ଗାଈ ଚରାଇବାକୁ ଯାଇଥିଲେ,ଭାଲୁ ଆକ୍ରମଣରେ ଯୁବକ ଗୁରୁତର

ପଟ୍ଟାଙ୍ଗି,୧୫ା୪(ଶରତ କୁମାର ଧଳ)-ଭାଲୁ ଆକ୍ରମଣରେ ଗୁରୁତର ହୋଇଥିବା କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅନ୍ତର୍ଗତ ରାଲେଗଡ଼ା ପଞ୍ଚାୟତର ମିରିଆଲପାଡୁ ଗ୍ରାମର ପାମିଆ ବଲୁଙ୍କୁ ଗ୍ରାମବାସୀ ଉଦ୍ଧାର କରି ସ୍ବାସ୍ଥ୍ୟକେନ୍ଦ୍ରରେ ମଙ୍ଗଳବାର ସକାଳୁ ଭର୍ତ୍ତି କରିଛନ୍ତି। ସୂଚନା ଅନୁଯାୟୀ, ମଙ୍ଗଳବାର ସକାଳୁ ଗ୍ରାମ ନିକଟ ପାହାଡ ଉପରକୁ ବଲୁ ଗୋରୁ ଗାଈ ଚରାଇବାକୁ ଯାଇଥିଲେ। ଏହି ସମୟରେ ତାଙ୍କୁ ଏକ ଭାଲୁ ଆକ୍ରମଣ କରିଥିଲା। ତାଙ୍କ ଚିତ୍କାର ଶୁଣି ଗ୍ରାମବାସୀ ପହଞ୍ଚି ଭାଲୁକୁ ପଥର ଫିଙ୍ଗି ତାଙ୍କୁ ବଞ୍ଚାଇ […] The post ଗାଈ ଚରାଇବାକୁ ଯାଇଥିଲେ,ଭାଲୁ ଆକ୍ରମଣରେ ଯୁବକ ଗୁରୁତର appeared first on Dharitri Odia News.

Apr 16, 2025 - 07:42
ଗାଈ ଚରାଇବାକୁ ଯାଇଥିଲେ,ଭାଲୁ ଆକ୍ରମଣରେ ଯୁବକ ଗୁରୁତର

ପଟ୍ଟାଙ୍ଗି,୧୫ା୪(ଶରତ କୁମାର ଧଳ)-ଭାଲୁ ଆକ୍ରମଣରେ ଗୁରୁତର ହୋଇଥିବା କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅନ୍ତର୍ଗତ ରାଲେଗଡ଼ା ପଞ୍ଚାୟତର ମିରିଆଲପାଡୁ ଗ୍ରାମର ପାମିଆ ବଲୁଙ୍କୁ ଗ୍ରାମବାସୀ ଉଦ୍ଧାର କରି ସ୍ବାସ୍ଥ୍ୟକେନ୍ଦ୍ରରେ ମଙ୍ଗଳବାର ସକାଳୁ ଭର୍ତ୍ତି କରିଛନ୍ତି।

ସୂଚନା ଅନୁଯାୟୀ, ମଙ୍ଗଳବାର ସକାଳୁ ଗ୍ରାମ ନିକଟ ପାହାଡ ଉପରକୁ ବଲୁ ଗୋରୁ ଗାଈ ଚରାଇବାକୁ ଯାଇଥିଲେ। ଏହି ସମୟରେ ତାଙ୍କୁ ଏକ ଭାଲୁ ଆକ୍ରମଣ କରିଥିଲା। ତାଙ୍କ ଚିତ୍କାର ଶୁଣି ଗ୍ରାମବାସୀ ପହଞ୍ଚି ଭାଲୁକୁ ପଥର ଫିଙ୍ଗି ତାଙ୍କୁ ବଞ୍ଚାଇ ଆମ୍ବୁଲାନ୍ସ ଯୋଗେ ଆଣି ପ୍ରଥମେ ପଟ୍ଟାଙ୍ଗି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରାଥମିକ ଚିକିତ୍ସା ପରେ କୋରାପୁଟ ମେଡିକାଲ କଲେଜକୁ ସ୍ଥାନାନ୍ତର କରିଥିଲେ। ଘଟଣା ପରେ ଜଙ୍ଗଲ ବିଭାଗର କୌଣସି ଅଧିକାରୀ ପହଞ୍ଚି ନ ଥିବା ପରିବାର କହିଛନ୍ତି। ଏ ନେଇ ଜଙ୍ଗଲ ବିଭାଗର ଡିଏଫଓ କେ.ଭି. ରାବଣା ରାଓଙ୍କୁ ଯୋଗାଯୋଗ କରିବାରୁ ବଲୁଙ୍କୁ ସମସ୍ତ ସହଯୋଗ ଯୋଗାଇ ଦିଆଯିବ। ଘଟଣା ସମ୍ପର୍କରେ ରେଞ୍ଜରଙ୍କୁ ପଠାଇ ତଦନ୍ତ କରାଯିବ ବୋଲି ସେ କହିଥିଲେ।

The post ଗାଈ ଚରାଇବାକୁ ଯାଇଥିଲେ,ଭାଲୁ ଆକ୍ରମଣରେ ଯୁବକ ଗୁରୁତର appeared first on Dharitri Odia News.