Thunderstorms in 6 districts: ଆଜି ୬ ଜିଲ୍ଲାରେ ଝଡ଼ବର୍ଷା, ଅରେଞ୍ଜ ୱାର୍ଣ୍ଣିଂ ଜାରି
"ଭୁବନେଶ୍ବର: ସାରା ରାଜ୍ୟକୁ ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଛୁଇଁଛି।
ଏଥିସହ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି।
ଆସନ୍ତାକାଲି ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ରହିଛି।
ଏଣୁ ଏହି ୬ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯିବା ସହ ସତର୍କ ରହିବାକୁ କୁହାଯାଇଛି।Advertisment Education: ଖଣି ଅଞ୍ଚଳରେ ଓଏମ୍ସିର ଶିକ୍ଷା ପଦକ୍ଷେପ ଅନ୍ୟପଟେ ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳ ବର୍ଷାର ଆଶଙ୍କା ରହିଛି।
ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିମି ପର୍ଯ୍ୟନ୍ତ ପହଞ୍ଚିପାରେ ବୋଲି ଆକଳନ କରାଯାଉଛି।
ବାଲେଶ୍ବରଠାରୁ ଗଞ୍ଜାମ ଆଦି ଉପକୂଳ ଜିଲ୍ଲା ଓ ସଂଲଗ୍ନ ଆଭ୍ୟନ୍ତର ଅଞ୍ଚଳରେ ବି ଝଡ଼ବର୍ଷା ଆଶଙ୍କା ଯୋଗୁଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
ଆସନ୍ତା ୨୮ ତାରିଖ ଯାଏଁ ନୂଆପଡ଼ା, ବଲାଙ୍ଗୀର ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା େହବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।
TMC: ମହୁଆ-ମମତାଙ୍କ ମଧ୍ୟରେ ବଢୁଛି ଦୂରତା"