Monday Horoscope: ସୋମବାର ରାଶିଫଳ (୦୬-୦୭-୨୦୨୬)

ମେଷ: ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ବ୍ୟବସାୟ ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିପାରନ୍ତି। ଧାର୍ମିକ କାର୍ଯ୍ୟରେ ସମୟ ଅତିବାହିତ କରିବେ।
ବୃଷ: ନୂତନ ବ୍ୟବସାୟ ପାଇଁ ବନ୍ଧୁଙ୍କ ସହଯୋଗ ମିଳିପାରେ। ସାମାଜିକ ପ୍ରତିଷ୍ଠା ବଢ଼ିବ। ପ୍ରତିଯୋଗିତାମୂଳକ ପରୀକ୍ଷାରେ ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ। ଆୟ ଓ ବ୍ୟୟ ସମାନ ରହିବ।
ମିଥୁନ: ଦିନଟି ଶୁଭଫଳ ପ୍ରଦାନ କରିବ। ଆର୍ଥିକ ମାମଲାରେ ସୁଧାର ଆସିପାରେ। ସହକର୍ମୀଙ୍କ ସହଯୋଗରୁ ଅଫିସ୍ କାର୍ଯ୍ୟରେ ସଫଳତା ମିଳିବ। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ।
କର୍କଟ: କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ। ଦୀର୍ଘଦିନରୁ ଅଟକି ରହିଥିବା କାର୍ଯ୍ୟ ପୂରା ହେବ। ପାରିବାରିକ ଜୀବନ ସୁଖମୟ ହେବ। ଅତିଥି ସତ୍କାର କରିପାରନ୍ତି। ଲୋକ ସମ୍ପର୍କ ବୃଦ୍ଧି ପାଇବ।
ସିଂହ: ସୃଜନାତ୍ମକ କାର୍ଯ୍ୟରେ ସଫଳତା ମିଳିପାରେ। ମନ ପ୍ରସନ୍ନ ରହିବ। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ। ବିଦ୍ୟାର୍ଥୀ ମନୋରଞ୍ଜନ କାର୍ଯ୍ୟରେ ସମୟ ଅତିବାହିତ କରିବେ।
କନ୍ୟା: ଶିକ୍ଷା କ୍ଷେତ୍ରରେ ସଫଳତା ପ୍ରାପ୍ତି ହେବ। ରାଜନୀତିରେ ସାମିଲ ହେବେ। ଆର୍ଥିକ ସ୍ଥିତିରେ ସୁଧାର ଆସିପାରେ। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ।
ତୁଳା: ଅଫିସ୍ କାର୍ଯ୍ୟରେ ବିଦେଶ ଯାତ୍ରା ଯୋଗ ଅଛି। ଧାରକରଜରୁ ଦୂରେଇ ରହିବେ। ମାଆଙ୍କ ସ୍ବାସ୍ଥ୍ୟ ସମସ୍ୟାରେ ଉନ୍ନତି ପରିଲକ୍ଷିତ ହେବ। ମହିଳାମାନେ ଘର କାମରେ ବ୍ୟସ୍ତ ରହିପାରନ୍ତି।
ବିଛା: କର୍ମଚଞ୍ଚଳ ରହିବେ। ମନ ପ୍ରଫୁଲ୍ଲିତ ରହିବ। ଆୟଠୁ ବ୍ୟୟ ଅଧିକ ହେବ। ମହିଳାମାନେ ଘର ପାଇଁ ନୂଆ ଜିନିଷ କିଣିବେ। ଗୁରୁଜନଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚିନ୍ତା ବଢ଼ିପାରେ।
ଧନୁ: ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। ଧାର୍ମିକ କାର୍ଯ୍ୟ କରିବେ। ସମାଜରେ ମାନ, ପ୍ରତିଷ୍ଠା ବଢ଼ିବ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ। ଉଧାର ଦେଇଥିବା ଟଙ୍କା ଫେରି ପାଇବେ।
ମକର: ବୁଲାବୁଲି ପାଇଁ ଯୋଜନା ପ୍ରସ୍ତୁତ କରିବେ। ପୈତୃକ ସମ୍ପତ୍ତିକୁ ନେଇ ଭାଇ-ଭାଇଙ୍କ ମଧ୍ୟରେ ବିବାଦ ଦେଖାଦେବ। ପିଲାମାନେ ଖେଳକୁଦରେ ସମୟ ଅତିବାହିତ କରିବେ।
କୁମ୍ଭ: ପୁରୁଣା ନିବେଶରୁ ଲାଭ ମିଳିବ। ଆତ୍ମବିଶ୍ବାସର ସହ କାର୍ଯ୍ୟ ସମ୍ପାଦନ କରିବେ। ଅଫିସ୍ରେ ପଦୋନ୍ନତି ସମ୍ଭାବନା ଅଛି। ଧାର୍ମିକ କାର୍ଯ୍ୟରେ ସାମିଲ ରହିବେ। ଦାନ ଧର୍ମ କରିବେ।
ମୀନ: ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା କରିବେ। ବିଦ୍ୟାର୍ଥୀ ପଢ଼ାରେ ମନଯୋଗ ଦେବେ। ପଡ଼ୋଶୀଙ୍କ ସହ ବିବାଦ ଦେଖା ଦେଇପାରେ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ।