ବନ୍ୟାରେ ୮ ଲକ୍ଷ ଲୋକ ପ୍ରଭାବିତ, ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ସୂଚନା
ଭୁବନେଶ୍ୱର: ବନ୍ୟା ଯୋଗୁଁ ୧୨ଟି ବ୍ଲକର ୮ ଲକ୍ଷ ଲୋକ ପ୍ରଭାବିତ । ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା ପରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀ କହିଛନ୍ତି କି, ୨ ଲକ୍ଷ ୬୯ ହଜାର ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି। ୧୭ ଓଡ୍ରାଫ୍, ୭ ଏନଡିଆରଏଫ୍, ୧୨୯ ଅଗ୍ନିଶମ ଟିମ୍ ନିୟୋଜିତ ହୋଇଛନ୍ତି। ପାଣି ଛାଡ଼ିବାର ୩ ଦିନ ଭିତରେ କ୍ଷୟକ୍ଷତି ଆକଳନ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଏସଡିଆରଏଫ୍ ରୁ ୨୬ କୋଟି ଟଙ୍କା ମଞ୍ଜୁର କରାଯାଇଛି। ବନ୍ୟା ପରବର୍ତ୍ତୀ ସ୍ଵାସ୍ଥ୍ୟ ମୁକାବିଲା ପାଇଁ ସରକାର ପ୍ରସ୍ତୁତ ଅଛନ୍ତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAKALA - ସକାଳ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।