Police Detain Over 15 Men and Women: ଗୋଷ୍ଠୀ ସଂଘର୍ଷ ପରେ ପୋଲିସର ଆକ୍ସନ୍, ୧୫ରୁ ଅଧିକ ମହିଳା ଓ ପୁରୁଷଙ୍କୁ ଉଠାଇ ନେଇ ଅଟକ
ନୂଆଗାଁ ଥାନା ଆଡିପଡ଼ା ଗାଁରେ ଗୋଷ୍ଠୀ ସଂଘର୍ଷ ପରେ ପୋଲିସର ଆକ୍ସନ୍।
ବର୍ତ୍ତମାନ ସୁଦ୍ଧା ୧୫ରୁ ଅଧିକ ମହିଳା ଓ ପୁରୁଷଙ୍କୁ ଉଠାଇ ନେଇ ଅଟକ ରଖିଛି ପୋଲିସ।
ଆଡ଼ିପଡ଼ା ଗାଁରେ ପଇଁତରା ମାରୁଛି ପୋଲିସ।
ଗତକାଲି ବିଳମ୍ବିତ ରାତିରେ କାର୍ତ୍ତିକ ପୂର୍ଣ୍ଣିମା ଯାତ୍ରାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ଗୋଷ୍ଠୀ ସଂଘର୍ଷ ହୋଇଥିଲା।
ଉଭୟ ଗୋଷ୍ଠୀର ୧୫ରୁ ଊର୍ଦ୍ଧ୍ୱ ଲୋକ ଆହତ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି।
Advertisment ଆହତଙ୍କୁ ମହୀପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।
ସେମାନଙ୍କ ମଧ୍ୟରୁ ୫ ଜଣଙ୍କୁ ଚିକିତ୍ସା ପାଇଁ ନୟାଗଡ଼ ଜିଲ୍ଲା ମୁଖ୍ୟଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।
ପୂର୍ବରୁ ମଧ୍ୟ ଉଭୟ ଗୋଷ୍ଠୀ ମଧ୍ୟରେ ବିବାଦ ରହିଥିବା ଜଣାପଡ଼ିଛି।
ଗାଁରେ ଉତ୍ତେଜନା ପରେ ନୂଆଗାଁ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଉପରେ ନଜର ରଖିଛି।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।
