Rain: ଲଘୁଚାପ ପ୍ରଭାବରେ ଦୁଇ ଦିନ ବର୍ଷା

Sep 11, 2026 - 03:21
Rain: ଲଘୁଚାପ ପ୍ରଭାବରେ ଦୁଇ ଦିନ ବର୍ଷା

"ଭୁବନେଶ୍ବର: ଆଜି ସକାଳେ ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।

ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର କେତେକ ଅଞ୍ଚଳରେ ପ୍ରବଳ ବର୍ଷା ଲାଗିରହିଛି।

ଶୁକ୍ରବାର ମଧ୍ୟ କଳାହାଣ୍ଡି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।

ଏହି ସମୟରେ ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, ଗଜପତି ଓ ଗଞ୍ଜାମ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।

୧୨ ତାରିଖରେ ମଧ୍ୟ କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା ଓ ଗଜପତି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଓଡ଼ିଶା ଉପକୂଳ ଓ ସଂଲଗ୍ନ ଅଞ୍ଚଳରେ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ସହ ମଝିରେ ମଝିରେ ୬୦ କିମି ବେଗରେ ପବନ ବହିବ।

Advertisment Literary Climate: ସାହିତ୍ୟିକ ପାଣିପାଗ: ଏକ ଅନାଲୋଚିତ ପୁସ୍ତକର ରେଭେନ୍‌ସା ସମୁଦ୍ର ଅଶାନ୍ତ ରହିବାକୁ ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ଓଡ଼ିଶା ଉପକୂଳ ଓ ସଂଲଗ୍ନ ସମୁଦ୍ର ଅଞ୍ଚଳ ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି।

ଏଥିସହ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଓଡ଼ିଶାର ସମସ୍ତ ବନ୍ଦରରେ ୩ ନମ୍ବର ବିପଦ ସଙ୍କେତ ଜାରି ହୋଇଛି।

ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକଙ୍କ ଆକଳନ ଅନୁଯାୟୀ ବର୍ତ୍ତମାନର ଲଘୁଚାପ ଅଧିକ ଘନୀଭୂତ ହୋଇ ସୁଦୃଶ୍ୟ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି।

୧୧ ଓ ୧୨ ତାରିଖରେ ବର୍ଷା ଜାରି ରହିବ।

ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ ଓ ପାର୍ଶ୍ବବର୍ତ୍ତୀ ଜିଲ୍ଲାଗୁଡ଼ିକରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି।

ସେପ୍ଟେମ୍ବର ୧୭ରୁ ୨୧ ମଧ୍ୟରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ଏବଂ ପରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ।

ଏହା ସୃଷ୍ଟି ହେଲେ ଓଡ଼ିଶାରେ ପୁଣି ଏକ ବର୍ଷା ପର୍ଯ୍ୟାୟ ଆସିପାରେ।

କିନ୍ତୁ ଏବେଠାରୁ ଏହାର ସୃଷ୍ଟି ସମୟ, ସ୍ଥାନ, ଶକ୍ତି ଓ ଗତିପଥ ନିଶ୍ଚିତ କରିବା ବହୁତ ଆଗୁଆ ହେବ।

ତେଣୁ ଏହାକୁ ବର୍ତ୍ତମାନ କେବଳ ଏକ ପ୍ରାଥମିକ ସମ୍ଭାବନା ଭାବେ ଦେଖିବା ଉଚିତ୍‌ ବୋଲି ସେ କହିଛନ୍ତି।

Weather Alert: ଓଡ଼ିଶା ସମେତ ୧୫ଟି ରାଜ୍ୟରେ ପ୍ରବଳ ବର୍ଷା ନେଇ ସତର୍କତା ଜାରି"

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)