Storm and Rain Alert in Odisha: ସପ୍ତାହେ ଯାଏଁ ରାଜ୍ୟରେ ପ୍ରବଳ ବର୍ଷିବ, ୧୬ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ
ସପ୍ତାହେ ଯାଏଁ ରାଜ୍ୟରେ ଝଡବର୍ଷା ଆଲର୍ଟ। ଆଜି ୧୬ ଜିଲ୍ଲାରେ ଝଡବର୍ଷା ସହ ୪୦ ରୁ ୫୦ କିମି ବେଗରେ ପବନ ବହିବା ନେଇ ସତର୍କ ସୂଚନା ଜାରି କରାଯାଇଛି। ବାଲେଶ୍ବର, ଭଦ୍ରକ, ଯାଜପୁର୍, କେନ୍ଦ୍ରପଡା, ଜଗତସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡା, କୋରାପୁଟ, ମାଲକାନଗିରି, ଗଜପତି ଓ ଗଞ୍ଜମକୁ ସତର୍କ ରହିବାକୁ କୁହାଯିବା ସହ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।
କନ୍ଧମାଳ, କୋରାପୁଟ ଓ ରାୟଗଡାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଉପକୂଳ ଓ ପଶ୍ଚିମ ଓଡିଶାର କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୩ ତାରିଖ ଯାଏଁ ରାଜ୍ୟରେ ଏହିଭଳି ବର୍ଷା ସମ୍ଭାବନା ରହିଥିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।