Textbook Error: ଏଫ୍.ଆଇ.ଆର୍ କରିବାକୁ ଏସସିଇଆରଟି ନିର୍ଦ୍ଦେଶକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
"ଭୁବନେଶ୍ବର: ପାଠ୍ୟ ପୁସ୍ତକରେ ତ୍ରୁଟି ପ୍ରସଙ୍ଗ।
ସମଗ୍ର ପ୍ରକ୍ରିୟାର ଅପରାଧିକ ତଦନ୍ତ ହେବ।
କ୍ରାଇମବ୍ରାଞ୍ଚ ଏସ୍.ପି.ଙ୍କ ନିକଟରେ ଏଫ୍.ଆଇ.ଆର୍ କରିବାକୁ ଏସସିଇଆରଟି ନିର୍ଦ୍ଦେଶକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ।
ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ୟ୍ୟନ୍ତ ପାଠ୍ୟ ପୁସ୍ତକରେ ତ୍ରୁଟି ଘଟଣାକୁ ଗମ୍ଭୀରତାର ସହ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଏ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ସମଗ୍ର ପ୍ରକ୍ରିୟା ଉପରେ ଅପରାଧିକ ତଦନ୍ତ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।Advertisment Robbery: ଡାକ୍ତରଙ୍କ ଘରେ ଡକାୟତି: ହାତଗୋଡ଼ ଓ ମୁହଁ ବାନ୍ଧି ବନ୍ଧୁକ ଦେଖାଇ ୮୦ ହଜାର ଟଙ୍କା ଲୁଟ୍ ନିର୍ଦ୍ଦେଶକଙ୍କ ଉପରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଏହା ସହିତ ସ୍ୱତନ୍ତ୍ର ଭାବେ କ୍ରାଇମବ୍ରାଞ୍ଚ ଏସ୍.ପି.ଙ୍କ ନିକଟରେ ଏଫଆଇଆର ଦାୟର କରିବାକୁ ଏସସିଇଆରଟି ନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ପୂର୍ବରୁ ପାଠ୍ୟ ପୁସ୍ତକ ତ୍ରୁଟିଜନିତ ବିଷୟର କାରଣ ଅନୁସନ୍ଧାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ କରିଥିଲେ।
ଏହି କମିଟିର ରିପୋର୍ଟ ଅନୁଯାୟୀ ଏସସିଇଆରଟି ପୂର୍ବତନ ନିର୍ଦ୍ଦେଶକ ସମେତ ୩ଜଣ ସହକାରୀ ନିର୍ଦ୍ଦେଶକଙ୍କୁ ନିଲମ୍ବିତ କରାଯାଇଥିଲା ଏବଂ ୬ଜଣ ସହକାରୀ ନିର୍ଦ୍ଦେଶକଙ୍କ ଉପରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା।
"
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।