Odisha Assembly Adjourned Amid Opposition Uproar: ପ୍ରଥମ ଦିନରୁ ହୁଲସ୍ତୁଲ ବିଧାନସଭା, ବନ୍ୟା ଓ କୋଟିଆ ପ୍ରସଙ୍ଗରେ ବିରୋଧୀଙ୍କ ହଟ୍ଟଗୋଳ
ଆରମ୍ଭରୁ ହିଁ ସରଗରମ ହୋଇପଡ଼ିଛି ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ।
ଅଧିବେଶନର ପ୍ରଥମ ଦିନରେ ଶୋକ ପ୍ରସ୍ତାବ ଆଗତ ପରେ ପ୍ରଶ୍ନକାଳ ଆରମ୍ଭ ହେବା ମାତ୍ରେ ଗୃହରେ ଦେଖିବାକୁ ମିଳିଥିଲା ହଟ୍ଟଗୋଳ।
ବିଭିନ୍ନ ପ୍ରସଙ୍ଗକୁ ନେଇ ବିରୋଧୀ ବିଜେଡି ଓ କଂଗ୍ରେସ ସଦସ୍ୟମାନେ ପ୍ରତିବାଦ କରିବା ସହ ପ୍ଲାକାର୍ଡ ଓ ବ୍ୟାନର ଧରି ଗୃହ ମଧ୍ୟଭାଗକୁ ଆସି ହୋହଲ୍ଲା କରିଥିଲେ।
ଫଳରେ ଗୃହକାର୍ଯ୍ୟ ସ୍ୱାଭାବିକ ଭାବେ ଚାଲିପାରିନଥିଲା।
ସ୍ଥିତି ଅସମ୍ଭାଳ ହେବାରୁ ବାଚସ୍ପତି ଗୃହକୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବି ଘୋଷଣା କରିଥିଲେ।
Advertisment ସୂଚନାଯୋଗ୍ୟ, ଆଜିଠାରୁ ଆରମ୍ଭ ହୋଇଛି ବିଧାନସଭାର ଶୀତକାଳୀନ ଅଧିବେଶନ।
ଆସନ୍ତା ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଅଧିବେଶନରେ ମୋଟ୍ ୩୩ଟି କାର୍ଯ୍ୟଦିବସ ରହିଛି।
ପ୍ରଥମ ଦିନରେ ଦିବଂଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ ହୋଇଥିଲା।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରସ୍ତାବ ଆଗତ କରିଥିବା ବେଳେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଏହାକୁ ସମର୍ଥନ କରିଥିଲେ।
କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ମଧ୍ୟ ଶୋକବ୍ୟକ୍ତ କରିଥିଲେ।
ତେବେ ଶୋକ ପ୍ରସ୍ତାବ ପରେ ପ୍ରଶ୍ନକାଳ ଆରମ୍ଭ ହେବା ସହିତ ଯୋଗାଣ ମନ୍ତ୍ରୀ ଉତ୍ତର ରଖୁଥିବା ସମୟରେ ବିରୋଧୀ ସଦସ୍ୟମାନେ ପ୍ରବଳ ହଟ୍ଟଗୋଳ କରିଥିଲେ।
ପ୍ଲାକାର୍ଡ ଓ ବ୍ୟାନର ଦେଖାଇ ସରକାରଙ୍କ ବିରୋଧରେ ନାରାବାଜି କରିଥିଲେ।
ବନ୍ୟା ମୁକାବିଲାରେ ସରକାର ଫେଲ୍ ପ୍ରସଙ୍ଗ ଉଠାଇଥିଲା ବିଜେଡି।
ସେପଟେ କୋଟିଆ ପ୍ରସଙ୍ଗରେ ଗୃହ ମଧ୍ୟଭାଗରେ କଂଗ୍ରେସର ସଦସ୍ୟ ଆସି ପ୍ରତିବାଦ କରିଥିଲେ।
Advertisment
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।
