Today Horoscope : ଏହି ରାଶିର ବ୍ୟକ୍ତିଙ୍କ ଖର୍ଚ୍ଚଭାର ବୃଦ୍ଧି ପାଇବ, ମନରେ ଦୁଶ୍ଚିନ୍ତା ଏବଂ ଦୁର୍ଭାବନା ଲାଗି ରହିବ
ମେଷ :ଷଷ୍ଠ ଓ ସପ୍ତମ ଚନ୍ଦ୍ର, ମଙ୍ଗଳବାର ଓ ମଙ୍ଗଳଙ୍କ ନକ୍ଷତ୍ର ଭୋଗହେଉଥିବାରୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ମାନସିକ, ପାରିବାରିକ ଶାନ୍ତି, ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ଏବଂ ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ପୁତ୍ର, କନ୍ୟା, ଭ୍ରାତୃ, ଭଗ୍ନୀଙ୍କର ବୈବାହିକ କର୍ମର ଆୟୋଜନ କରିବେ ଏବଂ ପରିବାରରେ ସ୍ୱର୍ଗୀୟ ସୁଖ ଅନୁଭୂତ ହେବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ । ଯେଉଁମାନଙ୍କର ଦ୍ୱିଜା ମେଷ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ଗୋଲାପୀ, ସଂଖ୍ୟା : ୩, ଆରାଧନା : ପ୍ରଭୁ ହନୁମାନ
ବୃଷ :ସକାଳ ୭ଟା ୫୪ ମିନିଟ୍ ପର୍ଯ୍ୟନ୍ତ ଘାତଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ମନ ବିଷାଦଗ୍ରସ୍ତ, ଚାପଗ୍ରସ୍ତ ରହିବ । ଏହା ପରେ ଷଷ୍ଠ ଚନ୍ଦ୍ର ଏବଂ ପୂର୍ବରୁ ହୋଇଥିବା କ୍ଷତିର ଭରଣା କରିବାରେ କିଛି ମାତ୍ରାରେ ସମର୍ଥ ହେବେ । ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ, ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ ଏବଂ ଦେହ, ମନ ସୁସ୍ଥ ରହିବ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନ ସମ୍ପର୍କ ବୃଦ୍ଧି ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନାଦୃତ ହେବ । ଶତ୍ରୁମାନେ ବଶୀଭୂତ ହେବେ ଏବଂ ସମସ୍ତଙ୍କ ମନ ଜିଣିବାରେ ସମର୍ଥ ହେବେ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୧୨, ଆରାଧନା : ଭଗବାନ ବିଷ୍ଣୁ
ମିଥୁନ :ସକାଳ ୭ଟା ୫୪ ମିନିଟ୍ ପର୍ଯ୍ୟନ୍ତ ଚତୁର୍ଥ ଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ଯେକୌଣସି କର୍ମ କରିବା ପୂର୍ବରୁ ସତର୍କତା ଅବଲମ୍ବନ କରିବେ । ଏହା ପରେ ପଞ୍ଚମ ଚନ୍ଦ୍ର ଓ ଘାତତିଥି ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ କିଛି ସମସ୍ୟା ଦେଖାଦେବ । ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତିର ବିକାଶ ଘଟିବ ଏବଂ ବିଦ୍ୟା ଓ କଳାରେ ନିଜର ପରାକାଷ୍ଠା ପ୍ରଦର୍ଶନ କରିବେ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ସନ୍ତାନମାନଙ୍କର ଶିକ୍ଷା, ଦୀକ୍ଷା, କର୍ମରେ ଉନ୍ନତି ଆସିବ ଏବଂ ସେମାନେ ଆଜ୍ଞାଧୀନ ହେବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ମଧ୍ୟମ ହେବ । ଘାତତିଥି ଯୋଗୁ କର୍ମରେ ପରିଶ୍ରମ ତୁଳନାରେ ସଫଳତା ମିଳିବ ନାହିଁ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ସବୁଜ, ସଂଖ୍ୟା : ୧, ଆରାଧନା : ମା’ ଛିନ୍ନମସ୍ତା
କର୍କଟ :ସକାଳ ୭ଟା ୫୪ ମିନିଟ୍ ପରେ ଚତୁର୍ଥ ଚନ୍ଦ୍ର ଓ ଅଷ୍ଟମୀ ତିଥି ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର କଲାବେଳେ ସତର୍କତା ଅବଲମ୍ବନ କରିବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା ଏବଂ ଯାନବାହନରେ ଖର୍ଚ୍ଚାନ୍ତ ଏବଂ ଆର୍ଥିକ ବିପଦରେ ପଡ଼ିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ କିମ୍ବା ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ପହଞ୍ଚିବ । କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ପୁଷ୍ୟା କର୍କଟ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଲାଲ୍, ସଂଖ୍ୟା : ୫, ଆରାଧନା : ମା’ ଭୁବନେଶ୍ୱରୀ
