Sea entry restriction: ସେପ୍ଟେମ୍ବର ୨୧ରୁ ୨୩ ମତ୍ସ୍ୟଜୀବୀଙ୍କ ସମୁଦ୍ର ପ୍ରବେଶରେ କଟକଣା

Sep 20, 2026 - 17:50
Sea entry restriction: ସେପ୍ଟେମ୍ବର ୨୧ରୁ ୨୩ ମତ୍ସ୍ୟଜୀବୀଙ୍କ ସମୁଦ୍ର ପ୍ରବେଶରେ କଟକଣା

"ଛତ୍ରପୁର: ଥାଇଲାଣ୍ଡ ଉପକୂଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଉତ୍ତର ଆଣ୍ଡାମାନ ସାଗରରେ ଲଘୁଚାପର ରୂପ ନେଇଛି।

ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ୨୧ ତାରିଖ ସୁଦ୍ଧା ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତ ଏବଂ ୨୨ ତାରିଖ ସୁଦ୍ଧା ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଗଭୀର ଅବପାତର ରୂପ ନେଇପାରେ।

୨୩ ତାରିଖ ସକାଳ ସୁଦ୍ଧା ଏହା ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ଉପକୂଳ ନିକଟରେ ପହଞ୍ଚିବାର ସମ୍ଭାବନା ରହିଛି।Advertisment ଏହାର ପ୍ରଭାବରେ ଗଞ୍ଜାମ ସମେତ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସହ ସମୁଦ୍ର ଅଶାନ୍ତ ରହିବାର ଆଶଙ୍କା ରହିଛି।

ଗଞ୍ଜାମ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବାରୁ ସୁରକ୍ଷା ଦୃଷ୍ଟିରୁ ୨୧ରୁ ୨୩ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯାଇ ମାଛ ଧରିବାକୁ ବାରଣ କରାଯାଇଛି।

Odisha Weather Alert: ଉତ୍ତର ଆଣ୍ଡାମାନରେ ଲଘୁଚାପ, ୨୧ରୁ ଦକ୍ଷିଣ ଓ ପୂର୍ବ ଉପକୂଳ ଓଡ଼ିଶାରେ ବର୍ଷା ଏନେଇ ଗଞ୍ଜାମ ସାମୁଦ୍ରିକ ମତ୍ସ୍ୟ ବିଭାଗ ପକ୍ଷରୁ ଉପକୂଳବର୍ତ୍ତୀ ଅଞ୍ଚଳରେ ସଚେତନତା ଅଭିଯାନ ଚାଲିଛି।

ସାଗର ମିତ୍ରମାନଙ୍କ ଜରିଆରେ ସାମୁଦ୍ରିକ ଗାଁଗୁଡ଼ିକରେ ଡାକବାଜି ଯନ୍ତ୍ର ମାଧ୍ୟମରେ ମତ୍ସ୍ୟଜୀବୀଙ୍କୁ ସତର୍କ କରାଯାଉଛି।

ସମୁଦ୍ର ଭିତରେ ମାଛ ଧରୁଥିବା ମତ୍ସ୍ୟଜୀବୀମାନଙ୍କୁ ତୁରନ୍ତ କୂଳକୁ ଫେରି ଆସିବା ସହ ଡଙ୍ଗା ଓ ଜାଲକୁ ସୁରକ୍ଷିତ ସ୍ଥାନରେ ରଖିବାକୁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।

"

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)