Suspended: ଛାତ୍ରୀଙ୍କ ପ୍ରସବ ଘଟଣା: ଧନପୁର ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ନିଲମ୍ବିତ, ନବଜାତ ଶିଶୁର ମୃତ୍ୟୁ

Nov 06, 2026 - 12:28
Suspended: ଛାତ୍ରୀଙ୍କ ପ୍ରସବ ଘଟଣା: ଧନପୁର ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ନିଲମ୍ବିତ, ନବଜାତ ଶିଶୁର ମୃତ୍ୟୁ

ବୈଶିଙ୍ଗା: ମୟୂରଭଞ୍ଜ ଜିଲ୍ଲା ବେତନଟୀ ବ୍ଲକ ଅଧୀନ ଧନପୁରସ୍ଥିତ କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ (KGBV)ର ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କ ପ୍ରସବ ଘଟଣାକୁ ନେଇ ଶିକ୍ଷା ବିଭାଗରେ ଚର୍ଚ୍ଚା ଜୋର ଧରିଛି।

ଏହି ଘଟଣାରେ କର୍ତ୍ତବ୍ୟରେ ଅବହେଳା ଅଭିଯୋଗରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ନମିତା ମାଝୀଙ୍କୁ ନିଲମ୍ବିତ କରାଯାଇଛି।

ଅନ୍ୟପକ୍ଷରେ ପ୍ରସବ ପରେ ଚିକିତ୍ସାଧୀନ ନବଜାତ ଶିଶୁପୁତ୍ରର ମୃତ୍ୟୁ ଘଟିଥିବା ଜଣାପଡ଼ିଛି।

Advertisment ସୂଚନା ଅନୁଯାୟୀ, ଛାତ୍ରୀ ଜଣକ ସାତ ମାସର ଗର୍ଭବତୀ ଥିବାବେଳେ ଅସୁସ୍ଥ ହୋଇପଡ଼ିଥିଲେ।

ତାଙ୍କୁ ପ୍ରଥମେ ବେତନଟୀ ଡାକ୍ତରଖାନା ଏବଂ ପରେ ଉନ୍ନତ ଚିକିତ୍ସା ପାଇଁ ବାରିପଦାସ୍ଥିତ ପିଆରଏମ ମେଡିକାଲ କଲେଜ ଓ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା।

ସେଠାରେ ବୁଧବାର ସକାଳେ ଛାତ୍ରୀ ଜଣକ ଏକ ଶିଶୁପୁତ୍ରକୁ ଜନ୍ମ ଦେଇଥିଲେ।

ତେବେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ରାତିରେ ନବଜାତ ଶିଶୁପୁତ୍ରର ମୃତ୍ୟୁ ଘଟିଥିବା ଜଣାପଡ଼ିଛି।

ଏହି ଘଟଣାକୁ ନେଇ ମୟୂରଭଞ୍ଜ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ନିର୍ଦ୍ଦେଶକ୍ରମେ ବେତନଟୀ ବ୍ଲକ ଶିକ୍ଷା ଅଧିକାରୀ ବିପ୍ଳବ କର ନିଲମ୍ବନ ଆଦେଶ ଜାରି କରିଛନ୍ତି।

OCS (CCA) ନିୟମ, ୧୯୬୨ର ନିୟମ ୧୨ ଅନୁଯାୟୀ ନମିତା ମାଝୀଙ୍କୁ ନିଲମ୍ବିତ କରାଯାଇଛି।

ନିଲମ୍ବନ ଅବଧିରେ ତାଙ୍କ ମୁଖ୍ୟାଳୟ ସାରିଆସ୍ଥିତ G.K.

UPS ରହିବ ବୋଲି ଆଦେଶରେ ଉଲ୍ଲେଖ ରହିଛି।

ଏଯାଏ ସ୍ପଷ୍ଟ ହୋଇନାହିଁ ତେବେ ଛାତ୍ରୀଙ୍କ ଗର୍ଭଧାରଣ ସମ୍ପର୍କରେ ବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବରୁ ଅବଗତ ଥିଲେ କି ନାହିଁ, ତାହା ଏଯାଏ ସ୍ପଷ୍ଟ ହୋଇନାହିଁ।

ଛାତ୍ରୀଙ୍କ ସୁରକ୍ଷା ଓ ଯତ୍ନ ନେବାରେ କୌଣସି ଅବହେଳା ହୋଇଥିଲା କି ନାହିଁ, ତାହା ମଧ୍ୟ ତଦନ୍ତସାପେକ୍ଷ।

ଘଟଣାର ପ୍ରକୃତ ପୃଷ୍ଠଭୂମି ଓ ସମ୍ପୂର୍ଣ୍ଣ ସତ୍ୟାସତ୍ୟ ତଦନ୍ତ ପରେ ସ୍ପଷ୍ଟ ହେବ ବୋଲି ଆଶା କରାଯାଉଛି l Seized: ସୁରକ୍ଷା ବାହିନୀର ବଡ଼ ସଫଳତା: କେଜି ହିଲ୍ସ ଜଙ୍ଗଲରୁ ୭୧୧ଟି ବିଜିଏଲ୍ ସେଲ୍ ଜବତ

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)