ସିଂହ:ଦ୍ୱିତୀୟ ଓ ତୃତୀୟ ଚନ୍ଦ୍ର ଏବଂ ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟ, କର୍ମ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ନୂତନ କର୍ମାରମ୍ଭ, ବ୍ୟବସାୟାରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟ କରିବେ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ଭାଇଭଉଣୀଙ୍କ ସହଯୋଗ ମିଳିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟମରେ ଉତ୍ତମ ବୁଝାମଣା ରହିବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା ଓ ସମସ୍ତ କର୍ମ ଆପଣଙ୍କର ପାଇଁ ସହଜ ହେବ । ଯେଉଁମାନଙ୍କର ପୂର୍ବା ଫାଲଗୁନୀ ସିଂହ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୬, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।
କନ୍ୟା:ଶ୍ରୀଚନ୍ଦ୍ର, ଦ୍ୱିତୀୟ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ଲକ୍ଷ୍ମୀଙ୍କର କୃପା ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଆମୋଦପ୍ରମୋଦ, ମଉଜ ମଜଲିସରେ ଅଧିକ ଆଗ୍ରହ ରହିବ ଏବଂ ପୁତ୍ର, କନ୍ୟା, ଭ୍ରାତୃ, ଭଗ୍ନୀ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ପରିବାର ସହ କୌଣସି ବୈବାହିକ କର୍ମରେ ଯୋଗେଦେବ ଏବଂ ନିଜକୁସାମାଜିକ କର୍ମରେ ସାମିଲ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା ମିଳିଲେ ମଧ୍ୟ ଘାତତିଥି ଯୋଗୁ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା : ୧୨, ଆରାଧନା : ମା’ ତ୍ରିପୁରସୁନ୍ଦରୀ
ତୁଳା:ସକାଳ ୭ଟା ୫୪ ମିନିଟ୍ ପର୍ଯ୍ୟନ୍ତ ଦ୍ୱାଦଶ ଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ସମସ୍ତ କର୍ମ, ବ୍ୟବସାୟରେ କିଛିଟା ଅଶୁଭ ଫଳ ମିଳିବ । ଏହା ପରେ ଶ୍ରୀଚନ୍ଦ୍ର ଯୋଗୁ ସ୍ଥିତିରେ ସୁଧାର ଆସିବ ଏବଂ ପୂର୍ବରୁ ହୋଇଥିବା କ୍ଷତିର ଭରଣା କରିବାରେ କିଛି ମାତ୍ରାରେ ସମର୍ଥ ହେବେ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ପାରିବାରିକ ବିବାଦର ସମାଧାନ ହେବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ, ଆତ୍ମତୃପ୍ତି ରହିବ । କର୍ମରେ ପରିଶ୍ରମ ତୁଳନାରେ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ସ୍ୱାତୀ ଓ ବିଶାଖା ତୁଳା, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : କଫି, ସଂଖ୍ୟା : ୪, ଆରାଧନା : ମା’ କମଳା
ବିଛା :ସକାଳ ୭ଟା ୫୪ ମିନିଟ୍ ପରେ ଶୁକ୍ଳପକ୍ଷର ଦ୍ୱାଦଶ ଚନ୍ଦ୍ର ଯୋଗୁ ଅଯଥା ଖର୍ଚ୍ଚ, ବଦଖର୍ଚ୍ଚ, ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଖର୍ଚ୍ଚଭାରରେ ଅତିଷ୍ଠ ହୋଇ ଋଣଗ୍ରସ୍ତ ହେବେ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟଠାରୁ ବ୍ୟୟ ଦ୍ୱିଗୁଣ ହେବେ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ଯେଉଁମାନଙ୍କର ଅନୁରାଧା ବିଛା, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୧୧, ଆରାଧନା : ମା’ ଚଣ୍ଡୀ
