Odisha flood 2026 ଓଡ଼ିଶାରେ ବନ୍ୟା ସ୍ଥିତି: ୪୪ଟି ବ୍ଲକ୍, ୨୪୩ଟି ପଞ୍ଚାୟତ ଏବଂ ୭୪୮ଟି ଗ୍ରାମ ପ୍ରଭାବିତ, ୨୨୬ଟି ଜଳବନ୍ଦୀ
"ବନ୍ୟା "ଅଣ୍ଡର କଣ୍ଟ୍ରୋଲ୍", ଅସୁବିଧା ହେଲେ ୧୧୨କୁ ଫୋନ୍ କରନ୍ତୁ: ରାଜ୍ୟ ସରକାର Advertisment ପ୍ରତ୍ୟେକ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଏମ୍ବିବିଏସ୍ ଡାକ୍ତର ନିୟୋଜିତ, ମେଡିକାଲ ଟିମ୍, ଆଣ୍ଟି-ସ୍ନେକ୍ ଭେନମ୍ ଓ ଆବଶ୍ୟକ ଔଷଧ ପ୍ରସ୍ତୁତ ଜରୁରୀ ସହାୟତା ପାଇଁ ୧୧୨ ନମ୍ବରକୁ କଲ୍ କରିବାକୁ ନିବେଦନ, ଏନ୍ଡିଆର୍ଏଫ୍, ଓଡ୍ରାଫ୍ ଓ ଅଗ୍ନିଶମ ସେବା ଟିମ୍ ସଜାଗ ଭୁବନେଶ୍ୱର: ରାଜ୍ୟର ବନ୍ୟା ପରିସ୍ଥିତି ବିଶେଷତଃ ମୟୂରଭଞ୍ଜ କେନ୍ଦୁଝର, ଯାଜପୁର, ଭଦ୍ରକ ଓ ବାଲେଶ୍ବରରେ ସଙ୍ଗିନ।
ବନ୍ୟାଜଳରେ ଭାସି ଏକାଧିକ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି।
ଶତାଧିକ ଏକର ଚାଷଜମି ଜଳମଗ୍ନ ହୋଇଛି।
ରାସ୍ତାଘାଟ ଧୋଇ ହୋଇଯାଇଛି।
ଏଭଳି ସ୍ଥିତିରେ ଆସନ୍ତାକାଲି ମହାନଦୀରେ ଉଦ୍ବୃତ୍ତ ବନ୍ୟାଜଳ ନିଷ୍କାସନ ହେବ।
ଏଣୁ ତଳମୁଣ୍ଡରେ ମଧ୍ୟମ ଧରଣର ବନ୍ୟାସ୍ଥିତି ସୃଷ୍ଟି ହେବ ବୋଲି ଚେତାବନୀ ଦିଆଯାଇଛି।
ଏଭଳି ସ୍ଥିତିରେ ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣରେ ରହିଛି ବୋଲି ରାଜ୍ୟ ସରକାର ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି।
ଯଦି କୌଣସି ସ୍ଥାନରେ ବନ୍ୟାଜନିତ ସମସ୍ୟା ହୁଏ ତେବେ ୨୪ ଘଣ୍ଟିଆ ନିୟନ୍ତ୍ରଣ କକ୍ଷକୁ ଫୋନ୍ କରିବାକୁ ନିବେଦନ କରାଯାଇଛି।
Kani River Flood: କାଣୀ ନଦୀର ୩ଫୁଟ ଉଚ୍ଚତାରେ ବନ୍ୟା ଜଳ: ୭୦ ପରିବାର ଜଳବନ୍ଦୀ ଆଜି ରାଜ୍ୟର ବନ୍ୟାସ୍ଥିତି ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ହୋଇଥିଲା।
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏଥିରେ ଅଧ୍ୟକ୍ଷତା କରିଥିଲେ।
ବୈଠକରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ ଅରବିନ୍ଦ ପାଢ଼ୀ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର କମିଶନର-ତଥା-ଶାସନ ସଚିବ ଅଶ୍ୱଥୀ ଏସ୍., ସ୍ୱତନ୍ତ୍ର ରିଲିଫ କମିଶନର ରାଜେଶ ପ୍ରଭାକର ପାଟିଲ, ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ, ଜଳ ସମ୍ପଦ ବିଭାଗ ଓ ଅନ୍ୟାନ୍ୟ ସଂପୃକ୍ତ ବିଭାଗର ବରିଷ୍ଠ ଅଧିକାରୀବୃନ୍ଦ ଉପସ୍ଥିତ ଥିଲେ।
Flood: ଗନ୍ଧମାର୍ଦ୍ଦନ ପାହାଡ଼ରେ ବାଦଲଫଟା ବର୍ଷା, ହରିଶଙ୍କରରେ ବନ୍ୟା ସ୍ଥିତି ବୈଠକରୁ ମିଳିଥିବା ବିବରଣୀ ଅନୁସାରେ, ମନ୍ତ୍ରୀ ପୂଜାରୀ କହିଥିଲେ, ଲଗାଣ ବର୍ଷାଜନିତ ବନ୍ୟା ଯୋଗୁଁ ବାଲେଶ୍ୱର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲ୍ଲା ଅଧିକ ପ୍ରଭାବିତ ହୋଇଛି।
ଅପରାହ୍ନ ସୁଦ୍ଧା ୪୪ଟି ବ୍ଲକ୍, ୨୪୩ଟି ଗ୍ରାମ ପଞ୍ଚାୟତ ଏବଂ ୭୪୮ଟି ଗ୍ରାମ ବନ୍ୟା ପ୍ରଭାବରେ ରହିଛି।
ଏହା ବ୍ୟତୀତ ଆଜି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ରାୟଗଡ଼ା, ଗଜପତି ଓ ମାଲକାନଗିରି ଜିଲ୍ଲାର କେତେକ ଅଞ୍ଚଳ ମଧ୍ୟ ବର୍ଷା ଯୋଗୁଁ ପ୍ରଭାବିତ ହୋଇଛି।
ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ସର୍ବାଧିକ ପ୍ରଭାବିତ ଜିଲ୍ଲାଗୁଡ଼ିକରୁ ପ୍ରାୟ ୩୦,୦୦୦ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଥିବାବେଳେ ଅନ୍ୟାନ୍ୟ ବିପଦପୂର୍ଣ୍ଣ ଅଞ୍ଚଳରେ ମଧ୍ୟ ଆବଶ୍ୟକତା ଅନୁଯାୟୀ ସ୍ଥାନାନ୍ତରଣ କରାଯାଇଛି।
Ramchandi Temple: ନଦୀରେ ପ୍ରବଳ ବନ୍ୟା ଯୋଗୁଁ ବୁଡ଼ିଲା ରାମଚଣ୍ଡୀ ମନ୍ଦିର: ଶ୍ରଦ୍ଧାଳୁଙ୍କୁ ଗୁମ୍ଫା ନିକଟକୁ ମନା ସମସ୍ତ ରିଲିଫ କେନ୍ଦ୍ରରେ ବ୍ୟାପକ ବ୍ୟବସ୍ଥା କରାଯାଇଛି।
ସ୍ଥାନାନ୍ତରିତ ଲୋକଙ୍କୁ ସ୍ୱଚ୍ଛ ଓ ରନ୍ଧା ଖାଦ୍ୟ ଯୋଗାଇ ଦିଆଯାଉଥିବାବେଳେ ଆବଶ୍ୟକ ସ୍ଥଳରେ ଶୁଖିଲା ରାସନ ବଣ୍ଟନ କରାଯାଉଛି।
ଶିଶୁ, ମହିଳା ଓ ବୟସ୍କମାନଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି।
ମହିଳାମାନଙ୍କ ସୁରକ୍ଷା ପାଇଁ ରିଲିଫ କେନ୍ଦ୍ରଗୁଡ଼ିକରେ ମହିଳା ପୁଲିସ କର୍ମଚାରୀଙ୍କୁ ମୁତୟନ କରାଯାଇଛି।
