Thunderstorms: ଆସନ୍ତା ୨ ଦିନ ଝଡ଼ବର୍ଷା

Jun 26, 2026 - 02:54
Thunderstorms: ଆସନ୍ତା ୨ ଦିନ ଝଡ଼ବର୍ଷା

"ଭୁବନେଶ୍ବର: ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବା ବେଳେ ରାଜ୍ୟରେ ଝଡ଼ବର୍ଷା ଜାରି ରହିଛି।

ଆସନ୍ତାକାଲି ରାଜ୍ୟର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା ଓ ଗଜପତି ଆଦି ଜିଲ୍ଲାରେ ୪୦ରୁ ୫୦ କିମି ବେଗରେ ପବନ ବହିବା ସହ ବିଜୁଳି, ଘଡ଼ଘଡ଼ି ସହ ଝଡ଼ବର୍ଷା ହେବ।

ଏଣୁ ଏହିସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

୨୭ ତାରିଖ ଦିନ ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ଝଡ଼ବର୍ଷା ହେବ।Advertisment Rain: ବର୍ଷାର ସଙ୍କେତ ନେଇ କୁଣ୍ଢେଇଗୋଳା ଗ୍ରାମକୁ ଆସିଲେଣି ପକ୍ଷୀ ପାଣିପାଗ କେନ୍ଦ୍ରର ସୂଚନା ମୁତାବକ, ୨୮ ଓ ୨୯ ତାରିଖ ଓଡ଼ିଶାରେ ମୁଖ୍ୟତଃ ପାଗ ଶୁଖିଲା ରହିବ।

୩୦ ତାରିଖରେ ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷା ହେବ।

ଏଥିସହ ୧ ତାରିଖ ଦିନ କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ଗଜପତି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ଥିବା ସୂଚନା ମିଳିଛି।

ଆସନ୍ତା ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟର ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ।

Ukraine: ଭାରତ ୟୁକ୍ରେନକୁ ଶାନ୍ତିସେନା ପଠାଉ ବୋଲି ଟ୍ରମ୍ପଙ୍କୁ ପରାମର୍ଶ ଦେଇଥିଲେ ଭାନ୍ସ: ପୁସ୍ତକରେ ଦାବି"