Odisha CM Returns from UAE ୟୁଏଇରୁ ୨.୪୩ ଲକ୍ଷ କୋଟି ଟଙ୍କାର ନିବେଶ ଧରି ଫେରିଲେ ମୁଖ୍ୟମନ୍ତ୍ରୀ, ସୃଷ୍ଟି ହେବ ୯ ଲକ୍ଷ ନିଯୁକ୍ତି

Sep 13, 2026 - 16:57
Odisha CM Returns from UAE ୟୁଏଇରୁ ୨.୪୩ ଲକ୍ଷ କୋଟି ଟଙ୍କାର ନିବେଶ ଧରି ଫେରିଲେ ମୁଖ୍ୟମନ୍ତ୍ରୀ, ସୃଷ୍ଟି ହେବ ୯ ଲକ୍ଷ ନିଯୁକ୍ତି

"ଭୁବନେଶ୍ୱର:  ୟୁଏଇ  ଗସ୍ତରୁ  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ‌ଓଡ଼ିଶା ଫେରିଛନ୍ତି।

ୟୁଏଇରେ ତିନିଦିନ ରହଣିକାଳ ମଧ୍ୟରେ ଓଡ଼ିଶାରେ ୨.୪୩ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶକୁ ଆକର୍ଷିତ କରିଛନ୍ତି।

ଏହି ପୁଞ୍ଜିନିବେଶ ଦ୍ବାରା ମୋଟ ୯ଲକ୍ଷ ନିଯୁକ୍ତି ସୃଷ୍ଟି ହେବ।

Advertisment ଆଜି (ରବିବାର) ପୂର୍ବାହ୍‌ଣରେ ବିମାନବନ୍ଦରରେ ମୁଖ୍ୟମନ୍ତ୍ରୀ ମାଝି ନିଜର ଟିମ୍‌ ସହ ପହଞ୍ଚିଥିଲେ।

ଏହି ଅବସରରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ  ମନ୍ତ୍ରୀ ଡ .

ମୁକେଶ ମହାଲିଙ୍ଗ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ  ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର, ଜଙ୍ଗଲ ପରିବେଶ ଓ ଜଳବାୟୁ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ,  ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ  ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ଶାସକ ଦଳର  ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ , ଏକାମ୍ର ବିଧାୟକ ଶ୍ରୀ ବାବୁ ସିଂ , ନିଆଳି ବିଧାୟକ ଛବି ମଲ୍ଲିକ, ଭଟଲି ବିଧାୟକ ଇରାସିସ ଆଚାର୍ଯ୍ୟ, କଟକ ସଦର ବିଧାୟକ ପ୍ରକାଶ ଚନ୍ଦ୍ର ସେଠି , ପିପିଲି ବିଧାୟକ  ଆଶ୍ରିତ ପଟ୍ଟନାୟକ, କବିସୂର୍ଯ୍ୟନଗର ବିଧାୟକ ପ୍ରତାପ ଚନ୍ଦ୍ର ନାୟକ, ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର, ସମାଜସେବୀ ଜଗନ୍ନାଥ ପ୍ରଧାନ ପ୍ରମୁଖ  ମୁଖ୍ୟମନ୍ତ୍ରୀଙ୍କୁ ପାଛୋାଟି ଆଣିଥିଲେ।

ସେଠାରେ ଉପସ୍ଥିତ ଗଣମାଧ୍ୟମକୁ ବିବୃତି ଦେଇ କହିଛନ୍ତି,  ଏହି ୟୁଏଇ ଗସ୍ତ, ଗତ ଦୁଇ ବର୍ଷ ଧରି ସରକାରଙ୍କ ଶିଳ୍ପାୟନ ଅଭିଯାନର ଆଉ ଏକ ନୂଆ ଅଧ୍ୟାୟ ସୃଷ୍ଟି କରିଛି ।

୨୦୨୫ ଜାନୁୟାରୀରେ ଭୁବନେଶ୍ୱରରେ ଅନୁଷ୍ଠିତ 'ଉତ୍କର୍ଷ ଓଡ଼ିଶା – ମେକ ଇନ ଓଡ଼ିଶା କନକ୍ଲେଭ' ପରେ ଦିଲ୍ଲୀ, ମୁମ୍ବାଇ, ହାଇଦ୍ରାବାଦ, କୋଲକାତା, ଗୁଜରାଟ ଠାରୁ ଆରମ୍ଭ କରି ସିଙ୍ଗାପୁର ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନକୁ ଗସ୍ତ କରି ପୁଞ୍ଜି ଯୋଗାଡ଼ କରିବା ପାଇଁ ଓଡ଼ିଶା ସରକାରଙ୍କ ଏକ ସମର୍ପିତ ଟିମ୍ ନିରବିଚ୍ଛିନ୍ନ ଉଦ୍ୟମ ଜାରି ରଖିଛନ୍ତି।

