Rain In Odisha: ଓଡ଼ିଶାରେ ବର୍ଷା ବିତ୍ପାତ; ଜନଜୀବନ ପ୍ରଭାବିତ
"ଭୁବନେଶ୍ବର: ବଙ୍ଗୋପସାଗରରେ ଲଘୁଚାପ ଯୋଗୁଁ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଜାରି ରହିଛି।
ଉତ୍ତର ଓଡ଼ିଶା ଏବଂ ପଶ୍ଚିମ ଓଡ଼ିଶାରେ ବର୍ଷାର ତାଣ୍ଡବ ଦେଖିବାକୁ ମିଳିଛି।
ମୟୂରଭଂଜ, କେନ୍ଦୁଝର, ବାଲେଶ୍ବର ଏବଂ ଭଦ୍ରକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି।
ସେହିପରି ସୁନ୍ଦରଗଡ଼, ସମ୍ବଲପୁର ଏବଂ ସୁବର୍ଣ୍ଣପୁର ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହୋଇଛି।
Advertisment ଗତକାଲି ଠାରୁ ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ମଧ୍ୟ ବର୍ଷା ଜାରି ରହିଛି।
ପ୍ରବଳ ବର୍ଷା ଯୋଗୁଁ ମହାନଦୀ, ବୈତରଣୀ, ବୁଢ଼ାବଳଙ୍ଗ, ସାଳନ୍ଦୀ ନଦୀର ଜଳସ୍ତର ବଢ଼ିବାରେ ଲାଗିଛି।
ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ନଦୀ ଜଳସ୍ତର ବଢ଼ିବା ସହିତ ଅନେକ ସ୍ଥାନରେ ପୋଲ ଉପରେ ପାଣି ପ୍ରବାହିତ ହୋଇଛି।
ଫଳରେ ଯାତାୟତ ପ୍ରଭାବିତ ହୋଇଛି।
କିଛି ସ୍ଥାନରେ ଅଘଟଣ ମଧ୍ୟ ଘଟିଛି।
ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଆଜି ମୟୂରଭଂଜ, ବାଲେଶ୍ବର, ଭଦ୍ରକ ଏବଂ ସମ୍ବଲପୁର ଜିଲ୍ଲାରେ ସ୍କୁଲ ଏବଂ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକ ବନ୍ଦ ରଖାଯାଇଥିଲା।
ରାଜ୍ୟର ବର୍ଷାଜନିତ ଖବର କ୍ରମାଗତ ଭାବେ ଅପଡେଟ୍ କରାଯାଉଛି।
ଆମେ ଆମର ପାଠକଙ୍କୁ ପ୍ରତ୍ୟେକ ମୁହୂର୍ତ୍ତରେ ଖବର ସହିତ ଅପଡେଟ୍ କରିବାକୁ ଉଦ୍ୟମ କରୁଛୁ।
ଆପଣଙ୍କ ପାଇଁ ସଦ୍ୟତମ ଏବଂ ବ୍ରେକିଂ ନ୍ୟୁଜ୍ ଆଣିବାକୁ ଆମେ ପ୍ରତିବଦ୍ଧ।
ପ୍ରାରମ୍ଭିକ ସୂଚନା ମାଧ୍ୟମରେ ଏହି ଖବରକୁ ନିରନ୍ତର କ୍ରମାଗତ ଭାବେ ଅପଡେଟ୍ କରୁଛୁ।
ସଦ୍ୟତମ ବ୍ରେକିଂ ନ୍ୟୁଜ୍ ଏବଂ ଅପଡେଟ୍ ପାଇଁ sambad.in ସହିତ ଯୋଡ଼ି ରୁହନ୍ତୁ।
"
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।