Odisha Government Orders Inquiry: ନବୀନ ଓ ପାଣ୍ଡିଆନଙ୍କ ବିଦେଶ ଗସ୍ତର ହେବ ତଦନ୍ତ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

Nov 21, 2026 - 21:26
Odisha Government Orders Inquiry: ନବୀନ ଓ ପାଣ୍ଡିଆନଙ୍କ ବିଦେଶ ଗସ୍ତର ହେବ ତଦନ୍ତ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ନବୀନ ଓ ପାଣ୍ଡିଆନଙ୍କ ବିଦେଶ ଗସ୍ତର ହେବ ତଦନ୍ତ।

ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ପୂର୍ବତନ IAS ଅଧିକାରୀ ଭିକେ ପାଣ୍ଡିଆନଙ୍କ ବିଦେଶ ଗସ୍ତର ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ।

୨୦୨୨-୨୩ ଓ ୨୦୨୩-୨୪ରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଅବସରପ୍ରାପ୍ତ IAS ଅଧିକାରୀ ଭି.କେ.

ପାଣ୍ଡିଆନ୍ ଓ IPS ରବିକାନ୍ତଙ୍କ ବିଦେଶ ଗସ୍ତ ସମ୍ପର୍କରେ ତଦନ୍ତ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି।

ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ସଚିବ ଏହାର ତଦନ୍ତ କରିବେ।

Advertisment ସୂଚନାଯୋଗ୍ୟ ଯେ, ବିଭିନ୍ନ ସାମାଜିକ କର୍ମୀଙ୍କ ଅଭିଯୋଗ ଅନୁଯାୟୀ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଅବସରପ୍ରାପ୍ତ IAS ଅଧିକାରୀ ଭିକେ ପାଣ୍ଡିଆନ ଏବଂ IPS ରବିକାନ୍ତ ୨୦୨୨-୨୩ ଏବଂ ୨୦୨୩-୨୪ରେ ଅନେକ ଥର ବିଦେଶ ଗସ୍ତ କରିଛନ୍ତି।

ବିଭିନ୍ନ RTI ପ୍ରଶ୍ନରୁ ମିଳିଥିବା ତଥ୍ୟ ଅନୁଯାୟୀ ସେମାନଙ୍କ ଜାପାନ ଓ ଇଟାଲୀ ଗସ୍ତର ଖର୍ଚ୍ଚ ବିବରଣୀ ସନ୍ଦେହଜନକ, ଅସ୍ୱଚ୍ଛ ଓ ଅସମ୍ପୂର୍ଣ୍ଣ ବୋଲି ସାମାଜିକ କର୍ମୀମାନେ ଅଭିଯୋଗ କରିଛନ୍ତି।

ଏହି ଗସ୍ତ ତଥ୍ୟକୁ ଉଦ୍ଦେଶ୍ୟ ପ୍ରଣୋଦିତ ଭାବେ ଗୁପ୍ତ ରଖାଯାଇଛି, ତେଣୁ ତଥ୍ୟ ଗୁଡ଼ିକର ତାଳ-ମେଳ ରହୁନାହିଁ ବୋଲି ସେମାନେ ଅଭିଯୋଗ କରିଛନ୍ତି।

ଏହିସବୁ ଅଭିଯୋଗ ଦୃଷ୍ଟିରୁ ଏହାର ତଦନ୍ତ କରାଯାଇ ପ୍ରକୃତ ସତ୍ୟ ପଦାକୁ ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)