Indian Idol 16 finale: ଇଣ୍ଡିଆନ୍ ଆଇଡଲ୍ ଫାଇନାଲ୍ରେ ଜ୍ୟୋତିର୍ମୟୀ, ସୋସିଆଲ୍ ମିଡ଼ିଆରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର ୦୯/୦୭ : ଓଡ଼ିଶାର ସଙ୍ଗୀତ ଦୁନିଆ ପାଇଁ ଗର୍ବର ମୁହୂର୍ତ୍ତ ।ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ରଗ୍ରାଣ୍ଡ୍ ଫିନାଲେରେ ପହଞ୍ଚିଛନ୍ତି ସୁମଧୁର କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ । ତାଙ୍କର ଏହି ଅସାଧାରଣ ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁଅଭିନନ୍ଦନ ଜଣାଇଛନ୍ତି ।
ସୋସିଆଲ୍ ମିଡିଆରେ ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଛନ୍ତି,‘ଜାତୀୟ ସ୍ତରର ପ୍ରତିଷ୍ଠିତ ସଙ୍ଗୀତ ମହାମଞ୍ଚ ଇଣ୍ଡିଆନ୍ ଆଇଡଲ୍ର ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚି ଓଡ଼ିଶାର ସୁଯୋଗ୍ୟା କନ୍ୟା ଜ୍ୟୋତିର୍ମୟୀ ନାୟକ ସମଗ୍ର ରାଜ୍ୟ ପାଇଁ ଗୌରବ ଆଣି ଦେଇଛନ୍ତି । ନିଜ ସୁମଧୁର କଣ୍ଠସ୍ୱର ମାଧ୍ୟମରେ ସେ ସମସ୍ତଙ୍କ ହୃଦୟ ଜିତି ପାରିଛନ୍ତି । ଜ୍ୟୋତିର୍ମୟୀଙ୍କ ସଫଳତା କାମନା କରିବା ସହ ଶୁଭେଚ୍ଛା ଓ ଆଶୀର୍ବାଦ ଜଣାଉଛି’ । ଜ୍ୟୋତିର୍ମୟୀକହିଛନ୍ତି, ମହାପ୍ରଭୁଙ୍କ ଆଶୀର୍ବାଦ, ସମସ୍ତ ଶ୍ରୋତା ଓ ଓଡ଼ିଶାବାସୀଙ୍କ ଭଲ ପାଇବା ପାଇଁ ଫାଇନାଲ୍ରେ ପହଞ୍ଚିଛି । ଏବେ ସେହି ଫାଇନାଲ୍ ପାଇଁ ଅଧିକରୁଅଧିକ ଭୋର୍ ଆବଶ୍ୟକତା ରହିଛି । ତେଣୁ ସେହି ଭଲପାଇବା ସହଭୋଟ୍ ଦେବା ପାଇଁ ଜ୍ୟୋତିର୍ମୟୀ ସମସ୍ତଙ୍କୁ ନିବେଦନ କରିଛନ୍ତି । ଏଥି ସହିତ ଆଜି ତାଙ୍କୁ ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇଥିବାରୁ ସେ କୃତଜ୍ଞତା ଜଣାଇଛନ୍ତି ।
ଅଧିକ ପଢ଼ନ୍ତୁ :- Golmaal 5 : ଦର୍ଶକଙ୍କୁ ସର୍ପ୍ରାଇଜ୍ ଦେବ ଅପ୍କମିଙ୍ଗ୍ ‘ଗୋଲମାଲ୍-୫’, ଖଳନାୟିକା ଭୂମିକାରେ ପରଦାକୁ ଆସିବେ ଏହି ଦକ୍ଷିଣୀ ସୁନ୍ଦରୀ
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ PRAMEYA - ପ୍ରମେୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।