ପ୍ରଭାବିତ ଅଞ୍ଚଳଗୁଡ଼ିକରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସ୍ୱାସ୍ଥ୍ୟ ସେବାକୁ ଆହୁରି ସୁଦୃଢ଼ କରାଯାଇଛି।
ମେଡିକାଲ ଟିମ୍ ମୁତୟନ କରାଯାଇଥିବାବେଳେ ଆବଶ୍ୟକ ଔଷଧ ମହଜୁଦ ରଖାଯାଇଛି ଏବଂ ସାପ କାମୁଡ଼ାର ଚିକିତ୍ସା ପାଇଁ ଆଣ୍ଟି-ସ୍ନେକ୍ ଭେନମ୍ ଇଞ୍ଜେକ୍ସନ୍ ପ୍ରଭାବିତ ଅଞ୍ଚଳକୁ ପଠାଯାଇଛି।
ଜରୁରୀ ସ୍ୱାସ୍ଥ୍ୟ ସେବା ସୁନିଶ୍ଚିତ କରିବା ପାଇଁ ପ୍ରତ୍ୟେକ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର (PHC) ରେ MBBS ଡାକ୍ତରଙ୍କୁ ନିୟୋଜିତ କରାଯାଇଛି।ବୈଠକରେ ସୂଚନା ଦିଆଯାଇଥିଲା ଯେ, ବର୍ତ୍ତମାନ ସୁଦ୍ଧା ୨୨୬ଟି ଗ୍ରାମରେ ଜଳବନ୍ଦୀ ସ୍ଥିତି ରହିଛି।
ତେବେ ବିଶେଷକରି ବାଲେଶ୍ୱର ଜିଲ୍ଲାରେ ଜଳସ୍ତର କମିବା ଆରମ୍ଭ କରିଥିବାରୁ ଅନେକ ଲୋକ ଧୀରେ ଧୀରେ ରିଲିଫ କେନ୍ଦ୍ରରୁ ନିଜ ଘରକୁ ଫେରୁଛନ୍ତି।
ରାଜ୍ୟ ସରକାର ସମଗ୍ର ପରିସ୍ଥିତି ଉପରେ ନିରନ୍ତର ନଜର ରଖି ଆବଶ୍ୟକ ସହାୟତା ଯୋଗାଇ ଦେଉଛନ୍ତି।
ସମସ୍ତ ନଦୀବନ୍ଧ, ରିଲିଫ କେନ୍ଦ୍ର ଓ ସମ୍ବେଦନଶୀଳ ଅଞ୍ଚଳରେ ପୁଲିସ ପାଟ୍ରୋଲିଂକୁ ବାଧ୍ୟତାମୂଳକ କରାଯାଇଛି।
ବାତ୍ୟା ପରେ ବନ୍ୟା ବିତ୍ପାତ: ଉଛୁଳିଲା ବୁଢ଼ାବଳଙ୍ଗ, ଭୟଭୀତ ନଦୀକୁଳିଆ ନଦୀ ପରିସ୍ଥିତିର ସମୀକ୍ଷା ବେଳେ ଜଣାପଡ଼ିଥିଲା ଯେ ଛତିଶଗଡ଼ର ଉପର ଅବବାହିକା ଅଞ୍ଚଳରେ ବର୍ଷା ଆରମ୍ଭ ହୋଇଛି।
ବର୍ତ୍ତମାନ ହୀରାକୁଦ ବନ୍ଧର ଦୁଇଟି ଗେଟ୍ ଖୋଲା ରହିଛି ଏବଂ ଜଳଭଣ୍ଡାରର ଜଳସ୍ତର ସୁରକ୍ଷିତ ସୀମା ମଧ୍ୟରେ ରହିଛି।
ଜଳ ସମ୍ପଦ ବିଭାଗ ପକ୍ଷରୁ ନିରନ୍ତର ଜଳପ୍ରବାହ ଓ ନଦୀ ଜଳସ୍ତରର ତଦାରଖ କରାଯାଉଛି ଏବଂ ଭବିଷ୍ୟତରେ ଆବଶ୍ୟକ ପଡ଼ିଲେ ବୈଷୟିକ ଆକଳନ ଆଧାରରେ ପର୍ଯ୍ୟାୟକ୍ରମେ ଜଳ ନିଷ୍କାସନ କରାଯିବ।
ବର୍ତ୍ତମାନ ନଦୀ ପରିସ୍ଥିତି ନିୟନ୍ତ୍ରଣରେ ରହିଛି।
କ୍ଷତିଗ୍ରସ୍ତ ଘରଗୁଡ଼ିକର ଆକଳନ କାର୍ଯ୍ୟ ଆରମ୍ଭ ହୋଇଥିବାବେଳେ ପ୍ରଭାବିତ ପରିବାରମାନଙ୍କୁ ସରକାରୀ ନିୟମାବଳୀ ଅନୁଯାୟୀ ସହାୟତା ପ୍ରଦାନ ପ୍ରକ୍ରିୟା ଜାରି ରହିଛି।
