ସତର୍କ ରୁହନ୍ତୁ ଏହି ରାଶିର ବ୍ୟକ୍ତି, ଆଜି ବ୍ୟବସାୟରେ ହୋଇପାରେ କ୍ଷତି…..
ମେଷ: ବ୍ୟବସାୟରେ କ୍ଷତି ଘଟିବ। ବିଦ୍ୟାର୍ଥୀ ପଢ଼ାକୁ ନେଇ ଚିନ୍ତାରେ ରହିବେ। ଗୁରୁଜନଙ୍କୁ ଶ୍ରଦ୍ଧା ଓ ସମ୍ମାନ କରିବେ। ଆଧ୍ୟାତ୍ମିକ କାର୍ଯ୍ୟ ପ୍ରତି ଆଗ୍ରହ ବଢ଼ିବ। ମନ ପ୍ରସନ୍ନ ରହିବ। ପରିଶ୍ରମର ଉଚିତ ଫଳ ମିଳିବ। ବୃଷ: ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ। ବ୍ୟସ୍ତତା ଭିତରେ ନିଜ ପାଇଁ ସମୟ ବାହାର କରିବେ। ଆର୍ଥିକ ସମସ୍ୟା ଦେଇ ଗତି କରିପାରନ୍ତି। ବାଦବିବାଦରୁ ଦୂରେଇ ରହିବେ। ବିଦ୍ୟାର୍ଥୀ ପରୀକ୍ଷାରେ କୃତକାର୍ଯ୍ୟ ହେବେ। ମିଥୁନ: ଅଫିସରେ କାର୍ଯ୍ୟଦକ୍ଷତା ଦେଖାଇବାର ସୁଯୋଗ […]


ମେଷ: ବ୍ୟବସାୟରେ କ୍ଷତି ଘଟିବ। ବିଦ୍ୟାର୍ଥୀ ପଢ଼ାକୁ ନେଇ ଚିନ୍ତାରେ ରହିବେ। ଗୁରୁଜନଙ୍କୁ ଶ୍ରଦ୍ଧା ଓ ସମ୍ମାନ କରିବେ। ଆଧ୍ୟାତ୍ମିକ କାର୍ଯ୍ୟ ପ୍ରତି ଆଗ୍ରହ ବଢ଼ିବ। ମନ ପ୍ରସନ୍ନ ରହିବ। ପରିଶ୍ରମର ଉଚିତ ଫଳ ମିଳିବ।
ବୃଷ: ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ। ବ୍ୟସ୍ତତା ଭିତରେ ନିଜ ପାଇଁ ସମୟ ବାହାର କରିବେ। ଆର୍ଥିକ ସମସ୍ୟା ଦେଇ ଗତି କରିପାରନ୍ତି। ବାଦବିବାଦରୁ ଦୂରେଇ ରହିବେ। ବିଦ୍ୟାର୍ଥୀ ପରୀକ୍ଷାରେ କୃତକାର୍ଯ୍ୟ ହେବେ।
ମିଥୁନ: ଅଫିସରେ କାର୍ଯ୍ୟଦକ୍ଷତା ଦେଖାଇବାର ସୁଯୋଗ ପାଇବେ। ପରିବାରରେ ମାଙ୍ଗଳିକ କାର୍ଯ୍ୟକ୍ରମ ଆୟୋଜନ ହେବ। ନୂଆ କାମ ଆରମ୍ଭ କରିବେ। ବିଦେଶ ଯାତ୍ରା କରିପାରନ୍ତି।
କର୍କଟ: ଦିନଟି ଭଲରେ କଟିବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ପରିବାରରେ ଭୁଲ ବୁଝାମଣା ଦେଖା ଦେବ। ଜୀବନସାଥୀଙ୍କ ସହ ବୁଲିବାକୁ ଯିବେ। ବନ୍ଧୁଙ୍କ ସହଯୋଗରେ ନୂଆ କାମ ଆରମ୍ଭ କରିବେ।
