horoscope : ଏହି ରାଶିର ବ୍ୟକ୍ତି ଶାରୀରିକ ପୀଡ଼ା ଭୋଗିପାରନ୍ତି

Jul 03, 2026 - 21:10
horoscope : ଏହି ରାଶିର ବ୍ୟକ୍ତି ଶାରୀରିକ ପୀଡ଼ା ଭୋଗିପାରନ୍ତି
ମେଷ : ଏକାଦଶ ଚନ୍ଦ୍ର ଓ ମଙ୍ଗଳ ତଥା ରାହୁ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରିପାଇବେ । ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ଖର୍ଚ୍ଚ ପ୍ରତି ଅନାଗ୍ରହ, ସଞ୍ଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମ ସ୍ଥାନର ସମସ୍ତ ସୁବିଧାସୁଯୋଗ ହାସଲ କରିବେ । ଯେଉଁମାନଙ୍କର ଦ୍ୱିଜା ମେଷ, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୧୧, ଆରାଧନା : ମା’ ଚଣ୍ଡୀ । ବୃଷ : ଘାତବାର ଅପରାହ୍ଣ ୧୨ଟା ୪୦ ମିନିଟ୍ ପର୍ଯ୍ୟନ୍ତ ଘାତତିଥି ଏବଂ ଦଶମ ଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନ ଅସ୍ଥିର, ବିଷାଦଗ୍ରସ୍ତ, ଚାପଗ୍ରସ୍ତ ରହିବ ଏବଂ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ମନରେ ସତ୍ଚିନ୍ତା, ସତ୍ଭାବନା ପ୍ରକାଶ ପାଇବ ଏବଂ ସତ୍କର୍ମରେ ଅଧିକ ଆଗ୍ରହ ରହିବ । ଆଜି ଯେକୌଣସି କର୍ମ କରିବେ, ସେଥିରେ ଶତପ୍ରତିଶତ ସଫଳତା ପାଇବେ ଏବଂ ସମସ୍ତ କର୍ମରେ ଆପଣଙ୍କର କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଦେହ, ମନ ସୁସ୍ଥ ରହିବ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ : ସବୁଜ, ସଂଖ୍ୟା : ୧୨, ଆରାଧନା : ତ୍ରିପୁର ସୁନ୍ଦରୀ । ମିଥୁନ : ଘାତଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ ଏବଂ ନିଜର ପ୍ରୀୟ କିମ୍ବା ପୁରାତନ ବନ୍ଧୁଙ୍କଠାରୁ ଅପମାନ ପାଇବେ । ମନ ଅସ୍ଥିର, ବିଷାଦଗ୍ରସ୍ତ, ଚାପଗ୍ରସ୍ତ ରହିବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଉନ୍ନତିମୂଳକ କର୍ମରେ ପ୍ରତିବନ୍ଧକ, ଧାର୍ମିକ କର୍ମରେ ବିଘ୍ନ ଦେଖାଦେବ ଏବଂ ମନରେ ହତୋତ୍ସାହ ଭାବ ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ସତର୍କ ହେବେ । ଶୁଭ ରଙ୍ଗ : କଫି, ସଂଖ୍ୟା : ୮, ଆରାଧନା : ମା’ ଛିନ୍ନମସ୍ତା । କର୍କଟ : ଅଷ୍ଟମ ଚନ୍ଦ୍ର, ଶନିବାର ଏବଂ ଅପରାହ୍ଣ ୧ଟା ୪୪ ମିନିଟ୍ ପରେ ରାହୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ, ଗ୍ୟାସ୍, ଇଲେକ୍ଟ୍ରିକ୍ ଦ୍ରବ୍ୟ ବ୍ୟବହାର ଏବଂ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ଅଶ୍ଳେଷା କର୍କଟ, ସେମାନେ ସତର୍କ ହେବେ । ଶୁଭ ରଙ୍ଗ : ଧଳା, ସଂଖ୍ୟା : ୧, ଆରାଧନା : ଭାଗବାନ ଶିବ । ସିଂହ : ସପ୍ତମ ଚନ୍ଦ୍ର, ଘାତବାର ଓ ମଙ୍ଗଳ, ରାହୁ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ । ମାନସିକ, ପାରିବାରିକ ଶାନ୍ତି, ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ଏବଂ ପରିଚିତ ମହିଳାଙ୍କଠାରୁ ସହାୟତା, ସହଯୋଗ ଓ ଧନ ମିଳିବ । ପୁତ୍ୟକନ୍ୟା, ଭାତୃଭଗ୍ନିଙ୍କ ବୈବାହିକ କର୍ମର ଆୟୋଜନ କରିବେ ଏବଂ ପରିବାର ସହିତ କୌଣସି ଶୁଭକର୍ମରେ ଯୋଗଦେବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ପୂର୍ବାଫାଲ୍ଗୁନୀ ସିଂହ, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୩, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ । କନ୍ୟା : ଷଷ୍ଠ ଚନ୍ଦ୍ର, ଘାତବାର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ପରୋପକାର, ସମାଜସେବା, ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ରୋଗ, ଋଣ, ଶତ୍ରୁ-ଏଥିରୁ ସାମୟିକ ମୁକ୍ତି ମିଳିବ ଏବଂ ଦେହ, ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା : ୪, ଆରାଧନା : ମା’ ଷୋଡ଼ଶୀ । ତୁଳା : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର ଅପରାହ୍ଣ ୧ଟା ୪୪ ମିନିଟ୍ ପରେ ଘାତନକ୍ଷତ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଇତର ଜନଠାରୁ ଅପମାନ ପାଇବେ । ମନ ଅସ୍ଥିର, ବିଷାଦଗ୍ରସ୍ତ, ଚାପଗ୍ରସ୍ତ ରହିବ ଏବଂ ଅପମାନ, ଅପଯଶ, ଅପନିନ୍ଦା ମିଳିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ଚିତ୍ରା ଓ ସ୍ୱାତୀ ତୁଳା, ସେମାନେ ସତର୍କ ହେବେ । ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ପ୍ରଭୁ ଶ୍ରୀରାମ । ବିଛା : କୃଷ୍ଣପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା, ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧନ ଅଧିକ ବ୍ୟୟ କରିବେ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବଙ୍କ ସହଯୋଗ ମିଳିବ ଏବଂ ପରିବାରରେ ସୁଖଶାନ୍ତି ଅତୁଟ ରହିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ହନୁମାନ । ଧନୁ : କୃଷ୍ଣପକ୍ଷର ତୃତୀୟ ଚନ୍ଦ୍ର ଓ ମଙ୍ଗଳ, ରାହୁ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ, ପଡ଼ୋଶୀଙ୍କ ସହଯୋଗ ଏବଂ ଭାଇଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ମନରେ ଦୃଢ଼ ଇଚ୍ଚାଶକ୍ତି, ଆତ୍ମବିଶ୍ୱାସ ପ୍ରକାଶ ପାଇବ ଏବଂ ମନୋବଳ ଦୃଢ଼ ହେବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ନିଜର ଶ୍ରେଷ୍ଠତା ପ୍ରତିପାଦନ କରିବେ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୫, ଆରାଧନା : ମା’ ତାରା । ମକର : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିବେ ଏବଂ ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ କର୍ମପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ଧନିଷ୍ଠା ମକର, ସେମାନେ ସତର୍କ ହେବେ । ଶୁଭ ରଙ୍ଗ : କଳା, ସଂଖ୍ୟା : ୧୧, ଆରାଧନା : ମା’ କଳୀ । କୁମ୍ଭ : ଶ୍ରୀଚନ୍ଦ୍ର, ଶନିବାର ଓ ମଙ୍ଗଳ, ରାହୁ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଲକ୍ଷ୍ମୀଙ୍କର କୃପା, ବନ୍ଧୁବାନ୍ଧବଙ୍କ ସହଯୋଗ, ପଡ଼ୋଶୀଙ୍କ ସହ ସଦ୍ଭାବ ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ମୂଲ୍ୟବାନ ଧାତୁ, ବସନଭୂଷଣ, ସୌଖୀନ ଘରୋଇ ଉପକରଣ କ୍ର୍ରୟ କରିବେ ଏବଂ ପରିବାରରେ ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ ଏବଂ କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ପୂର୍ବଭାଦ୍ର କୁମ୍ଭ, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ : ବାଇଗଣୀ, ସଂଖ୍ୟା : ୩, ଆରାଧନା : ମା’ ଦୁର୍ଗା । ମୀନ : ଘାତଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ବଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଅପବ୍ୟୟ, ଅପବାଦ, ଅପଯଶର ଶିକାର ହେବେ ଏବଂ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟଠାରୁ ବ୍ୟୟ ଦୁଇଗୁଣ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ସୁଧୁରିଯିବ । କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ଉତ୍ତରଭାଦ୍ର ଓ ରେବତୀ ମୀନ, ସେମାନେ ସତର୍କ ହେବେ । ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ମା’ ମାଣିକେଶ୍ୱରୀ । ଜ୍ୟୋତିର୍ବିଦ୍ : କୈଳାସ ଦାଶ ଯୋଗାଯୋଗ : ୯୪୩୭୧୩୩୪୭୩