No Leave for Government Staff: ବାତ୍ୟା ପାଇଁ ଛୁଟି ବାତିଲ୍, ନଭେମ୍ବର ୨୩ ଯାଏଁ ମୁଖ୍ୟାଳୟ ଛାଡ଼ିବା ମନା
ବାତ୍ୟା ପାଇଁ ଖୋର୍ଦ୍ଧା ଜିଲ୍ଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ ।
ଆଜିଠାରୁ ନଭେମ୍ବର ୨୩ ତାରିଖ ପର୍ଯ୍ୟନ୍ତ ଜିଲ୍ଲା ମୁଖ୍ୟାଳୟ ନଛାଡିବା ପାଇଁ ନିର୍ଦ୍ଦେଶ ରହିଛି।
ସମ୍ଭାବ୍ୟ ବାତ୍ୟା ଅକୱାନକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲ୍ଲାର ସମସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି ।
ଏଥିସହ ବିନା ଅନୁମତିରେ ସେମାନଙ୍କୁ ମୁଖ୍ୟାଳୟ ନଛାଡିବା ପାଇଁ ଜିଲ୍ଲାପାଳ ଅମ୍ରିତ ଋତୁରାଜ ନିର୍ଦ୍ଦେଶ ଦେଇଛନ୍ତି ।
Advertisment ପୂର୍ବରୁ ଯେଉଁ ଅଧିକାରୀ ଛୁଟି କିମ୍ବା ମୁଖ୍ୟାଳୟ ଛାଡିବା ଅନୁମତି ନେଇଛନ୍ତି ଏହାକୁ ବାତିଲ କରାଯିବା ସହ ତୁରନ୍ତ କାର୍ଯ୍ୟରେ ଯୋଗ ଦେବାପାଇଁ ନିର୍ଦ୍ଦେଶ ଦିଆଯାଇଛି ।
ଏଥିସହ ଆସନ୍ତା ୬ ଦିନ ଅର୍ଥାତ ନଭେମ୍ବର ୧୮ ରୁ ୨୩ ତାରିଖ ପର୍ଯ୍ୟନ୍ତ ଜିଲ୍ଲାର ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ ହୋଇଛି।
ଖୋର୍ଦ୍ଧା ଜିଲ୍ଲାରେ ବାତିଲ୍ ହେଲା ସରକାରୀ କର୍ମଚାରୀଙ୍କ ଛୁଟି ଆଜିଠୁ ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ମୁଖ୍ୟାଳୟ ନଛାଡ଼ିବା ପାଇଁ ନିର୍ଦ୍ଦେଶ ସମ୍ଭାବ୍ୟ ବାତ୍ୟା ଅକୱାନକୁ ଦୃଷ୍ଟିରେ ରଖି ଜିଲ୍ଲାପାଳଙ୍କ ନିର୍ଦ୍ଦେଶ Advertisment
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।
