19 AUGUST 2026

Welcome!

Unlock your personalized experience.
Sign Up
block-728

Provide quality electricity service: ସମସ୍ତ ଅଞ୍ଚଳକୁ ଗୁଣାତ୍ମକ ବିଦ୍ୟୁତ୍ ସେବା ଯୋଗାଅ: ମୁଖ୍ୟମନ୍ତ୍ରୀ

Aug 14, 2026 - 08:47
Provide quality electricity service: ସମସ୍ତ ଅଞ୍ଚଳକୁ ଗୁଣାତ୍ମକ ବିଦ୍ୟୁତ୍ ସେବା ଯୋଗାଅ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ୨୦୩୦ ସୁଦ୍ଧା ରାଜ୍ୟର ପ୍ରତ୍ୟେକ ଅଞ୍ଚଳକୁ ଗୁଣାତ୍ମକ ବିଦ୍ୟୁତ୍ ସେବା ଯୋଗାଇ ଦେବା ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁତ୍ୱ ଆରୋପ କରିଛନ୍ତି । ଆଜି ଲୋକସେବା ଭବନରେ ଶକ୍ତି ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ଓ ଆଗାମୀ ଦିନରେ ହେବାକୁ ଥିବା ଶକ୍ତି ପ୍ରକଳ୍ପ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ସମୀକ୍ଷା କରି ଦ୍ରୁତ ଅଗ୍ରଗତି ଉପରେ ଗୁରୁତ୍ବ ପ୍ରଦାନ କରିଛନ୍ତି।

Migrant workers: ଶ୍ରମିକଙ୍କ ପରିବାର ପାଇଁ ତୁରନ୍ତ ପଦକ୍ଷେପ; ଜିଲ୍ଲାପାଳଙ୍କୁ ଧନ୍ୟବାଦ ଜଣାଇଲା ସ୍ବେଚ୍ଛାସେବୀ ସଂଗଠନ

ପ୍ରକାଶ ଥାଉକି ରାଜ୍ୟରେ ୨୧୦ଟି ଗ୍ରିଡ୍ ସବ୍‌ଷ୍ଟେସନ୍ କାର୍ଯ୍ୟକ୍ଷମ ଅଛି। ସେଥିମଧ୍ୟରୁ ଗତ ୨ ବର୍ଷ ମଧ୍ୟରେ ୧୫ଟି ନୂଆ ଗ୍ରିଡ୍ ସବ୍‌ଷ୍ଟେସନ୍ ସ୍ଥାପନ କରାଯାଇଛି। ସେହିଭଳି ୨ ବର୍ଷ ମଧ୍ୟରେ ୭୮୮.୯୯ ସର୍କିଟ୍‌ କିଲୋମିଟର ଟ୍ରାନ୍ସମିସନ୍ ଲାଇନ୍ ମଧ୍ୟ ବିଛାଯାଇଛି ବୋଲି ସମୀକ୍ଷାରୁ ଜଣାପଡ଼ିଛି। ବୈଠକରେ ରାଜ୍ୟବାସୀଙ୍କ ପାଇଁ  ନିରବଚ୍ଛିନ୍ନ ଗୁଣାତ୍ମକ ବିଦ୍ୟୁତ୍‌ ଯୋଗାଣକୁ ସୁନିଶ୍ଚିତ କରିବା ପାଇଁ ତଥା ଦ୍ରୁତ ଶିଳ୍ପାୟନକୁ ଦୃଷ୍ଟିରେ ରଖି ୭୬୫ କେଭି ଗ୍ରିଡ୍‌ର ଏକ ରିଂ ସିଷ୍ଟମ୍ ସ୍ଥାପନ କରାଯାଉଛି ବୋଲି ବୈଠକରୁ ଜଣାଯାଇଛି। ଏହି ବ୍ୟବସ୍ଥା ପାଇଁ ଅନୁଗୋଳ ଓ ସୁନ୍ଦରଗଡ଼ରେ ୨ଟି ୭୬୫/୪୦୦ କେଭି ଗ୍ରିଡ୍ କାର୍ଯ୍ୟକ୍ଷମ ଥିବା ବେଳେ ଗୋପାଳପୁର ଓ ପାରାଦୀପରେ ୨ଟି ୭୬୫/୪୦୦ କେଭି ବିଶିଷ୍ଟ ଗ୍ରିଡ୍ ଷ୍ଟେସନ୍ ନିର୍ମାଣ ଚାଲିଛି। କୋଲାବିରା, ଡୁବୁରି ଓ ଆଠଗଡ଼ ନିକଟସ୍ଥ ବେତଖୋଲିଠାରେ ଆଉ ୩ଟି ୭୬୫/୪୦୦ କେଭି ସବ୍‌ଷ୍ଟେସନ୍ ନିର୍ମାଣ କରିବା ପାଇଁ ଯୋଜନା କରାଯାଇଛି। ରାଜ୍ୟରେ ୪୦୦ କେଭି ବିଶିଷ୍ଟ ୫ଟି ଗ୍ରିଡ୍ ସବ୍‌ଷ୍ଟେସନ୍ ଥିବା ବେଳେ ଆଉ ୪ଟି ୪୦୦ କେଭି ଗ୍ରିଡ୍ ସବ୍‌ଷ୍ଟେସନ୍ ନିର୍ମାଣାଧୀନ ରହିଛି ଏବଂ ୨ଟି ଟେଣ୍ଡର ଷ୍ଟେଜ୍‌ରେ ଅଛି।