ଜରୁରୀ ଉଦ୍ଧାର କାର୍ଯ୍ୟ ବେଳେ ବିଦ୍ୟୁତ୍ ସ୍ପର୍ଶରେ ଜଣେ ଅଗ୍ନିଶମ ସେବା କର୍ମଚାରୀଙ୍କ ଦୁଃଖଦ ମୃତ୍ୟୁ ଘଟଣାରେ ମନ୍ତ୍ରୀ ଓ ଉପସ୍ଥିତ ସମସ୍ତ ଅଧିକାରୀ ଗଭୀର ଶୋକ ପ୍ରକାଶ କରିଥିଲେ।
ମୃତକଙ୍କ ପରିବାରକୁ ତୁରନ୍ତ ସମସ୍ତ ସରକାରୀ ସହାୟତା ଓ ପ୍ରାପ୍ୟ ସୁବିଧା ପ୍ରଦାନ କରିବାକୁ ମାନ୍ୟବର ମନ୍ତ୍ରୀ ପୂଜାରୀ ସମ୍ପୃକ୍ତ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ।
Flood In Odisha: ରାତିରେ ମାଡ଼ି ଆସିଲା ସାଳନ୍ଦୀ, ବୈତରଣୀ ନଦୀର ବନ୍ୟାଜଳ ସର୍ବଶେଷ ପାଣିପାଗ ପୂର୍ବାନୁମାନ ଅନୁଯାୟୀ ବରଗଡ଼, ବଲାଙ୍ଗୀର, ନବରଙ୍ଗପୁର, ମାଲକାନଗିରି ଓ ରାୟଗଡ଼ା ଜିଲ୍ଲାକୁ ସତର୍କ ରଖାଯାଇଛି।
ସମ୍ଭାବ୍ୟ ପ୍ରବଳରୁ ଅତିପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ସମସ୍ତ ଜିଲ୍ଲା ପ୍ରଶାସନକୁ ସଂପୂର୍ଣ୍ଣ ପ୍ରସ୍ତୁତ ରହିବା ସହ ଉଦ୍ଧାରକାରୀ ଦଳ, ଜରୁରୀ ଉପକରଣ ଓ ରିଲିଫ ସାମଗ୍ରୀ ପ୍ରସ୍ତୁତ ରଖିବାକୁ କୁହାଯାଇଛି।
ବିପର୍ଯ୍ୟୟ ମୁକାବିଲାକୁ ଆହୁରି ସୁଦୃଢ଼ କରିବା ପାଇଁ ୧୭ଟି NDRF ଟିମ୍, ODRAF ଟିମ୍ ଏବଂ ପ୍ରାୟ ୬୦ଟି ଅଗ୍ନିଶମ ସେବା ଟିମ୍ ବିଭିନ୍ନ ସମ୍ବେଦନଶୀଳ ସ୍ଥାନରେ ମୁତୟନ କରାଯାଇଛି।
ବରିଷ୍ଠ IAS ଅଧିକାରୀମାନଙ୍କୁ ମଧ୍ୟ ଜିଲ୍ଲା ପ୍ରଶାସନ ସହ ସମନ୍ୱୟ ରକ୍ଷା କରି କ୍ଷେତ୍ରସ୍ତରରେ ପରିସ୍ଥିତିର ତଦାରଖ ପାଇଁ ଦାୟିତ୍ୱ ଦିଆଯାଇଛି।
ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ପ୍ରଭାବିତ ଅଞ୍ଚଳରେ ଆବଶ୍ୟକତା ଅନୁଯାୟୀ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା କରିବାକୁ ଜିଲ୍ଲାପାଳମାନଙ୍କୁ କ୍ଷମତା ପ୍ରଦାନ କରାଯାଇଥିବାବେଳେ ସମସ୍ତ ସରକାରୀ ଅଧିକାରୀଙ୍କୁ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟରେ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।"
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।