SOP ଘୋଷଣା କଲେ ଉଚ୍ଚଶିକ୍ଷା ମନ୍ତ୍ରୀ: କେଜିରୁ ପିଜି ମାଗଣା ଶିକ୍ଷା ବ୍ୟବସ୍ଥାକୁ ନେଇ…

Jul 14, 2026 - 12:25
SOP ଘୋଷଣା କଲେ ଉଚ୍ଚଶିକ୍ଷା ମନ୍ତ୍ରୀ: କେଜିରୁ ପିଜି ମାଗଣା ଶିକ୍ଷା ବ୍ୟବସ୍ଥାକୁ ନେଇ…

ଭୁବନେଶ୍ୱର,୧୪।୭:କେଜିରୁ ପିଜି ମାଗଣା ଶିକ୍ଷା ବ୍ୟବସ୍ଥାକୁ ନେଇ SOP ଘୋଷଣା କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ମଙ୍ଗଳବାର ଏକ ପ୍ରେସମିଟ ଜରିଆରେ ସେ ଏନେଇ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏହି ଯୋଜନାର ସଫଳ କାର୍ଯ୍ୟକାରିତା ପାଇଁ ସରକାର ସ୍ବତନ୍ତ୍ର SOP ଜାରି କରିଛନ୍ତି । ଆର୍ଥିକ ଅନଗ୍ରସର ଯେପରି ଉଚ୍ଚଶିକ୍ଷାରୁ ବଞ୍ଚିତ ନ ହେବେ ସେଥିପ୍ରତି ଗୁରୁତ୍ୱ ଦିଆଯାଉଛି। ଗୁଣାତ୍ମକ ଶିକ୍ଷା ସମସ୍ତଙ୍କ ପାଖରେ ପହଞ୍ଚାଇବା ସରକାରଙ୍କ ମୁଖ୍ୟ ଲକ୍ଷ୍ୟ। ତେବେ କେଜିରୁ ପିଜି ମାଗଣା ଶିକ୍ଷା ବ୍ୟବସ୍ଥାରେ
ପ୍ରଫେସନାଲ କୋର୍ସକୁ ବାଦ ଦିଆଯାଇଛି।

ମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି,ଏବର୍ଷ ରିଆଡମିଶନ SAMS ମାଧ୍ୟମରେ ହେବ। ଯେଉଁ ପିଲା ଆଡମିଶନ ବେଳେ ଟଙ୍କା ଦେଇଛନ୍ତି ଫେରସ୍ତ ପାଇବେ। କୌଣସି ଶିକ୍ଷାନୁଷ୍ଠାନ ମନଇଚ୍ଛା ଫି’ ବୃଦ୍ଧି କରିପାରିବେନି।

ସୂଚନାଯୋଗ୍ୟ, ନୂଆ SOPରେ କେଜିରୁ ପିଜି ମାଗଣା ଶିକ୍ଷା ବ୍ୟବସ୍ଥାରେ ଥିବା ସର୍ତ୍ତାବଳୀଗୁଡିକ ଉଲ୍ଲେଖ କରାଯାଇଛି। କେଉଁମାନେ ଏହି ସୁବିଧା ପାଇବେ, କିପରି ଆବେଦନ କରିବେ ଏବଂ କେଉଁ ସଂସ୍ଥା ଏହାର କାର୍ଯ୍ୟକାରିତା ଉପରେ ନଜର ରଖିବ ସେସବୁ ସମ୍ପର୍କରେ ସ୍ପଷ୍ଟ ନିର୍ଦ୍ଦେଶ ଦିଆଯାଇଛି।

 

Dharitri – Odisha’s No.1 Odia Daily

 

 


ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।