ପୂର୍ବ ଶତ୍ରୁତାକୁ ନେଇ ଜଟଣୀରେ ଯୁବକଙ୍କୁ ନିର୍ମମ ହତ୍ୟା, ରାସ୍ତା କଡ଼ରୁ ମୃତଦେହ ଉଦ୍ଧାର
ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ଜଟଣୀ ଥାନା ଅନ୍ତର୍ଗତ ଖୁଦୁପୁର ଛକ ନିକଟରେ ଯୁବକଙ୍କୁ ନିର୍ମମ ହତ୍ୟା । ଜଣେ ଯୁବକଙ୍କୁ ଅତି ନିର୍ମମ ଭାବେ ଛୁରି ଭୁସି ହତ୍ୟା କରି ରକ୍ତ ଜୁଡୁବୁଡୁ ଅବସ୍ଥାରେ ମୃତଦେହକୁ ରାସ୍ତାରେ ଫୋପାଡ଼ି ଦେଲେ ଦୁର୍ବୃତ୍ତ। ମୃତକ ଜଣକ ହେଲେ ଖୁଦୁପୁର ଗାଁର ମାର୍କଣ୍ଡ ବଳିୟାରସିଂହ ଓରଫ ଜଗା।
ପ୍ରାଥମିକ ସୂଚନା ଅନୁଯାୟୀ, ଗତକାଲି ରାତିରେ ମାର୍କଣ୍ଡ ଛକରେ ଠିଆ ହୋଇଥିବା ବେଳେ ହଠାତ୍ ଜଣେ ଅଜ୍ଞାତ ଦୁର୍ବୃତ୍ତ ତାଙ୍କ ଉପରେ ଆକ୍ରମଣ କରିଥିଲା। ଦୁର୍ବୃତ୍ତ ଜଣକ ତାଙ୍କ ପେଟ ଓ ଛାତିକୁ ବାରମ୍ବାର ଛୁରିରେ ଆକ୍ରମଣ କରିଥିଲା। ଏହି ମର୍ମନ୍ତୁଦ ଆକ୍ରମଣ ଫଳରେ ସେ ଗୁରୁତର ଆହତ ହୋଇଥିଲେ ଏବଂ ତାଙ୍କର ମୃତ୍ୟୁ ଘଟିଥିଲା। ହତ୍ୟାକାଣ୍ଡ ଘଟାଇବା ପରେ ଅଭିଯୁକ୍ତ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲା।
ଖବର ପାଇ ଜଟଣୀ ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପୋଲିସ ଏହି ଘଟଣାରେ ଜଣେ ସନ୍ଦିଗ୍ଧଙ୍କୁ ଅଟକ ରଖି ପଚରାଉଚରା କରୁଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ଘଟିଥିବା ପୋଲିସ ପ୍ରାଥମିକ ସ୍ତରରେ ସନ୍ଦେହ କରୁଛି।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAKALA - ସକାଳ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।