Welcome!

Unlock your personalized experience.
Sign Up

Panchayat Elections : ୨୦୨୭ରେ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି, ୨୧ରେ ରାଜ୍ୟ ନିର୍ବାଚନ କମିଶନଙ୍କ ବୈଠକ

Jul 10, 2026 - 10:42
Panchayat Elections : ୨୦୨୭ରେ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି, ୨୧ରେ ରାଜ୍ୟ ନିର୍ବାଚନ କମିଶନଙ୍କ ବୈଠକ

ଭୁବନେଶ୍ୱର ୧୦/୦୭: ରାଜ୍ୟରେ ୨୦୨୭ରେ ହେବ ଉଭୟ ତ୍ରିସ୍ତରୀୟ ପଞ୍ଚାୟତ ଏବଂ ପୌର ନିର୍ବାଚନ । ସେଥିପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି ରାଜ୍ୟ ନିର୍ବାଚନ କମିଶନ । ଏ ନେଇ ଜୁଲାଇ ୨୧ ତାରିଖରେ ରାଜ୍ୟ ନିର୍ବାଚନ କମିଶନଙ୍କ ଅଧ୍ୟକ୍ଷତାରେ ଆଭାସୀରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହେବ । ଏ ନେଇ କମିଶନଙ୍କ କାର୍ଯ୍ୟାଳୟ ପକ୍ଷରୁ ସମସ୍ତ ଜିଲ୍ଲାପାଳମାନଙ୍କୁ ଚିଠି କରାଯାଇଛି ।

ଓଡ଼ିଶା ଷ୍ଟେଟ୍‌ଓ୍ବାଇଡ୍‌ ନେଟ୍‌ଓ୍ବାର୍କ ବା ଓସୱାନ ପ୍ଲାଟଫର୍ମ ମାଧ୍ୟମରେ ହେବାକୁ ଥିବା ଏହି ବୈଠକରେ ମୁଖ୍ୟତଃ ଦୁଇଟି ପ୍ରସଙ୍ଗ ଉପରେ ସମୀକ୍ଷା କରାଯିବ । ଘରକୁ ଘର ବୁଲି ସର୍ଭେ କରାଯିବ । ବୁଥ୍‌  ଭିତ୍ତିକ ଭୋଟର ତାଲିକା ପ୍ରସ୍ତୁତ କରାଯିବ । ଘରକୁ ଘର ବୁଲି ସର୍ଭେ କାର୍ଯ୍ୟକ୍ରମ ସମ୍ପର୍କରେ ରାଜ୍ୟ ନିର୍ବାଚନ କମିଶନର ଆଲୋଚନା କରିବେ । ସେହିପରି ୨୦୨୨ରେ ହୋଇଥିବା ପୌର ନିର୍ବାଚନ ସମ୍ପର୍କିତ ବାକି ରହିଥିବା ଡିସି ବିଲ୍ ଏବଂ ବିନିଯୋଗ ପ୍ରମାଣପତ୍ର (ୟୁସି) ଦାଖଲ ସ୍ଥିତି ସମ୍ପର୍କରେ ସମୀକ୍ଷା କରାଯିବ । ଏହି ବୈଠକରେ ଜିଲ୍ଲାପାଳଙ୍କ ସମେତ ଏଡିଏମ୍ (ପୌର ନିର୍ବାଚନର ନୋଡାଲ ଅଫିସର), ନିର୍ବାଚନ ପଞ୍ଜୀକରଣ ଅଧିକାରୀ, ସହକାରୀ ନିର୍ବାଚନ ଅଧିକାରୀ ଏବଂ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସାଧାରଣ ବିବିଧ ବିଭାଗର ଉପଜିଲ୍ଲାପାଳ, ଏଡିଏମ୍‌ମାନଙ୍କୁ ନିଜ ନିଜ ଜିଲ୍ଲାର ଓସୱାନକେନ୍ଦ୍ରରେ ୨୧ ତାରିଖ ସାଢ଼େ ୧୧ଟା ବେଳେ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ PRAMEYA - ପ୍ରମେୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।