Odia TV Actress Alleges Harassment: ଟେଲି ଅଭିନେତ୍ରୀଙ୍କୁ ଅସଦାଚରଣ ଅଭିଯୋଗ, ରାଜଧାନୀରେ ମହିଳାଙ୍କ ସୁରକ୍ଷା ନେଇ ପ୍ରଶ୍ନ
ରାଜଧାନୀ ଭୁବନେଶ୍ୱରରେ ଟେଲି ଅଭିନେତ୍ରୀଙ୍କୁ ଅସଦାଚରଣ ଅଭିଯୋଗ।
ଚନ୍ଦ୍ରଶେଖରପୁରର ଏକ ବାର୍ ଓ ରେଷ୍ଟୁରାଣ୍ଟରେ ଅଭିନେତ୍ରୀଙ୍କ ସହ କିଛି ଯୁବକ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଛି।
ସୋସିଆଲ ମିଡିଆରେ ପୋଷ୍ଟ କରି ନିଜ ସହ ଘଟିଥିବା ଅସଦାଚରଣ ସମ୍ପର୍କରେ ଅଭିଯୋଗ ଆଣିଛନ୍ତି ଟେଲି ଅଭିନେତ୍ରୀ।
Advertisment ଗତକାଲି ରାତିରେ ଜଣେ ବନ୍ଧୁଙ୍କ ସହ ସମ୍ପୃକ୍ତ ବାର ଓ ରେଷ୍ଟୁରାଣ୍ଟକୁ ଯାଇଥିବା ବେଳେ କିଛି ଅସାମାଜିକ ଯୁବକ ତାଙ୍କୁ ଅସଦାଚରଣ କରିବା ସହ ଅଶ୍ଳୀଳ ଇଙ୍ଗିତ କରିଥିବା ସେ ଅଭିଯୋଗ କରିଛନ୍ତି।
ଏହି ଘଟଣାକୁ ନେଇ ଚନ୍ଦ୍ରଶେଖରପୁର ଥାନାରେ ଅଭିଯୋଗ ହୋଇଛି।
ଅଭିଯୋଗ ଆଧାରରେ ପୋଲିସ ତଦନ୍ତ ଆରମ୍ଭ କରିଛି।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।