ଶକ୍ତି ପ୍ରକଳ୍ପଗୁଡ଼ିକର ସମୀକ୍ଷା 
୨୦୩୦-୩୧ ସୁଦ୍ଧା ରାଜ୍ୟରେ ପ୍ରାୟ ୫୯୦ଟି ଶିଳ୍ପ ପ୍ରକଳ୍ପ ସ୍ଥାପନ ହେବ 
ରାଜ୍ୟରେ ୧୬ ହଜାର କୋଟି ଟଙ୍କାର ଶକ୍ତି ପ୍ରକଳ୍ପ ନିର୍ମାଣ କରାଯିବ

Horoscope 2026 August 14: ଜାଣନ୍ତୁ ଆଜିର ରାଶିଫଳ...

ଆଗକୁ ଆହୁରି ୯ଟି ୪୦୦ କେଭି ଗ୍ରିଡ୍ ସବ୍‌ଷ୍ଟେସନ୍ ନିର୍ମାଣ କରିବାର ଯୋଜନା ରହିଛି। ଏସବୁ ସବ୍‌ଷ୍ଟେସନ୍ କାର୍ଯ୍ୟକ୍ଷମ ହେଲେ ରାଜ୍ୟରେ ବିଦ୍ୟୁତ୍ ସମସ୍ୟା ରହିବ ନାହିଁ ବୋଲି ଅଧିକାରୀମାନେ ସୂଚନା ଦେଇଛନ୍ତି। ସେହିଭଳି ବିଭିନ୍ନ ଗ୍ରିଡ୍‌ଗୁଡ଼ିକର ଆଧୁନିକୀକରଣ କାର୍ଯ୍ୟ ମଧ୍ୟ ହାତକୁ ନିଆଯାଇଛି। ୨୦୩୦-୩୧ ସୁଦ୍ଧା ରାଜ୍ୟରେ ପ୍ରାୟ ୫୯୦ଟି ଶିଳ୍ପ ପ୍ରକଳ୍ପ ସ୍ଥାପନ ହେବାକୁ ଯାଉଛି । ଏହି ଶିଳ୍ପ ସଂସ୍ଥା ତଥା ଉପଭୋକ୍ତାମାନଙ୍କ ପାଇଁ ଗୁଣାତ୍ମକ ବିଦ୍ୟୁତ୍ ଯୋଗାଣକୁ ଦୃଷ୍ଟିରେ ରଖି ରାଜ୍ୟରେ ୧୬ ହଜାର କୋଟି ଟଙ୍କାର ଶକ୍ତି ପ୍ରକଳ୍ପ ନିର୍ମାଣ କରାଯିବ। ଏହି ବୈଠକରେ ଉପମୁଖ୍ୟମନ୍ତ୍ରୀ ତଥା ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉନ୍ନୟନ କମିସନର  ଡି.କେ ସିଂହ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶାଶ୍ୱତ ମିଶ୍ର, ଶକ୍ତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ବିଶାଲ ଦେବ,  ଓପିଟିସିଏଲ୍‌ର ସିଏମ୍‌ଡି ଭାସ୍କର ଜ୍ୟୋତି ଶର୍ମା ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media