School Closed: ପ୍ରବଳ ବର୍ଷାରେ ବେହାଲ ଭଦ୍ରକ, ଆଜି ବି ବନ୍ଦର ରହିବ ସମସ୍ତ ସ୍କୁଲ, ଛୁଟି ଘୋଷଣା କଲେ ଜିଲ୍ଲପାଳ
ଭଦ୍ରକ ୧୫/୦୭: ବର୍ଷାକୁ ନଜରରେ ରଖି ଭଦ୍ରକ ଜିଲ୍ଲାର ସମସ୍ତ ସ୍କୁଲ ବନ୍ଦ ଘୋଷଣା । ଜିଲ୍ଲାର ସମସ୍ତ ସ୍କୁଲ କଲେଜକୁ ବନ୍ଦ ଘୋଷଣା କରାଯାଇଛି । ଗତକାଲି ମଧ୍ୟ ସମସ୍ତ ସ୍କୁଲ ଛୁଟି ରହିଥିବା ବେଳେ ପୁଣି ଆଜି ପାଇଁ ସ୍କୁଲ ଛୁଟି ଘୋଷଣା ହୋଇଛି । ବର୍ଷାର ପରିମାଣ କମିଥିଲେ ମଧ୍ୟ ସୁରକ୍ଷା ଦୃଷ୍ଟିରୁ ଜିଲ୍ଲା ପ୍ରଶାସନ ଏହି ନିଷ୍ପତ୍ତି ନେଇଛି।
ଅଧିକ ପଢ଼ନ୍ତୁ :- Weather Forecast: ଆଜି ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା, ଓଡ଼ିଶାର ବିସ୍ତୃତ ଅଞ୍ଚଳରେ ବର୍ଷିବ,ଜଗତସିଂହପୁରକୁ ରେଡ୍ ଆଲର୍ଟ
ଲଘୁଚାପ ପ୍ରଭାବରେ ଆଜି ଭଦ୍ରକ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ଜାରି ରହିଛି। ଏହାକୁ ଦୃଷ୍ଟିରେ ରଖି ଜିଲ୍ଲାର ସମସ୍ତ ସ୍କୁଲ ବନ୍ଦ ରହିବ ବୋଲି ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଛାତ୍ରଛାତ୍ରୀ ସୁରକ୍ଷା ଓ ସୁବିଧାକୁ ସର୍ବୋଚ୍ଚ ପ୍ରାଥମିକତା ଦେଇ ଜିଲ୍ଲାପାଳ ଆଦେଶକ୍ରମେ ଏହି ନିଷ୍ପତି ନିଆଯାଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ PRAMEYA - ପ୍ରମେୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।