ପାରିବାରିକ କଳହ: ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ, ଅଭିଯୁକ୍ତ ଫେରାର
ସାଲେପୁର: ପାରିବାରିକ କଳହର କରୁଣ ପରିଣତି । ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ । କଟକ ଜିଲ୍ଲା ନେମାଳ ଥାନା ଅର୍ନ୍ତଗତ ବନ୍ଧକାଟିଆ ପଂଚାୟତ ସହଦେବପୂର୍ ଗାଁରେ ଘଟିଛି ଏହି ଅଘଟଣ । ଅଭିଯୁକ୍ତ ଶୈଳେନ୍ଦ୍ର ମଳିକ ଗତକାଲି ବିଳମ୍ବିତ ରାତି ପ୍ରାୟ ୨ଟା ସମୟରେ ନିଜ ସ୍ତ୍ରୀ ରୋଜାଲିନଙ୍କୁ ଟାଙ୍ଗିଆରେ ନିର୍ମମ ଭାବେ ଆକ୍ରମଣ କରି ହତ୍ୟା କରିଥିବା ଅଭିଯୋଗ ହୋଇଛି। ହତ୍ୟାକାଣ୍ଡ ପରେ ଅଭିଯୁକ୍ତ ସ୍ୱାମୀ ଫେରାର ହୋଇଯାଇଛି । ଘଟଣା ସ୍ଥଳରେ ନେମାଳ ପୋଲିସ ପହଞ୍ଚି ତଦନ୍ତ କରୁଛି ।
ସୂଚନା ଅନୁଯାୟୀ, ଶୈଳେନ୍ଦ୍ର ଏବଂ ରୋଜାଲିନ ନିଜ ଶୋଇବା ଘରେ ଥିବା ବେଳେ ହଠାତ୍ କୌଣସି କାରଣକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା । ଏଥିରେ ଉତ୍କ୍ଷିପ୍ତ ହୋଇ ଶୈଳେନ୍ଦ୍ର ଏକ ଟାଙ୍ଗିଆରେ ରୋଜାଲିନଙ୍କ କାନ ଓ ମୁଣ୍ଡକୁ ଶକ୍ତ ଆଘାତ କରିଥିଲା, ଯାହାଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା । ହତ୍ୟା କରିବା ପରେ ଅଭିଯୁକ୍ତ ସ୍ୱାମୀ ଘରୁ ବାହାରକୁ ଯାଇ ଫେରାର ହୋଇଯାଇଛି । ନେମାଳ ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି। ତେବେ ପୂର୍ବରୁ ସ୍ୱାମୀ ସ୍ତ୍ରୀଙ୍କ ମଧ୍ୟରେ ସୁସମ୍ପର୍କ ଥିବା ବେଳେ ହଠାତ୍ ଏଭଳି ଜଘନ୍ୟ ହତ୍ୟାକାଣ୍ଡ କାହିଁକି ଘଟିଲା ତାହା ଅସ୍ପଷ୍ଟ ରହିଛି ।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAKALA - ସକାଳ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।