣ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ବିରୋଧର ଶିକାର ହେବେ । ଯେଉଁମାନଙ୍କର ପୂର୍ବାଫାଲ୍ଗୁନୀ ସିଂହ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଧଳା, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ହନୁମାନ ।
କନ୍ୟା : ଅଷ୍ଟମ ଚନ୍ଦ୍ର, ଅଷ୍ଟମୀ ତିଥି, ଘାତତିଥି ଯୋଗୁ ମନରେ ବିରକ୍ତିଭାବ, ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ପରିବାରରେ ଅଶାନ୍ତିର ପରିବେଶ ସୃଷ୍ଟି ହେବ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ ଏବଂ ସତ୍ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ଚିତ୍ରା କନ୍ୟା,ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : କଫି, ସଂଖ୍ୟା : ୧୨, ଆରାଧନା : ମା’ ଷୋଡ଼ଶୀ ।
ତୁଳା : ସପ୍ତମ ଚନ୍ଦ୍ର, ଘାତବାର ଓ ଶୁକ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ । ମାନସିକ, ପାରିବାରିକ ଶାନ୍ତି, ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ଏବଂ ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ପଡ଼ୋଶୀଙ୍କ ସାହାଯ୍ୟ, ସହଯୋଗ ମିଳିବ ଏବଂ ସମସ୍ତଙ୍କର ମନ ଜିଣିବାରେ ସମର୍ଥ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ଯେଉଁମାନଙ୍କର ସ୍ୱାତୀ ତୁଳା, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ମା’ କମଳା ।
ବିଛା : ଷଷ୍ଠ ଚନ୍ଦ୍ର, ଗୁରୁବାର ଯୋଗୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନସମ୍ପର୍କ ବୃଦ୍ଧି ପାଇବ ଏବଂ ଗୁରୁଜନଙ୍କ କୃପା ଲାଭ କରିବେ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋନହର ଶକ୍ତି ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ଅନୁରାଧନା ବିଛା, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୩, ଆରାଧନା : ପ୍ରଭୁ ହନୁମାନ ।
ଧନୁ : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର, ଘାତ ନକ୍ଷତ୍ର ଯୋଗୁ ଅପମାନ, ଅପଯଶ, ଅପନିନ୍ଦା ମିଳିବ ଏବଂ ଅପବ୍ୟୟ, ଅପଯଶ, ଅପବାଦର ଶିକାର ହେବେ । ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ଦୂରଦୃଷ୍ଟି, ଧୀଶକ୍ତି, ସ୍ମରଣ ଶକ୍ତି ହ୍ରାସ ପାଇବ ଏବଂ ମନ ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବେ । ସନ୍ତାନମାନଙ୍କ ଶିକ୍ଷା, ଦୀକ୍ଷା, କର୍ମ ଓ ପିତାମତାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ ଏବଂ ପାରିବାରିକ ବିବାଦ ଉଗ୍ରରୂପ ଧାରଣ କରିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୫, ଆରାଧନା : ମା’ ତାରା ।
ମକର : ଚତୁର୍ଥ ଚନ୍ଦ୍ର ଓ ଶୁକ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା,ଅଭିଳାଷ ପୂର୍ଣ୍ଣ ହେବ । ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା, ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ମାଲିମକଦ୍ଦମାରେ ବିଜୟ ହାସଲ କରିବେ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ ଓ ପଡ଼ୋଶୀଙ୍କ ସାହାଯ୍ୟ, ସହଯୋଗ ପ୍ରାପ୍ତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ବ୍ୟବସାୟ କର୍ମରେ କୌଣସି ଦୂରସ୍ଥାନକୁ ଯାତ୍ରା କରିବେ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୧୧, ଆରାଧନା : ମା’ ଦୁର୍ଗା ।
କୁମ୍ଭ : ଘାତବାର ଓ ତୃତୀୟ ଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ଶୁକ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆମୋଦପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ବାଇଗଣୀ, ସଂଖ୍ୟା : ୩, ଆରାଧନା : ମା’ ଚଣ୍ଡୀ ।
ମୀନ : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଆର୍ଥିକ ଠକାମିରେ ପଡ଼ିବେ । ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଦୁଇଗୁଣ ଅଧିକ ହେବ ଏବଂ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ । କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁମାନଙ୍କର ରେବତୀ ମୀନ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା: ମା’ ଧୂମାବତୀ ।
ଜ୍ୟୋତିର୍ବିଦ୍ : କୈଳାସ ଦାଶ
ଯୋଗାଯୋଗ : ୯୪୩୭୧୩୩୪୭୩
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ PRAMEYA - ପ୍ରମେୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।