President Murmu Arrives in Bhubaneswar: ଭୁବନେଶ୍ୱରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ବିମାନବନ୍ଦରରେ ଭବ୍ୟ ସ୍ୱାଗତ

Nov 24, 2026 - 12:58
President Murmu Arrives in Bhubaneswar: ଭୁବନେଶ୍ୱରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ବିମାନବନ୍ଦରରେ ଭବ୍ୟ ସ୍ୱାଗତ

ଭୁବନେଶ୍ବରରେ ରାଷ୍ଟ୍ରପତି।

ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।

ଦୁଇ ଦିନିଆ ଓଡିଶା ଗସ୍ତରେ ଆସିଥିବା ବେଳେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ବିମାନ ବନ୍ଦରରେ ଭବ୍ୟ ସ୍ବାଗତ କରାଯାଇଛି।

ରାଷ୍ଟ୍ରପତିଙ୍କୁ ସ୍ବାଗତ କରିଛନ୍ତି ରାଜ୍ୟପାଳ ବ୍ରଜମୋହନ ରାମ ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।

Advertisment ସେଠାରୁ ସେ ଲୋକଭବନ ଅଭିମୁଖେ ଯାଇଛନ୍ତି।

ଆଜି ଅପରାହ୍ଣରେ କଟକ ବାଲିଯାତ୍ରା ଉଦଘାଟନ କରିବେ।

ଏଥିପାଇଁ ସଜେଇ ହୋଇଛି ମହାନଦୀ ପଠା।

ଏଥର ବାଲିଯାତ୍ରାରେ କଟକର ପ୍ରସିଦ୍ଧ ଦହିବରା ଖାଇବେ ମହାମହିମ।

ଏଥିପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ଦହିବରା ବ୍ୟବସ୍ଥା କରାଯାଇଛି।

ଏହାସହ ORMASରେ ସ୍ୱୟଂ ସହାୟକ ଗୋଷ୍ଠୀର ମହିଳା ଉଦ୍ୟୋଗୀଙ୍କ ସହ ଭାବ ବିନିମୟ କରିବେ ରାଷ୍ଟ୍ରପତି।

ଅନ୍ୟପଟେ ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାକୁ କରାଯାଇଛି କଡ଼ାକଡ଼ି।

୭୦ ପ୍ଲାଟୁନ୍ ଫୋର୍ସ ଓ ୪୦୦ ଅଧିକାରୀ ମୁତୟନ।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)