ଧନୁ :ଏକାଦଶ ଚନ୍ଦ୍ର, ମଙ୍ଗଳବାର ଓ ମଙ୍ଗଳଙ୍କନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ଆୟର ସିଂହଭାଗ ସଞ୍ଚୟରେ ବିନିଯୋଗ କରିବେ କିମ୍ବା କୌଣସି ଆର୍ଥିକ ସଂସ୍ଥାରେ ସ୍ଥାୟୀ ଜମା ରଖିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ: ଗୋଲାପୀ, ସଂଖ୍ୟା : ୨, ଆରାଧନା : ମା’ ଧୂମାବତୀ
ମକର :ଘାତବାର, ନବମ ଓ ଦଶମ ଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ଭାଗ୍ୟ, କର୍ମ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ନୂତନ କର୍ମାରମ୍ଭ, ବ୍ୟବସାୟାରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ । କର୍ମରେ ଉନ୍ନତି, କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ବୃଦ୍ଧି ପାଇବ ଏବଂ ସମସ୍ତ କର୍ମରେ ଆପଣଙ୍କରକର୍ମକୁଶଳତା, କର୍ମତତ୍ପରତା, କାର୍ଯ୍ୟଦକ୍ଷତା ଓ ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ଆଜି ଯେକୌଣସି କର୍ମ କରିବେ, ସେଥିରେ ଶତପ୍ରତିଶତ ସଫଳତା ପାଇବେ ଏବଂ ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ପୂର୍ଣ୍ଣାଙ୍ଗ ରୂପ ଦେବାରେ ସମର୍ଥ ହେବେ । ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ ଏବଂ ଦେହ, ମନ ସୁସ୍ଥ ରହିବ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ବାଇଗଣୀ, ସଂଖ୍ୟା : ୧୧, ଆରାଧନା : ମା’ ଦୁର୍ଗା
କୁମ୍ଭ :ସକାଳ ୭ଟା ୫୪ ମିନିଟ୍ ପରେ ନବମ ଚନ୍ଦ୍ର ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନ ସମ୍ପର୍କ ବୃଦ୍ଧି ପାଇବ ଏବଂ କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ । ହୃତଗୌରବ, ହୃତ ସମ୍ମାନ ଫେରିପାଇବେ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ପୁରାତନ ବିବାଦ, ଜମିଜମା ବିବାଦ ଓ ଧନକୁ ନେଇ ଥିବା ବିବାଦର ସମାଧାନ ହେବ ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ଗୁରୁଜନଙ୍କ ପ୍ରତି ସମ୍ମାନ, ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା, ଆନ୍ତରିକତା ଅଧିକ ରହିବ ଏବଂ ନିଜର ଧାର୍ମିକ କର୍ମରେ ସାମିଲ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ । କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ର କୁମ୍ଭ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ମାଟିଆ, ସଂଖ୍ୟା : ୩, ଆରାଧନା : ମା’ ବିମଳା
ମୀନ :ଅଷ୍ଟମୀ ତିଥି ଓ ସକାଳ ୭ଟା ୫୪ ମିନିଟ୍ ପରେ ଅଷ୍ଟମ ଚନ୍ଦ୍ର ଯୋଗୁ ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଓ ଶାରୀରିକ ପୀଡ଼ା ଭୋଗିବେ । ଆୟ ୫ଟଙ୍କା ହେଲେ ବ୍ୟୟ ୨୫ ଟଙ୍କା ହେବ ଓ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ସତ୍ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ । ସମସ୍ତ କର୍ମରେଭୁଲ୍ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ପହଞ୍ଚିବ । କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକସଦୃଶ ମନେ ହେବ । ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ପ୍ରଭୁ ହନୁମାନ
ଜ୍ୟୋତିର୍ବିଦ୍: କୈଳାସ ଦାଶ
ଫୋନ୍: ୯୪୩୭୧୩୩୪୭୩
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ PRAMEYA - ପ୍ରମେୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।