President Droupadi Murmu: ୨ ଦିନିଆ ଓଡ଼ିଶା ଗସ୍ତ ସାରି ନୂଆଦିଲ୍ଲୀ ଫେରିଗଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

Nov 25, 2026 - 13:17
President Droupadi Murmu: ୨ ଦିନିଆ ଓଡ଼ିଶା ଗସ୍ତ ସାରି ନୂଆଦିଲ୍ଲୀ ଫେରିଗଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ବର: ଦୁଇ ଦିନିଆ ଓଡ଼ିଶା ଗସ୍ତ ଶେଷ କରି ନୂଆଦିଲ୍ଲୀ ଫେରିଗଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।

ଭୁବନେଶ୍ବର ବିମାନବନ୍ଦରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ରାଜ୍ୟପାଳ ବ୍ରଜମୋହନ ରାମ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଓ ମେୟର ସୁଲୋଚନା ଦାସ ପ୍ରମୁଖ ବିଦାୟ ସମ୍ବର୍ଦ୍ଧନା ଦେଇଥିଲେ।

ସେ ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ନୂଆଦିଲ୍ଲୀ ଫେରିଯାଇଛନ୍ତି।

ଗତକାଲି ସେ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ବରରେ ପହଞ୍ଚିଥିଲେ।

Advertisment President Droupadi Murmu returned to New Delhi ଆଜି ରାଜଧାନୀର ଅଭିନ୍ନ ଚନ୍ଦ୍ର ହୋମିଓପାଥିକ ମେଡିକାଲ୍ କଲେଜ୍ ଆଣ୍ଡ ହସ୍ପିଟାଲ୍ ପରିସରରେ ହୋମିଓପାଥି ଉପରେ ଆୟୋଜିତ ଜାତୀୟ ବୈଜ୍ଞାନିକ ସମ୍ମିଳନୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗ ଦେଇଥିଲେ।

ଏଥିରେ ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟପାଳ ବ୍ରଜମୋହନ ରାମ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ସାଂସଦ ଅପରାଜିତା ଷଡ଼ଙ୍ଗୀ ଏବଂ ସ୍ବାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ।

ରାଷ୍ଟ୍ରପତି, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ଡଙ୍ଗା ଭସାଇଥିଲେ ଏଣେ ଗତକାଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କଟକର ଐତିହାସିକ ବାଲିଯାତ୍ରର ଉଦଘାଟନ କରିଥିଲେ।

କାର୍ଯ୍ୟକ୍ରମରେ ସାମିଲ ହେବା ପୂର୍ବରୁ ରାଷ୍ଟ୍ରପତିଙ୍କ ସହିତ ଅନ୍ୟ ଅତିଥିମାନେ କଳିଙ୍ଗ ତରଙ୍ଗିଣୀରେ ସିଲଭର ସିଟି ବୋଟ୍‌ କ୍ଲବ୍‌ରୁ କଟକ ଇନ୍‌ କଟକ ପର୍ଯ୍ୟନ୍ତ ଆସିଥିଲେ।

ରାଷ୍ଟ୍ରପତି, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ଡଙ୍ଗା ଭସାଇଥିଲେ।

ଅତିଥିମାନେ ଜାତୀୟସ୍ତରୀୟ ପଲ୍ଲିଶ୍ରୀମେଳାକୁ ଉଦ୍‌ଘାଟନ କରିଥିଲେ।

ଟେରାକୋଟା କାରିଗରଙ୍କ ସହିତ ଆଲୋଚନା କରିଥିଲେ।

ଏହି କାର୍ଯ୍ୟକ୍ରମରେ ରାଷ୍ଟ୍ରପତି, ରାଜ୍ୟପାଳ ବ୍ରଜମୋହନ ରାମ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ଇଣ୍ଡୋନେସିଆ ଦୂତାବାସର ଚାର୍ଜ ଡି' ଆଫାୟାର୍ସ ୟୁଧୋ ସାସୋଙ୍ଗକୋ, କଟକ ସାଂସଦ ଭର୍ତ୍ତୃହରି ମହତାବ, ମେୟର ସୁବାସ ସିଂହ, ଚୌଦ୍ବାର-କଟକ ବିଧାୟକ ସୌଭିକ ବିଶ୍ବାଳ, ବାରବାଟୀ-କଟକ ବିଧାୟକ ସୋଫିଆ ଫିର୍ଦ୍ଦୋସ, କଟକ ସଦର ବିଧାୟକ ପ୍ରକାଶ ଚନ୍ଦ୍ର ସେଠୀ, ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ମଞ୍ଚାସୀନ ଥିଲେ।

ଏହି ଅବସରରେ ବାଲିଯାତ୍ରାର ସ୍ମରଣିକା ଉନ୍ମୋଚିତ ହୋଇଥିଲା। chief minister mohan charan majhi: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାର୍ଗଦର୍ଶନରେ ଚିକିତ୍ସା ଓ ରୋଗୀ ସେବାକୁ ତଳସ୍ତର ଯାଏ ପହଞ୍ଚାଯାଉଛି: ମୁଖ୍ୟମନ୍ତ୍ରୀ

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)