Orange Alert in Several Districts: ବାତ୍ୟା ପ୍ରଭାବରେ ୫ ଦିନ ବର୍ଷା, ୧୮ରୁ ଓଡ଼ିଶାକୁ ସତର୍କ ସୂଚନା
ବାତ୍ୟା ପ୍ରଭାବରେ ଓଡି଼ଶାରେ ପ୍ରବଳ ବର୍ଷିବ।
୧୮ ତାରିଖରୁ ୨୨ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ।
ଆସନ୍ତାକାଲି ପାଇଁ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ଗଞ୍ଜାମ, ଗଜପତି, ପୁରୀରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି।
୧୯, ୨୦ ଓ ୨୧ ତାରିଖ ଲଗାତାର ୩ ଦିନ ଧରି ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଓ ପବନର ସମ୍ଭାବନା ରହିଛି।
Advertisment ୧୯ ତାରିଖରେ ପୁରୀ, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୨୦ ତାରିଖରେ ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଏବଂ ୨୧ ତାରିଖରେ ପଶ୍ଚିମ ଓଡ଼ିଶାର ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଏବଂ ଦକ୍ଷିଣ ଓଡି଼ଶାର ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ବାତ୍ୟା ସମୟରେ ସମୁଦ୍ର ଅଶାନ୍ତ ରହିବ।
ତେଣୁ ମତ୍ସ୍ୟଜୀବୀଙ୍କୁ ୨୦ ତାରିଖ ପର୍ଯ୍ୟନ୍ତ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି।
ସମୁଦ୍ର ଭିତରେ ଥିବା ମତ୍ସ୍ୟଜୀବୀଙ୍କୁ କୂଳକୁ ଫେରିଆସିବାକୁ ପରାମର୍ଶ ଦିଆଯାଇଛି।
କାଲିଠୁ ୪ ଦିନ ପ୍ରବଳ ବର୍ଷିବ ବାତ୍ୟା ପ୍ରଭାବରେ ଓଡ଼ିଶା ପ୍ରବଳ ବର୍ଷା ପବନ ସମ୍ଭାବନା ୧୮, ୧୯ରେ ଗଞ୍ଜାମ, ଗଜପତି ଓ ପୁରୀକୁ ସତର୍କ ସୂଚନା ୨୦ରେ ଦକ୍ଷିଣ ଓଡି଼ଶାର ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ୧୯, ୨୦, ୨୧ ପୁରା ରାଜ୍ୟରେ ବର୍ଷା ପବନ ସମ୍ଭାବନା Advertisment
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।
