Snake bite: ଯୁବକଙ୍କୁ କାମୁଡ଼ିଲା ସାପ, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ

Sep 24, 2026 - 16:39
Snake bite: ଯୁବକଙ୍କୁ କାମୁଡ଼ିଲା ସାପ, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ

"ବିଷମ କଟକ: ରାୟଗଡ଼ା ଜିଲ୍ଲା ମୁନିଗୁଡ଼ା ଥାନା ଅଞ୍ଚଳରୁ ଆସିଛି ଏକ ଦୁଃଖଦ ଖବର।

ଘରେ ଶୋଇଥିବା ସମୟରେ ସାପ କାମୁଡ଼ାରେ ଚାଲିଗଲା ଜଣେ ଯୁବକଙ୍କ ଜୀବନ।

ସୂଚନା ଅନୁସାରେ ମୁନିଗୁଡ଼ା ଥାନା ଅନ୍ତର୍ଗତ ଭାଲିଆପଦର ଗ୍ରାମରେ ଏହି ଅଭାବନୀୟ ଘଟଣା ଘଟିଛି।

ମୃତ ଯୁବକ ଜଣକ ହେଉଛନ୍ତି ମନୋଜ ବିଡ଼ିକା।

ମନୋଜ ରାତିରେ ନିଜ ଘରେ ଶୋଇଥିବା ସମୟରେ ଏକ ବିଷାକ୍ତ ସାପ ତାଙ୍କୁ କାମୁଡ଼ି ଦେଇଥିଲା।Advertisment ସାପ କାମୁଡ଼ା ପରେ ପରିବାର ଲୋକେଜାଣିବା ପରେ ଗୁରୁତର ଅବସ୍ଥାରେ ତାଙ୍କୁ ତୁରନ୍ତ ବିଷମ କଟକ ଘରେଇ ହସ୍ପିଟାଲକୁ ଚିକିତ୍ସା ପାଇଁ ଆଣିଥିଲେ।

ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।

ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।ପୁଲିସ ଏ ନେଇ ତଦନ୍ତ ଆରମ୍ଭ କରିଥିବା ବେଳେ, ଶବ ବ୍ୟବଚ୍ଛେଦ ପରେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ସୂଚନା ମିଳିଛି।

Indian Students Die: କାନାଡାରେ ଉଡ଼ାଣ ତାଲିମ ସମୟରେ ବିମାନ ଦୁର୍ଘଟଣାଗ୍ରସ୍ତ: ଦୁଇ ଭାରତୀୟ ଛାତ୍ରଙ୍କ ଦୁଃଖଦ ମୃତ୍ୟୁ "

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)