SIRରେ ବାଦ୍ ପଡ଼ିଥିବା ଭୋଟରଙ୍କ ପାଇଁ ଶେଷ ସୁଯୋଗ

Oct 07, 2026 - 09:34
SIRରେ ବାଦ୍ ପଡ଼ିଥିବା ଭୋଟରଙ୍କ ପାଇଁ ଶେଷ ସୁଯୋଗ

ଭୁବନେଶ୍ବର : SIRରେ ବାଦ୍ ପଡ଼ିଥିବା ଯୋଗ୍ୟ ଭୋଟର ଓ ଯୁବ ଭୋଟରଙ୍କୁ ତାଲିକାରେ ସାମିଲ ପାଇଁ ସୁଯୋଗ । ଆଜିଠାରୁ ୩ ଦିନ ବ୍ୟାପୀ ସ୍ବତନ୍ତ୍ର ଅଭିଯାନ । ୧ ଅକ୍ଟୋବର ୨୦୨୬ ସୁଦ୍ଧା ୧୮ ବର୍ଷ ବୟସ ପୂରଣ କରିଥିବା ଯୁବକ-ଯୁବତୀ କରିପାରିବେ ଆବେଦନ । ମୃତ, ସ୍ଥାନାନ୍ତରିତ, ଅନୁପସ୍ଥିତ ଓ ଦୋହରା ଭୋଟରଙ୍କ ତାଲିକା CEO ଓଡ଼ିଶା ଓ ସମ୍ପୃକ୍ତ  ଜିଲ୍ଲା ୱେବସାଇଟ ରେ ଉପଲବ୍ଧ ହେବ । ଭୋଟର ତାଲିକାକୁ ଅଧିକ ସଠିକ, ସ୍ୱଚ୍ଛ ଓ ଅଦ୍ୟତନ କରିବା ଉଦ୍ଦେଶ୍ୟରେ ଆଜିଠାରୁ ରାଜ୍ୟରେ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ ହେଉଛି । ୭, ୮ ଓ ୯ ତାରିଖ ୩ଦିନ ରାଜ୍ୟବ୍ୟାପି ଚାଲିବ ସ୍ୱତନ୍ତ୍ର ଅଭିଯାନ । SIR ପ୍ରକ୍ରିୟାରେ କୌଣସି କାରଣରୁ ଭୋଟର ତାଲିକାରୁ ବାଦ୍ ପଡ଼ିଥିବା ଯୋଗ୍ୟ ଭୋଟରମାନଙ୍କୁ ପୁନଃ ଭୋଟର ତାଲିକାରେ ସାମିଲ କରିବା ଏବଂ ନୂତନ ଭାବେ ଯୋଗ୍ୟ ହୋଇଥିବା ଯୁବ ଭୋଟରମାନଙ୍କୁ ତାଲିକାରେ ସାମିଲ କରିବା ଉଦ୍ଦେଶ୍ୟରେ ଏହି ଅଭିଯାନ ଆରମ୍ଭ କରାଯାଇଛି। ଯେଉଁ ଯୁବକ-ଯୁବତୀ ଅକ୍ଟୋବର ୧ ସୁଦ୍ଧା ୧୮ ବର୍ଷ ବୟସ ପୂରଣ କରିଛନ୍ତି, ସେମାନେ ଭୋଟର ତାଲିକାରେ ନିଜ ନାମ ସାମିଲ କରିବା ପାଇଁ ଆବେଦନ କରିପାରିବେ । ଯୋଗ୍ୟ ଯୁବ ଭୋଟରମାନେ ଫର୍ମ-୬ ମାଧ୍ୟମରେ ନାମ ପଞ୍ଜୀକରଣ ପାଇଁ ନିଜ ବୁଥ ସ୍ତରୀୟ ଅଧିକାରୀ ଙ୍କ ନିକଟରେ ଆବେଦନ କରିପାରିବେ । ଏହାସହ ଯେଉଁ ଯୋଗ୍ୟ ଭୋଟରମାନଙ୍କ ନାମ କୌଣସି କାରଣରୁ ଚୂଡ଼ାନ୍ତ ଭୋଟର ତାଲିକାରେ ସାମିଲ ହୋଇପାରି ନାହାନ୍ତି, ସେମାନେ ମଧ୍ୟ ଏହି ସ୍ୱତନ୍ତ୍ର ଅଭିଯାନ ସମୟରେ ନିଜ ନାମ ଯୋଡ଼ିବା ପାଇଁ ଆବେଦନ କରିପାରିବେ । ସଂଶୋଧନ ପ୍ରକ୍ରିୟାରେ ଚିହ୍ନଟ ହୋଇଥିବା ମୃତ, ସ୍ଥାନାନ୍ତରିତ, ଅନୁପସ୍ଥିତ ଓ ଦୋହରା ଭୋଟରମାନଙ୍କ ସମ୍ପର୍କିତ ତାଲିକା ସମ୍ପୃକ୍ତ ଜିଲ୍ଲା  ଏବଂ CEO ଓଡ଼ିଶାଙ୍କ ୱେବସାଇଟରେ ଉପଲବ୍ଧ କରାଯିବ ।

ରାଜନୈତିକ ଦଳର ପ୍ରତିନିଧିମାନେ ତାଲିକାକୁ ଯାଞ୍ଚ କରି ଆବଶ୍ୟକ ଦାବି ଓ ଆପତ୍ତି ଦାଖଲ କରିପାରିବେ । BLO ମାନଙ୍କୁ ନିଜ ନିଜ ଅଧୀନସ୍ଥ ଅଞ୍ଚଳରେ ଭୋଟର ତାଲିକାରେ ବାଦ୍ ପଡିଥିବା ଯୋଗ୍ୟ ଭୋଟର ନାମ ଓ ନୂତନ ଯୁବ ଭୋଟର ଙ୍କ ନାମ ପଞ୍ଜୀକରଣରେ ଆବଶ୍ୟକ ସହଯୋଗ ଓ ମାର୍ଗଦର୍ଶନ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ନାମ ଯୋଡ଼ିବାକୁ ଇଛୁକ ଯୋଗ୍ୟ ଭୋଟରମାନେ ନିଜ ନିଜ ବୁଥ୍‌ ସ୍ତରୀୟ ଅଧିକାରୀଙ୍କ ସହ ଯୋଗାଯୋଗ କରି ଆବେଦନ ପ୍ରକ୍ରିୟା ସମ୍ପର୍କରେ ସହାୟତା ନେଇପାରିବେ ।….

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ nandighosha-tv-ନନ୍ଦିଘୋଷ-ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)