Weather Forecast: ୧୪ ତାରିଖ ବେଳକୁ ବଙ୍ଗୋପସାଗରରେ ପୁଣି ଘୂର୍ଣ୍ଣିବଳୟ, ୧୭ରେ ଲଘୁଚାପ ଆଶଙ୍କା, ରାଜ୍ୟ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୧୦/୦୭: ରଥଯାତ୍ରା ସମୟରେ ରାଜ୍ୟରେ ପୁଣି ବର୍ଷା ବଢ଼ିବ । ୧୪ ବା ୧୫ ତାରିଖ ବେଳକୁ ବଙ୍ଗୋପସାଗରରେ ପୁଣି ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ୧୭ ତାରିଖ ସୁଦ୍ଧା ଏହା ଲଘୁଚାପର ରୂପ ନେବ । ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଓଡ଼ିଶା ପଶ୍ଚିମବଙ୍ଗ ଉପକୂଳରେ ଏହି ଲଘୁଚାପ ସୃଷ୍ଟି ହେବ । ଏହା ପ୍ରଭାବରେ ରାଜ୍ୟରେ ଅଧିକ ବର୍ଷା ସମ୍ଭାବନା ଅଛି । ପାଣିପାଗ ବିଭାଗର ବିସ୍ତାରିତ ଆକଳନରେ ଏଭଳି ପୂର୍ବାନୁମାନ କରାଯାଇଛି ।
୯ରୁ ୧୫ ତାରିଖ ଯାଏ ରାଜ୍ୟର ବିକ୍ଷିପ୍ତ ସ୍ଥାନରେ ବର୍ଷା ଆଶଙ୍କା ଅଛି । ୧୩ ଓ ୧୪ ତାରିଖରେ ରାଜ୍ୟର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ରାଜ୍ୟରେ ଅଧିକ ବର୍ଷା ସମ୍ଭାବନା ହୋଇପାରେ । ତେବେ ଜୁଲାଇ ମାସରେ ଦେଶରେ ସ୍ୱାଭାବିକଠାରୁ କମ୍ ବର୍ଷା ହୋଇପାରେ । କିନ୍ତୁ କେରଳ ଓ ପୂର୍ବ କେନ୍ଦ୍ରୀୟ ଭାରତରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହେବ । ୧୦, ୧୧ ଓ ୧୨ ତାରିଖରେ ଉତ୍ତର ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।
ଅଧିକ ପଢ଼ନ୍ତୁ :- Hirakud : ହୀରାକୁଦର ୧୦ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ
୧୦ ତାରିଖରେ ବାଲେଶ୍ୱର, ଭଦ୍ରକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ ଓ ବୌଦ୍ଧରେ ବର୍ଷା ସମ୍ଭାବନା ଅଛି । ୧୧ ତାରିଖରେ ବାଲେଶ୍ୱର, ଭଦ୍ରକ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜରେ ବର୍ଷା ହୋଇପାରେ । ଗତ ୨୪ ଘଣ୍ଟାରେ ବାରିପଦା, ପାରାଦୀପ ଓ କେନ୍ଦ୍ରାପଡ଼ାରେ ସାମାନ୍ୟ ବର୍ଷା ହୋଇଛି ।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ PRAMEYA - ପ୍ରମେୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।