Subhadra Scheme: ୧,୦୩,୨୬,୧୬୨ ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ‘ସୁଭଦ୍ରା ଯୋଜନା’ର ପଞ୍ଚମ କିସ୍ତି

Aug 25, 2026 - 21:07
Subhadra Scheme: ୧,୦୩,୨୬,୧୬୨ ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ‘ସୁଭଦ୍ରା ଯୋଜନା’ର ପଞ୍ଚମ କିସ୍ତି

"ଭୁବନେଶ୍ୱର: ଆସନ୍ତା ୨୮ ତାରିଖରେ ରାଖୀ ପୂର୍ଣ୍ଣିମା ଅବସରରେ ନୟାଗଡ଼ଠାରେ ପ୍ରଦାନ କରାଯିବାକୁ ଥିବା ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ ପ୍ରସ୍ତୁତି ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ଆଜି ନୂଆଦିଲ୍ଲୀରେ ସାକ୍ଷାତ କରି ଅବଗତ କରିଛନ୍ତି।

ଏହି ପଞ୍ଚମ କିସ୍ତି ମାଧ୍ୟମରେ ପ୍ରତ୍ୟେକ ଯୋଗ୍ୟ ମହିଳା ହିତାଧିକାରୀଙ୍କ ପ୍ରତ୍ୟେକ୍ଷ ଲାଭ ହସ୍ତାନ୍ତର ଜରିଆରେ ୫୦୦୦ ଟଙ୍କା ଲେଖାଏଁ ପାଇବେ।

Advertisment ସାମ୍ପ୍ରତିକ ପ୍ରସ୍ତୁତି ଅନୁଯାୟୀ ମୋଟ ୧,୦୩,୨୬,୧୬୨ ଜଣ ଯୋଗ୍ୟ ମହିଳା ହିତାଧିକାରୀ ଏହି କିସ୍ତି ଗ୍ରହଣ କରିବାକୁ ମନୋନୀତ ହୋଇଛନ୍ତି।

ଯାହା ପାଇଁ ମୋଟ ୫,୧୬୦ କୋଟିରୁ ଅଧିକ ଟଙ୍କା ହସ୍ତାନ୍ତର କରାଯିବ।

ସମସ୍ତ ଯୋଗ୍ୟ ହିତାଧିକାରୀଙ୍କ ପାଖରେ ସଠିକ୍ ସମୟରେ ଏବଂ ସୁରୁଖୁରୁରେ ସହାୟତା ରାଶି ପହଞ୍ଚାଇବା ପାଇଁ ରାଜ୍ୟ ସରକାରଙ୍କ ଦ୍ୱାରା ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ଶ୍ରୀମତୀ ପରିଡ଼ା ପ୍ରଧାନମନ୍ତ୍ରୀଙ୍କୁ ଜଣାଇଥିଲେ।

ବିଶେଷ କରି ହିତାଧିକାରୀଙ୍କ ଯାଞ୍ଚ ଇ-କେୱାଇସି , ଆଧାର-ସଂଯୋଗୀକୃତ ବ୍ୟାଙ୍କ ଆକାଉଣ୍ଟ, ଏନପିସିଆଇ ମ୍ୟାପିଂ ଏବଂ ଅନ୍ୟାନ୍ୟ ବ୍ୟାକିଂ ବ୍ୟବସ୍ଥାକୁ ସୁଦୃଢ଼ କରାଯାଇଛି।

ଯାହାଦ୍ୱାରା କୌଣସି ବିଳମ୍ବରେ ଆର୍ଥିକ ସହାୟତା ପହଞ୍ଚି ପାରିବ।

ରାଜ୍ୟର ମହିଳାମାନଙ୍କ ଆର୍ଥିକ ସଶକ୍ତୀକରଣ ଏବଂ ସାମାଜିକ ଅନ୍ତର୍ଭୁକ୍ତିକରଣକୁ ଆଗେଇ ନେବାରେ ଏହି ପଞ୍ଚମ କିସ୍ତିର ଗୁରୁତ୍ୱପୂର୍ଣ୍ଣ ଭୂମିକା ସମ୍ପର୍କରେ ମଧ୍ୟ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡ଼ା ପ୍ରଧାନମନ୍ତ୍ରୀଙ୍କୁ ଆଲୋକପାତ କରିଥିଲେ।

ସୁଭଦ୍ରା ଅଭିଯୋଗ ପୋର୍ଟାଲ ଆରମ୍ଭ: ସୁଭଦ୍ରା ଯୋଜନାରୁ କାହିଁକି ବାଦ୍ ପଡ଼ିଲେ ମିଳିବ ଉତ୍ତର ସୂଚନାଯୋଗ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨୦୨୪ ସେପ୍ଟେମ୍ବର ୧୭ ତାରିଖରେ ଭୁବନେଶ୍ୱରଠାରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଥିଲେ।

ରାଜ୍ୟ ସରକାରଙ୍କର ଏହି ପ୍ରମୁଖ ମହିଳା କେନ୍ଦ୍ରିକ ଯୋଜନାର ଲକ୍ଷ୍ୟ ହେଉଛି ୫ ବର୍ଷ ମଧ୍ୟରେ ଯୋଗ୍ୟ ମହିଳାମାନଙ୍କୁ ମୋଟ ୫୦,୦୦୦ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରିବା।

ଏହି ରାଶି ବାର୍ଷିକ ୧୦,୦୦୦ ଟଙ୍କା ହିସାବରେ ଦୁଇଟି ସମାନ କିସ୍ତିରେ (ପ୍ରତ୍ୟେକ କିସ୍ତିରେ ୫,୦୦୦ ଟଙ୍କା)  ସିଧାସଳଖ  ହୀତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପଠାଯାଉଛି।

"

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Master Data Analytics

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)