State Cabinet: କ୍ୟାବିନେଟ୍ ବୈଠକରେ ୬ଟି ବିଭାଗର ୧୧ଟି ପ୍ରସ୍ତାବକୁ ଅନୁମୋଦନ

Aug 01, 2026 - 21:27
State Cabinet: କ୍ୟାବିନେଟ୍ ବୈଠକରେ ୬ଟି ବିଭାଗର ୧୧ଟି ପ୍ରସ୍ତାବକୁ ଅନୁମୋଦନ

"ଭୁବନେଶ୍ୱର: ଆଜି ରାଜ୍ୟ ମନ୍ତ୍ରିମଣ୍ଡଳର ୪୫ତମ କ୍ୟାବିନେଟ ବୈଠକରେ ୬ଟି ବିଭାଗର ୧୧ଟି ପ୍ରସ୍ତାବକୁ ଅନୁମୋଦନ ପ୍ରଦାନ କରାଯାଇଛି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହୋଇଥିଲା Advertisment ଆଜିର କ୍ୟାବିନେଟ୍ ମଞ୍ଜୁରୀ ସମ୍ପର୍କରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତିଯେ  ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଛିl ସେଥିରେ ଅର୍ଥ ବିଭାଗର ୧ଟି, ଆଇନ ବିଭାଗର ୧ଟି, ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ (ଏସଟି ଏସସି) ବିଭାଗର ୧ଟି, କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ୧ଟି, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ୨ ଟି ଏବଂ ଜଳସମ୍ପଦ ବିଭାଗର ସର୍ବାଧିକ ୫ଟି ଅନୁମୋଦନ ଲାଭ କରିଛି।

"

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।