ସିଂହ: ସମାଜରେ ମାନ, ପ୍ରତିଷ୍ଠା ବଜାୟ ରହିବ। ସମ୍ପର୍କୀୟଙ୍କଠାରୁ ଆର୍ଥିକ ସହଯୋଗ ଲୋଡ଼ିବେ। ବ୍ୟବସାୟକୁ ନେଇ ବଡ଼ ନିଷ୍ପତ୍ତି ନେବେ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ।
କନ୍ୟା: ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିବେ। ଅଫିସରେ ପଦୋନ୍ନତି ସମ୍ଭାବନା ଅଛି। ପରିବାର ସଦସ୍ୟଙ୍କ ସହ ମତଭେଦ ଦେଖା ଦେବ। ଅତିଥି ସତ୍କାର କରିପାରନ୍ତି।
ତୁଳା: ପରିବାର ସହିତ ଦୂର ସ୍ଥାନକୁ ଯାତ୍ରା କରିବେ। ପେଟ ଜନିତ ସମସ୍ୟା ପାଇଁ ଚିନ୍ତାରେ ରହିବେ। ଧାର କରଜରୁ ଦୂରେଇ ରହିବେ। ଯାନବାହନ ଚଳାଚଳ ସମୟରେ ସତର୍କତା ଅବଲମ୍ବନ କରିବେ।
ବିଛା: ଦିନଟିରେ କର୍ମଚଞ୍ଚଳ ରହିବେ। ଜୀବନରେ ସକାରାତ୍ମକ ପରିବର୍ତ୍ତନ ଆଣିବେ। ବ୍ୟବସାୟ ବୃଦ୍ଧି ଲାଗି ନୂଆ ଯୋଜନା କରିବେ। ଜୀବନସାଥୀଙ୍କ ସହ ସୁଖଦ ସମୟ ଅତିବାହିତ କରିବେ।
ଧନୁ: ଅଫିସରେ କାର୍ଯ୍ୟଭାର ବୃଦ୍ଧି ପାଇବ। ଅଯଥା କାମରୁ ଦୂରେଇ ରହିବେ। ବୈବାହିକ ଜୀବନ ସୁଖମୟ ହେବ। ପ୍ରେମ ସମ୍ପର୍କ ମଜଭୁତ୍ ହେବ। ନିଯୁକ୍ତି ସୁଯୋଗ ପାଇବେ। କଠିନ ପରିଶ୍ରମ କରିବେ।
ମକର: ଅଫିସରେ ନୂଆ ଦାୟିତ୍ବ ଗ୍ରହଣ କରିବେ। କାର୍ଯ୍ୟରେ ବ୍ୟସ୍ତ ରହିବେ। ପରିବାରରେ ହସଖୁସି ଲାଗି ରହିବ। ଗୁରୁଜନଙ୍କ ଆଶୀର୍ବାଦ ନେଇ ନୂତନ ବ୍ୟବସାୟ ଆରମ୍ଭ କରନ୍ତୁ।
କୁମ୍ଭ: ଦିନଟି ହସଖୁସିରେ ଅତିବାହିତ କରିବେ। ଆର୍ଥିକ ଦୃଷ୍ଟିରୁ ଲାଭବାନ ହେବେ। ମନୋରଞ୍ଜନ କାର୍ଯ୍ୟକ୍ରମରେ ସାମିଲ ହେବେ। ସାମାଜିକ ଓ ଧାର୍ମିକ କାର୍ଯ୍ୟ ପ୍ରତି ମନ ବଳାଇବେ।
ମୀନ: ସହକର୍ମୀଙ୍କ ସହଯୋଗରେ ଅଫିସ୍ କାର୍ଯ୍ୟ ପୂରା କରିବେ। ପରିବାର ସଦସ୍ୟଙ୍କ ସହ ହସଖୁସିରେ ଦିନ କାଟିବେ। ବିଦ୍ୟାର୍ଥୀ ଖେଳକୁଦରେ ସମୟ ଅତିବାହିତ କରିବେ। ଅପେକ୍ଷା କରିବାର ଫଳ ମିଳିବ।