ଏହି ଉଦ୍ୟମ ଦ୍ୱାରା ରାଜ୍ୟର ଅର୍ଥନୈତିକ ଅଭିବୃଦ୍ଧି ତ୍ୱରାନ୍ୱିତ ହେବା ସହିତ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି ହେଉଛି।

ସମୃଦ୍ଧ ଓଡ଼ିଶା ଗଠନ ଦିଗରେ ଏହା ଗୋଟିଏ ଗୋଟିଏ ମାଇଲଖୁଣ୍ଟ ଭାବେ ପରିଗଣିତ ହେଉଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି।

Odisha at UAE ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ୟୁଏଇରେ "ଦୁବାଇ ରୋଡ୍‌ସୋ", ୪୦୦ ନିବେଶକ ଓ ବ୍ୟବସାୟୀଙ୍କ ଯୋଗଦାନ ସୂଚନାଯୋଗ୍ୟ, ସେପ୍ଟେମ୍ବର ୮ ତାରିଖରୁ ୧୨ ତାରିଖ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ, ଶିଳ୍ପ ମନ୍ତ୍ରୀ ଓ ସରକାରଙ୍କ ବରିଷ୍ଠ ଅଧିକାରୀଙ୍କ ୟୁଏଇ ଗସ୍ତ କାଳରେ ୯, ୧୦ ଓ ୧୧ ତାରିଖ— ତିନି ଦିନ ଧରି ଆବୁଧାବି ଏବଂ ଦୁବାଇରେ ଓଡ଼ିଶାରେ ପୁଞ୍ଜି ନିବେଶ ପାଇଁ ବ୍ୟାପକ ଆଲୋଚନା ଓ ପର୍ଯ୍ୟାଲୋଚନା କରାଯାଇଛି।

ଏହି ଗସ୍ତରେ ସମୁଦାୟ ୫୨ଟି ବିଜନେସ ମିଟିଙ୍ଗ୍, ୬ଟି ରାଉଣ୍ଡଟେବୁଲ ମିଟିଙ୍ଗ୍, ୪୬ଟି ୱାନ୍-ଟୁ-ୱାନ୍ ମିଟିଙ୍ଗ୍ ସହ ପ୍ରାୟ ୪୦୦ ଶିଳ୍ପ ନେତୃତ୍ୱ ଓ ପ୍ରତିନିଧିଙ୍କ ସହିତ ଆଲୋଚନା ହୋଇଛି।

Chief Minister in the UAE: ୟୁଏଇରେ ମୁଖ୍ୟମନ୍ତ୍ରୀ: ଆଦାନୀ, ଆଇଏଚ୍‌ସି ସହ ଏମ୍‌ଓୟୁ, ୧୪ ପ୍ରକଳ୍ପ, ୨.୧ ଲକ୍ଷ କୋଟି ନିବେଶ ସମ୍ଭାବନା ସମୁଦାୟ ୮ଟି ବୁଝାମଣା ପତ୍ର (ଏମ୍‌ଓୟୁ) ସ୍ୱାକ୍ଷରିତ ହେବା ସହ ୧୬ଟି ନିବେଶ ସମ୍ଭାବନା ସୃଷ୍ଟି ହୋଇଛି, ଯାହାଦ୍ୱାରା ରାଜ୍ୟକୁ ୨ ଲକ୍ଷ ୪୩ ହଜାର ୧୬୨ କୋଟି ଟଙ୍କାର ନିବେଶ ପ୍ରସ୍ତାବ ହାସଲ ହୋଇଛି।

ଏହାଦ୍ୱାରା ୬ ଲକ୍ଷ ୧୮ ହଜାର ୭୨୫ ପ୍ରତ୍ୟକ୍ଷ ସୁଯୋଗ ସୃଷ୍ଟି ହେବ।

ପରୋକ୍ଷ ନିଯୁକ୍ତି ସହ ସମୁଦାୟ ପ୍ରାୟ ୯ ଲକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ।

Odisha CM in UAE ଆବୁଧାବିରେ ଆଇବିପିଜି ସହ ମୁଖ୍ୟମନ୍ତ୍ରୀଙ୍କ ଗୋଲଟେବୁଲ୍ ବୈଠକ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପୂର୍ବରୁ ହାସଲ ହୋଇଥିବା ୨୦ ଲକ୍ଷ କୋଟିରୁ ଅଧିକ ଟଙ୍କାର ନିବେଶ ପ୍ରସ୍ତାବକୁ ମିଶାଇ ବର୍ତ୍ତମାନ ରାଜ୍ୟର ମୋଟ ନିବେଶ ପ୍ରସ୍ତାବ ୨୨.୫ ଲକ୍ଷ କୋଟି ଟଙ୍କାରେ ପହଞ୍ଚିଛି।"

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)