Odisha cyclone: ଏଥର ମଧ୍ୟ ଆମେ ଜିରୋ କାଜୁଆଲ୍ଟି ହାସଲ କରିବୁ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଶୀର୍ବାଦ ଅଛି।
ଏଥର ମଧ୍ୟ ଆମ ଜିରୋ କାଜୁଆଲ୍ଟି ହାସଲ କରିବୁ।
ଆଜି ଲୋକସେବା ଭବନରେ ସମ୍ଭାବ୍ୟ ବାତ୍ୟା ପରିସ୍ଥିତିର ମୁକାବିଲା ସମ୍ପର୍କରେ ସମୀକ୍ଷା କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଣମାଧ୍ୟମ ଆଗରେ ବିବୃତ୍ତି ରଖି ଏହା କହିଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି, ବନ୍ୟା ଓ ବାତ୍ୟା ମୁକାବିଲାରେ ଆମର ପୂର୍ବରୁ ଅଭିଜ୍ଞତା ରହିଛି।
ବାତ୍ୟା ଦାନା ଓ ମୋନ୍ଥା'ର ସଫଳ ମୁକାବିଲା କରାଯାଇଥିଲା।
ଏହା ସହିତ ଅନେକ ବନ୍ୟା ପରିସ୍ଥିତିର ମୁକାବିଲା ମଧ୍ୟ କରାଯାଇଛି।
ତେଣୁ ପ୍ରତ୍ୟେକ ଥର ଭଳି ଏଥର ମଧ୍ୟ ଜିରୋ କାଜୁଆଲ୍ଟି ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ଅଛନ୍ତି।
Advertisment ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଏହି ବାତ୍ୟା ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ମଧ୍ୟରେ ୨୮ ତାରିଖରେ ସ୍ଥଳଭାଗ (ଲ୍ୟାଣ୍ଡଫଲ୍) ଛୁଇଁବ।
ତେବେ ଆନ୍ଧ୍ରପ୍ରଦେଶ ଉପକୂଳରେ ସ୍ଥଳଭାଗ ଛୁଇଁବାର ଅଧିକ ସମ୍ଭାବନା ରହିଛି।
ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବ ଏବଂ ପ୍ରାୟ ୮୦ ରୁ ୯୦ କିଲୋମିଟର ବେଗରେ ପବନ ହେବାର ସମ୍ଭାବନା ରହିଛି।
ବିଶେଷକରି ଦକ୍ଷିଣ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଅଧିକ ବର୍ଷା ଓ ପବନ ବହିବାର ସମ୍ଭାବନା ରହିଛି।
୫ଜିଲ୍ଲା ସର୍ବାଧିକ ପ୍ରଭାବିତ ସମ୍ଭାବନା ଗଞ୍ଜାମ , ଗଜପତି , ରାୟଗଡ଼ା , କୋରାପୁଟ , ମାଲକାନଗିରି ଆଦି ଜିଲ୍ଲା ସର୍ବାଧିକ ପ୍ରଭାବିତ ହେବାର ସମ୍ଭାବନା ଅଛି ।
ଅନ୍ୟାନ୍ୟ ଉପକୂଳବର୍ତୀ ଜିଲ୍ଲାଗୁଡ଼ିକରେ ମଧ୍ୟ ବର୍ଷାର ସମ୍ଭାବନା ରହିଛି।
ଏହି ୫ଟି ଜିଲ୍ଲାରେ ସ୍କୁଲ, କଲେଜ ଏବଂ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକୁ ୨୮ ଓ ୨୯ ତାରିଖ ଦିନ ବନ୍ଦ ରଖିବା ପାଇଁ ନିଷ୍ପତ୍ତି ନିଆଯାଇଛି।
ଅନ୍ୟ ଜିଲ୍ଲା ଗୁଡ଼ିକରେ ସ୍କୁଲ କଲେଜ ଛୁଟି କରିବା ନେଇ ଜିଲ୍ଲାପାଳମାନେ ପରିସ୍ଥିତି ଦେଖି ନିଷ୍ପତ୍ତି ନେବେ।
ରୋଗୀ ଓ ଗର୍ଭବତୀ ମହିଳାଙ୍କୁ ସ୍ଥାନାନ୍ତରିତ ସେ କହିଥିଲେ ଯେ, ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ପହଞ୍ଚାଇବା ପାଇଁ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀଗୁଡ଼ିକ ପ୍ରସ୍ତୁତ କରାଯାଇଛି।
ବିଶେଷକରି ରୋଗୀ ଓ ଗର୍ଭବତୀ ମହିଳାମାନଙ୍କୁ ସ୍ୱାସ୍ଥ୍ୟ କେନ୍ଦ୍ରକୁ ସ୍ଥାନାନ୍ତରିତ କରିବା ପାଇଁ ଗୁରୁତ୍ୱ ଦିଆଯାଇଛି।
ଓଡ୍ରାଫ୍, ଅଗ୍ନିଶମ ଏବଂ ଏନ୍.ଡି.ଆର୍.ଏଫ୍ ଟିମ୍ ନିୟୋଜିତ କରାଯାଇଛି।
ପ୍ରାୟ ୬୦ଟି ଓଡ଼୍ରାଫ୍ ଟିମ୍ ଓ ୧୭ଟି NDRF ଟିମ୍ କୁ ନିୟୋଜିତ କରାଯାଇଛି।
୨୨୫ଟି ଅଗ୍ନିଶମ ଦଳ ସଜାଗ ଅଛନ୍ତି ବୋଲି ଜଣାଯାଇଛି।
President Droupadi Murmu: ବାତ୍ୟା ଆଶଙ୍କାରେ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ସ୍ଥଗିତ, ନଭେମ୍ବର ୪ ଓ ୫ରେ ଆସିବେ ଦ୍ରୌପଦୀ ମୁର୍ମୁ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ସତର୍କ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ସତର୍କ କରାଯାଇଛି।
ପ୍ରଭାବିତ ଅଞ୍ଚଳର ସମସ୍ତ ସ୍ୱାସ୍ଥ୍ୟ କେନ୍ଦ୍ରରେ ସାପ କାମୁଡ଼ା ଇଞ୍ଜେକ୍ସନ୍, ଔଷଧ ଏବଂ ଚିକିତ୍ସା କିଟ୍ ଉପଲବ୍ଧ ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।
ବାତ୍ୟା ପରିସ୍ଥିତିରେ ତତକ୍ଷଣାତ୍ ରିଷ୍ଟୋରେସନ୍ ପାଇଁ ସମସ୍ତ ଇଞ୍ଜିନିୟରିଂ ବିଭାଗ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି।
ବିଶେଷକରି ରାସ୍ତାଘାଟରେ ପଡ଼ି ଅବରୋଧ ସୃଷ୍ଟି କରୁଥିବା ଗଛଗୁଡ଼ିକୁ ତୁରନ୍ତ ହଟାଇବା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତି କରାଯାଇଛି ବୋଲି ଜଣାଯାଇଛି।
ଅମଳ ସମୟ ପାଖେଇ ଆସୁଥିବାରୁ, ଚାଷୀ ଭାଇମାନଙ୍କୁ ଆଗୁଆ ସତର୍କ କରି ଫସଲ କାଟି ସୁରକ୍ଷିତ କରି ରଖିବା ପାଇଁ ସଚେତନ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।
ରାଜ୍ୟ ସରକାରଙ୍କ ସମସ୍ତ ସମ୍ପୃକ୍ତ ବିଭାଗ ସମନ୍ୱୟ ରକ୍ଷା କରି Whole of Government Approach ରେ ବାତ୍ୟା ମୁକାବିଲା କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।
