Rain and Thunderstorm Alert: ୧୨ ଯାଏଁ ଭିଜିବ ଓଡ଼ିଶା, ପ୍ରବଳ ଝଡ଼ବର୍ଷା ପାଇଁ ୬ ଜିଲ୍ଲାକୁ ଆଲର୍ଟ

Jul 09, 2026 - 10:45
Rain and Thunderstorm Alert: ୧୨ ଯାଏଁ ଭିଜିବ ଓଡ଼ିଶା, ପ୍ରବଳ ଝଡ଼ବର୍ଷା ପାଇଁ ୬ ଜିଲ୍ଲାକୁ ଆଲର୍ଟ

ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ। ବିଭିନ୍ନ ସ୍ଥାନରେ ପାଗ ମେଘୁଆ ରହିବା ସହ ସ୍ବଳ୍ପ ଧରଣର ବର୍ଷା ମଧ୍ୟ ହେଉଛି। ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ଥିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। 

୩ ଦିନ ଯାଏ ସୁନ୍ଦରଗଡ, ମୟୂରଭଞ୍ଜ ଓ କେନ୍ଦୁଝରରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ। ଆଜି ୬ ଜିଲ୍ଲାକୁ ଝଡବର୍ଷା ନେଇ ସତର୍କ କରାଯାଇଛି। ସୁନ୍ଦରଗଡ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକରେ ବର୍ଷା ସହ ବିଜୁଳି ଘଡଘଡି ହୋଇପାରେ। ଉତ୍ତର ଓଡି଼ଶାରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ବର୍ଷା ଘଡଘଡି ଲାଗି ରହିବ। 

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।