Protest: ପାଣି ପାଇଁ ରାସ୍ତା ଅବରୋଧ: ଫ୍ଲୋରାଇଡ୍ ଯୁକ୍ତ ପାଣି ପିଇ ଲୋକେ ହନ୍ତସନ୍ତ, କିଡନୀ ରୋଗରେ ଗଲାଣି ଦୁଇଟି ଜୀବନ
"ଗୋଲାମୁଣ୍ଡା: କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ ଲେତେର ଗ୍ରାମ ପଞ୍ଚାୟତ ଅଧୀନ ମକ୍ରାଗୁଡା ଗ୍ରାମରେ ଦୀର୍ଘ ଦିନ ଧରି ଶୁଦ୍ଧ ପାନୀୟ ଜଳ ସମସ୍ୟା ଲାଗି ରହିଛି।
ଜଳ ଜୀବନ ମିଶନ ଯୋଜନା ଅନୁସାରେ ପ୍ରତ୍ୟେକ ଘରକୁ ପାଣି ପହଞ୍ଚାଇବାର ଲକ୍ଷ୍ୟ ଥିଲେ ମଧ୍ୟ ଏହି ଗ୍ରାମରେ ଯୋଜନା କେବଳ କାଗଜକଲମରେ ସୀମିତ ରହିଥିବା ଅଭିଯୋଗ ହେଉଛି।
ଗ୍ରାମବାସୀମାନେ ଦୂଷିତ ପାଣି ପିଇବାକୁ ବାଧ୍ୟ ହେଉଥିବା ବେଳେ ବିଭିନ୍ନ ରୋଗରେ ପୀଡ଼ିତ ହେଉଛନ୍ତି।
ସ୍ଥାନୀୟ ଲୋକଙ୍କ ଅଭିଯୋଗ ଅନୁଯାୟୀ କିଡନୀ ରୋଗରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିବାରୁ ଗ୍ରାମରେ ଭୟ ଓ ଅସନ୍ତୋଷ ବଢ଼ିଛି।Advertisment ଆହୁରି ପଢନ୍ତୁ: Andhra minister's : କୋଟିଆରେ ଆନ୍ଧ୍ର ମନ୍ତ୍ରୀଙ୍କ ଦାଦାଗିରି ପାଣି ସମସ୍ୟାର ସ୍ଥାୟୀ ସମାଧାନ ଦାବିରେ ଗ୍ରାମବାସୀମାନେ ରାସ୍ତା ଅବରୋଧ କରି ପ୍ରତିବାଦ କରିଥିଲେ।
ତୁରନ୍ତ ଶୁଦ୍ଧ ପାନୀୟ ଜଳ ଯୋଗାଣ ସହ ଜଳ ଜୀବନ ମିଶନ କାର୍ଯ୍ୟକାରୀ କରିବାକୁ ସେମାନେ ପ୍ରଶାସନ ନିକଟରେ ଦାବି କରିଛନ୍ତି।
ଗ୍ରାମବାସୀଙ୍କ କହିବା ଅନୁସାରେ, ଅନେକ ଥର ପ୍ରଶାସନ ଓ ସମ୍ପୃକ୍ତ ବିଭାଗକୁ ଜଣାଇଥିଲେ ମଧ୍ୟ ସମସ୍ୟାର ସମାଧାନ ହୋଇନାହିଁ।
ଏହାକୁ ନେଇ ସାଧାରଣ ଲୋକଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଉଛି।
ସ୍ଥାନୀୟ ଅଞ୍ଚଳବାସୀ ଦାବି କରିଛନ୍ତି ଯେ, ତୁରନ୍ତ ପାନୀୟ ଜଳ ସମସ୍ୟାର ସମାଧାନ କରାନଗଲେ ଆଗାମୀ ଦିନରେ ଆନ୍ଦୋଳନକୁ ଆହୁରି ଜୋରଦାର କରାଯିବ।"
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।