Suicide Attack Pakistan: ପାକିସ୍ତାନର ସାମରିକ ଘାଟି ଉପରେ ହମଲା; ଆକ୍ରମଣରେ ୪ ସୁରକ୍ଷାକର୍ମୀଙ୍କ ସହ ୬ ଆତଙ୍କୀ ନିହତ
ନୂଆଦିଲ୍ଲୀ,୨୮/୦୬: ପାକିସ୍ତାନରେ ଆତ୍ମଘାତୀ ହମଲା । କରାଚୀ ଥିବା ଅର୍ଦ୍ଧସାମରିକ ମୁଖ୍ୟାଳୟ ଉପରେ ଆତଙ୍କବାଦୀ ଆକ୍ରମଣ ହୋଇଛି । ଏଥିରେ ୪ ସୁରକ୍ଷା କର୍ମୀ ଏବଂ ୬ ଆତଙ୍କବାଦୀ ନିହତ ହୋଇଛନ୍ତି । ତାଲିବାନ ସହ ଯୋଡି ହୋଇଥିବା ଜମାତ-ଉଲ-ଆହରାର ନିଜକୁ ଏହି ଘଟଣା ପାଇଁ ଦାୟୀ କରିଛି ।
ସୂଚନା ଅନୁଯାୟୀ, ଗୁଲିସ୍ତାନ-ଏ-ଜୋହର ଅଞ୍ଚଳରେ ଥିବା ସିନ୍ଧ ରେଞ୍ଜର୍ସର ଅର୍ଦ୍ଧସାମରିକ ବାହିନୀ ମୁଖ୍ୟାଳୟ ଉପରେ ଆକ୍ରମଣ ହୋଇଛି । ପାକିସ୍ତାନ ସେନାର ପାଲଟା ଆକ୍ରମଣରେ ୬ ଆତଙ୍କବାଦୀ ପ୍ରାଣ ହରାଇଛନ୍ତି । ଆତଙ୍କବାଦୀମାନେ ଗାଡ଼ିରେ ଆସି ମୁଖ୍ୟ ଫାଟକ ଭାଙ୍ଗି କମ୍ପ୍ଲେକ୍ସରେ ପ୍ରବେଶ କରିଥିଲେ। ତା'ପରେ ସେମାନେ ହ୍ୟାଣ୍ଡ୍ ଗ୍ରେନେଡ୍ ଫିଙ୍ଗିବା ସହ ଅଖିବୁଜା ଗୁଳି ଚଳାଇଥିଲେ । ୯୦ ମିନିଟ୍ ଧରି ଏନକାଉଣ୍ଟର ଚାଲିଥିଲା । ପାକିସ୍ତାନର ସ୍ପେଶାଲ୍ ସିକ୍ୟୁରିଟି ୟୁନିଟ୍ , ଆଣ୍ଟି-ଟେରୋରିଷ୍ଟ ଫୋର୍ସ ଏବଂ ରେଞ୍ଜର୍ସ ସ୍ଥିତି ନିୟନ୍ତ୍ରଣ କରିଥିଲେ। ଆକ୍ରମଣକାରୀମାନେ ତେହରିକ-ଏ-ତାଲିବାନ ପାକିସ୍ତାନର ଏକ ଗୋଷ୍ଠୀ ଜମାତ-ଉଲ-ଆହରର ସହିତ ଜଡିତ ବୋଲି ଜଣାପଡିଛି ।
ଅଧିକ ପଢନ୍ତୁ- ଭାରତୀୟଙ୍କ ପ୍ରଥମ ପସନ୍ଦ ପୁଟିନ୍, ଟ୍ରମ୍ପଙ୍କ ସହ ବିଶ୍ବର ବଡ ନେତାଙ୍କ ଉପରେ ଜାଣନ୍ତୁ କେତେ ଅଛି ଭରସା ?