ଓଡ଼ିଶାରେ ୪ ବର୍ଷିଆ ITEP ନାମଲେଖା ପାଇଁ ପ୍ରଥମ ମେରିଟ୍ ତାଲିକା ପ୍ରକାଶ, ୧୪୬୩ ଛାତ୍ରଛାତ୍ରୀ ମନୋନୀତ
ଭୁବନେଶ୍ୱର: ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ଓଡ଼ିଶା ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଚାରି ବର୍ଷିଆ ଇଣ୍ଟିଗ୍ରେଟେଡ୍ ଟିଚର୍ ଏଜୁକେସନ୍ ପ୍ରୋଗ୍ରାମ୍ (ITEP) ନାମଲେଖା ନିମନ୍ତେ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା ଶୁକ୍ରବାର ଦିନ ପ୍ରକାଶ ପାଇଛି। ଏହି ପ୍ରକ୍ରିୟା ଷ୍ଟୁଡେଣ୍ଟ୍ ଏକାଡେମିକ୍ ମ୍ୟାନେଜମେଣ୍ଟ୍ ସିଷ୍ଟମ୍ (SAMS) ଜରିଆରେ ପରିଚାଳିତ ହେଉଛି।
ଚଳିତ ଶିକ୍ଷାବର୍ଷରୁ ପ୍ରଥମ ଥର ପାଇଁ SAMS ଅଧୀନରେ ଆରମ୍ଭ ହୋଇଥିବା ଏହି ପାଠ୍ୟକ୍ରମରେ ଛାତ୍ରଛାତ୍ରୀମାନେ ସ୍ନାତକ ଡିଗ୍ରୀ ସହିତ ବି.ଏଡ୍. (B.Ed.) ଯୋଗ୍ୟତା ୪ ବର୍ଷ ମଧ୍ୟରେ ହାସଲ କରିପାରିବେ। ନ୍ୟାସନାଲ୍ ଟେଷ୍ଟିଂ ଏଜେନ୍ସି (NTA) ଦ୍ୱାରା ପରିଚାଳିତ ନ୍ୟାସନାଲ୍ କମନ୍ ଏଣ୍ଟ୍ରାନ୍ସ ଟେଷ୍ଟ (NCET-2026) ଦେଇଥିବା ପ୍ରାର୍ଥୀମାନେ ଏଥିପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି।
ବିଭାଗୀୟ ସୂଚନା ଅନୁଯାୟୀ, ଅଂଶଗ୍ରହଣ କରିଥିବା ଶିକ୍ଷାନୁଷ୍ଠାନଗୁଡ଼ିକରେ ମୋଟ ୧,୫୦୦ ସିଟ୍ ଅନୁମୋଦିତ ହୋଇଛି। ଏହି ପାଠ୍ୟକ୍ରମ ପାଇଁ ୧୦,୬୪୭ ଆବେଦନକାରୀ ଦରଖାସ୍ତ ଦେଇଥିବାବେଳେ ସେମାନଙ୍କ ମଧ୍ୟରୁ ପ୍ରଥମ ପର୍ଯ୍ୟାୟରେ ୧,୪୬୩ ଜଣଙ୍କୁ ମନୋନୀତ କରାଯାଇଛି। ସେମାନଙ୍କ ମଧ୍ୟରେ ୫୬୨ ଜଣ ଛାତ୍ର ଏବଂ ୯୦୧ ଜଣ ଛାତ୍ରୀ ରହିଛନ୍ତି।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAKALA - ସକାଳ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।